‘ମୁକ୍ତା’ ଯୋଜନାରେ ବଦଳିବ ସହରର ଚିତ୍ର

ଭୁବନେଶ୍ୱର, ୬।୧୨ (ବ୍ୟୁରୋ): ମୁଖ୍ୟମନ୍ତ୍ରୀ କର୍ମତତ୍ପର ଅଭିଯାନ ‘ମୁକ୍ତା’ ଯୋଜନାରେ ବଦଳିବ ସହରର ଚିତ୍ର। ମୁକ୍ତାକାଶ ଜିମ୍‌ ସହିତ ପିଲାଙ୍କ ପାଇଁ ପାର୍କ, କମ୍ୟୁନିଟି ସେଣ୍ଟର ଠାରୁ ଆରମ୍ଭ କରି ପୋଖରୀ ମରାମତି, ରାସ୍ତା, ସୌନ୍ଦର୍ଯ୍ୟକରଣ ଆଦି କରାଯିବ। ଏନେଇ ସୋମବାର ବିଏମ୍‌ସି କାର୍ଯ୍ୟାଳୟରେ ମେୟର ସୁଲୋଚନା ଦାସଙ୍କ ସଭାପତିତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଡିସେମ୍ବର ୧୫ ସୁଦ୍ଧା ନିଜ ନିଜ ଓ୍ବାର୍ଡରେ କେଉଁ କେଉଁ ଉନ୍ନୟନମୂଳକ କାର୍ଯ୍ୟ କରାଯିବ ସେ ନେଇ ପ୍ରସ୍ତାବ ଦେବା ସହ ଜାଗା ମଧ୍ୟ ଚିହ୍ନଟ କରାଇବା ପାଇଁ କର୍ପୋରେଟରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରତି ପ୍ରକଳ୍ପ ପାଇଁ ସର୍ବାଧିକ ୨୦ ଲକ୍ଷ ଟଙ୍କା ଧାର୍ଯ୍ୟ କରାଯାଇଛି। ପ୍ରକଳ୍ପ ନିର୍ମାଣ ଦାୟିତ୍ୱ ଏସ୍‌ଏଚ୍‌ଜି ଗ୍ରୁପ୍‌କୁ ଦିଆଯିବ। ସେମାନେ ସଂସ୍ଥା ବା କଣ୍ଟ୍ରାକ୍ଟରକୁ ଉକ୍ତ ପ୍ରକଳ୍ପ ନିର୍ମାଣ ଦାୟିତ୍ୱ ଦେବେ। ୨୦୨୩-୨୪ରେ ବେଳକୁ ମୁକ୍ତା ମାଧ୍ୟରେ ଏହି ଯୋଜନା କାର୍ଯ୍ୟକାରୀ ହେବ। କମିଟି ଗଠନ କରାଯାଇ କାମ ତାଲିକା ପ୍ରସ୍ତୁତ ହେବ। ଏଥିରେ ସମ୍ପୃକ୍ତ ଓ୍ବାର୍ଡର କର୍ପୋରେଟର ଚେୟାରମ୍ୟାନ୍‌ ରହିବେ। ଅନ୍ୟମାନଙ୍କ ମଧ୍ୟରେ ଓ୍ବାର୍ଡ ଅଫିସର, କମ୍ୟୁନିଟି ଅର୍ଗାନାଜାଇର (ସିଓ), ଜେଇ, ୩ଟି ମିଶନ୍‌ଶକ୍ତିର ସଭାପତି କିମ୍ବା ସେକ୍ରେଟାରୀ, ଆଶା କର୍ମୀ, ଅଙ୍ଗନଓ୍ବାଡି କର୍ମୀ, ଓ୍ବାର୍ଡରେ ଥିବା ବସ୍ତିର ସଭାପତି ବା ସମ୍ପାଦକ, ସ୍ବଚ୍ଛସାଥୀ ପ୍ରମୁଖ କମିଟିର ସଦସ୍ୟ ଭାବେ ରହିବେ। ବୈଠକରେ ଡେପୁଟି ମେୟର ମଞ୍ଜୁଲତା କହଁର, କମିଶନର ବିଜୟ ଅମୃତା କୁଲାଙ୍ଗେ, ଅତିରିକ୍ତ କମିଶନର ସୂର୍ଯ୍ୟବଂଶୀ ମୟୁର ବିକାଶ, ଓ୍ବାର୍କ୍ସ କମିଟି ଚେୟାରମ୍ୟାନ ଅମରେଶ ଜେନା, ସିଟି ଇଂଜିନିୟର ଅରୁଣ ମହାନ୍ତି, ଏବଂ ସମସ୍ତ ଓ୍ବାର୍ଡର କର୍ପୋରେଟର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri