ମ୍ୟୁନିସିପାଲଟି ମହିଳା କର୍ମଚାରୀଙ୍କୁ ହତ୍ୟା କରି ଫିଙ୍ଗିଦେଲ

ବଲାଙ୍ଗୀର ଅଫିସ,୨୫।୯: ବଲାଙ୍ଗୀର ମ୍ୟୁନିସିପାଲଟି ମହିଳା କର୍ମଚାରୀ ଅଷ୍ଟମୀ ବକୁଳ(୩୦)ଙ୍କ ବୀଭତ୍ସ ମୃତଦେହ ରବିବାର ବିଜାଖମନ ଆବର୍ଜନା ଟ୍ରିଟମେଣ୍ଟ ପ୍ଲାଣ୍ଟ ନିକଟରେ ପଡ଼ିଥିବା ଦେଖିବାକୁ ମିଳିଛି। ଅଷ୍ଟମୀଙ୍କ ଦେହରେ କ୍ଷତଚିହ୍ନ ରହିଥିବାରୁ ତାଙ୍କୁ କେହି ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ହତ୍ୟା କରିଥିବା ଅନୁମାନ କରାଯାଉଛି । ମୃତ ଅଷ୍ଟମୀ ବଲାଙ୍ଗୀର ମ୍ୟୁନିସିପାଲଟି ପକ୍ଷରୁ ଘରକୁ ଘର ଯାଇ ଆବର୍ଜନା ସଫା କରୁଥିବା ଗାଡ଼ି ଚଳାଉଥିଲେ । ଏହି ଘଟଣା ଜଣାପଡ଼ିବା ପରେ ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ ଖେଳିଯାଇଛି । ଅଷ୍ଟମୀଙ୍କ ହତ୍ୟା କିଏ ଓ କାହିଁକି କରିଛନ୍ତି ତାହା ସ୍ପଷ୍ଟ ହୋଇନାହିଁ । ଖବରପାଇ ମ୍ୟୁନିସିପାଲଟି ସଫେଇ କର୍ମଚାରୀ, ଅନ୍ୟ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ବଲାଙ୍ଗୀର ଏସ୍‌ଡିପିଓ ତୋଫାନ ବାଗ ଓ ଟାଉନ ଥାନା ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଛାନବିନ ଆରମ୍ଭ କରିଛି। ବଲାଙ୍ଗୀର ସହରରେ ପ୍ରାୟ ପ୍ରତିଦିନ ଅପରାଧିକ କାର୍ଯ୍ୟକଳାପ ବୃଦ୍ଧି ପାଉଥିବାରୁ ସାଧାରଣରେ ଘୋର ଅସନ୍ତୋଷ ପ୍ରକାଶ ପାଇଛି । ଶୁକ୍ରବାର ରାତିରେ ରାଜୀବ ନଗର ଠାରେ ରିଜର୍ଭ ପୋଲିସ ବାରାକ ପଛ ପଟେ ଦୁଇ ଜଣ ଅଧ୍ୟାପକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?