ଜୁଡ଼ିଆ ଘାଟିରୁ ଖସୁଛି ମାଟି ଅତଡ଼ା

କେନ୍ଦୁଝର,୨୮।୮(ଡି.ଏନ.ଏ.): କେନ୍ଦୁଝର ସହର ନିକଟସ୍ଥ ଜୁଡ଼ିଆ ଘାଟି ରାସ୍ତା ପାର୍ଶ୍ୱ ପାହାଡ଼ରୁ ପଥର ଓ ମାଟି ଅତଡ଼ା ଖସୁଥିବାରୁ ପଥଚାରୀ ଏବଂ ଗାଡ଼ିମଟର ପାଇଁ ବିପଦ ସୃଷ୍ଟି କରିଛି। ଗତ ଜୁଲାଇ ୩୦ ତାରିଖ ଅପରାହ୍ନରେ ଏକ ବଡ଼ ପଥର ଖସିବାରୁ ଗୋଟିଏ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଗାଡ଼ିରେ ଥିବା ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଥିବାବେଳେ ହେଲପର ସାମାନ୍ୟ ଆହତ ହୋଇଥିଲେ। ମଝି ରାସ୍ତାରେ ପଥରଟି ପଡ଼ିି ରହିବାରୁ ଗୋଟିଏ ଲେନରେ ଗାଡ଼ି ଚଳାଚଳ ବନ୍ଦ ରହିଥିଲା। ପାହାଡ଼ ଧସିବା ଫଳରେ ଲୋକେ ଭୟଭୀତ ହୋଇ ପଡ଼ିଥିଲେ। ପାହାଡ଼ରେ ବାଲିଆ ମାଟି ରହିଥିବାରୁ ବର୍ଷା ହେଲେ ଅତଡ଼ା ଓ ବଡ଼ ବଡ଼ ପଥର ଖସି ପଡ଼ୁଛି। ବର୍ଷା ସମୟରେ ଉକ୍ତ ରାସ୍ତା ଦେଇ ଯାତାୟାତ କରିବାକୁ ଲୋକେ ଭୟ କରୁଛନ୍ତି। ୪୯ନଂ. ଜାତୀୟ ରାଜପଥରେ ଥିବା ଜୁଡିଆ ଘାଟି କଟା ଏବଂ ରାସ୍ତା ନିର୍ମାଣ କାମ ସରିଗଲାଣି। ରାସ୍ତା ସମ୍ପ୍ରସାରଣ କାମ ଠିକା ନେଇଥିବା କମ୍ପାନୀ ଘାଟି କାମ ଶେଷ କରିଲେଣି। ଗାର୍ଡୱାଲ ନିର୍ମାଣ ଏବଂ ପଥର ଜାଲି ଦିଆଯିବା ସତ୍ତ୍ୱେ ଅନେକ ସ୍ଥାନରେ ମାଟି ଅତଡ଼ା ଏବଂ ପଥର ଖସୁଛି। ସୂଚନାଯୋଗ୍ୟ ଯେ, ଗତ କିଛି ଦିନ ହେବ ଲଗାଣ ବର୍ଷା ସମୟରେ ଭୁସ୍ଖଳନ ହେଉଛି। ଜୁଡ଼ିଆ ପାହାଡ଼ ତୀଖ ଥିବାରୁ ରାସ୍ତା ସମ୍ପ୍ରସାରଣ ପରେ ବାରମ୍ବାର ଏପରି ଘଟୁଥିବା ଜଣାପଡ଼ିଛି। ଏହାର ସ୍ଥାୟୀ ପ୍ରତିକାର ପାଇଁ ଏନ୍‌ଏଚ୍‌ଏଆଇ କର୍ତ୍ତୃପକ୍ଷ ପଦକ୍ଷେପ ନେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ମେ’ ୨୦ରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ।

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri