ଧୋତି ପିନ୍ଧାଇଲା ପୌରପାଳିକା

ଅନୁଗୋଳ ଅଫିସ, ୫।୪: ଅନୁଗୋଳ ସହରସ୍ଥିତ ଗୋପବନ୍ଧୁ ଉଦ୍ୟାନରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଟ ଚୌଧୁରୀଙ୍କ ନବନିର୍ମିତ ପ୍ରତିମୂର୍ତ୍ତିର ପୋଷାକକୁ ନେଇ ବିବାଦ ଦେଖାଦେବା ପରେ ତୁରନ୍ତ ତ୍ରୁଟି ସଂଶୋଧନ କରିଛି ପୌରପାଳିକା। ଅନୁଗୋଳ ପୌର କର୍ତ୍ତୃପକ୍ଷ ଏ ନେଇ ସୋମବାର କ୍ଷମାପ୍ରାର୍ଥନା କରିଥିବା ବେଳେ ପ୍ରତିଶ୍ରୁତି ଅନୁଯାୟୀ ମଙ୍ଗଳବାର ପ୍ରତିମୂର୍ତ୍ତିରେ ପରିଧାନ କରାଯାଇଥିବା ପ୍ୟାଣ୍ଟ ଓ ବୁଟ୍‌ ସ୍ଥାନରେ ଧୋତି, ଚପଲ ପିନ୍ଧାଇଛନ୍ତି। ହେଲେ ଏହାସତ୍ତ୍ୱେ ବିବାଦ ଥମି ନାହିଁ। ନବକୃଷ୍ଣଙ୍କ ଝିଅ ତଥା ସର୍ବୋଦୟ ନେତ୍ରୀ କୃଷ୍ଣା ମହାନ୍ତି ପିନ୍ଧାଯାଇଥିବା ଧୋତିକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି, ନବବାବୁ ଏଭଳି ଧୋତି ପରିଧାନ କରୁ ନ ଥିଲେ। ତାଙ୍କୁ ନାଗପୁରିଆ ଭଳି ଧୋତି ପିନ୍ଧାଯାଇଛି। ପୌରପରିଷଦ ଭୁଲ୍‌ ପରେ ଭୁଲ୍‌ କରିଚାଲିଛି। ପ୍ରତିମୂର୍ତ୍ତି ନିର୍ମାଣରେ କରିଥିବା ତ୍ରୁଟି ସୁଧାରିବାକୁ ଘରକୁ ଆସି ଫଟୋ ନେଲେ ନାହିଁ। କେତେଜଣ ଲୋକଙ୍କ ଅହଂକାର ପାଇଁ ଏଭଳି ପରିସ୍ଥିତି ସୃଷ୍ଟି ହେଉଛି। ରାଜସ୍ବ ଓ ସମୟ ଖର୍ଚ୍ଚ ହେଉଥିଲେ ମଧ୍ୟ ଭଲ କାରିଗରଙ୍କୁ ନେଇ କାହିଁକି ପୂର୍ବଜଙ୍କ ମୂର୍ତ୍ତି ପ୍ରସ୍ତୁତ କରାଯାଉନାହିଁ ବୋଲି କୃଷ୍ଣା ମହାନ୍ତି ପ୍ରଶ୍ନ କରିଛନ୍ତି।
ଥାନାରେ ଏତଲା
ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ତ୍ରୁଟିପୂର୍ଣ୍ଣ ପ୍ରତିମୂର୍ତ୍ତି ନିର୍ମାଣ ବିବାଦ ଥାନାରେ ପହଞ୍ଚିଛି। ଅନୁଗୋଳ ବାରସିଂହା ଅଞ୍ଚଳର ରଞ୍ଜନ କୁମାର ପାତ୍ର ଏ ନେଇ ଅନୁଗୋଳ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏତଲାରେ ସେ ଦର୍ଶାଇଛନ୍ତି, ଜିଲାର ପୂର୍ବସୂରୀଙ୍କ ପ୍ରତିମୂର୍ତ୍ତି ପ୍ରତିଷ୍ଠା କରାଯାଇଥିଲେ ମଧ୍ୟ ବିଭିନ୍ନ ସ୍ଥାନରେ ତ୍ରୁଟି ପରିଲକ୍ଷିତ ହୋଇଛି। ତେଣୁ ପୂଜ୍ୟପୂଜାଙ୍କ ପ୍ରତି ଚରମ ଅବହେଳା କରାଯିବା ସହ ଅପମାନ ଦିଆଯାଇଛି। ଜାଣିଶୁଣି କେତେଜଣ ବ୍ୟକ୍ତି ଏପରି କରିଥିବାରୁ ଘଟଣାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରଞ୍ଜନ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?