ଥାନାରୁ ହତ୍ୟା ଅଭିଯୁକ୍ତ ଫେରାର

କୋରାପୁଟ,୨୧ା୧୦(ଅମିତାଭ ବେହେରା): କୋରାପୁଟ ଟାଉନ ଥାନାରୁ ଜଣେ ହତ୍ୟା ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ଅଭିଯୁକ୍ତଙ୍କୁ ନିଜେ ଧରି ବର୍ଷେ ପରେ ପୋଲିସକୁ ଜିମା ଦେଇଥିଲେ ପରିବାର ଲୋକେ। ଜିମା ଦେବାର ୧ ଘଣ୍ଟା ମଧ୍ୟରେ ପୋଲିସ ଉପସ୍ଥିତିରେ ଥାନା ଭିତରୁ ଫେରାର ହୋଇଗଲେ ଅଭିଯୁକ୍ତ। ଅଭିଯୁକ୍ତ ଜଣଙ୍କ ଜୟପୁର ହାନାଗୁଡ଼ା ଅଞ୍ଚଳର ରାହୁଲ ବାଘ। ପୋଲିସ କୋରାପୁଟର ବିଭିନ୍ନ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରଖିଛି। ଗତ ୯ ଡିସେମ୍ବର ୨୦୨୨ରେ କୋରାପୁଟ ସହରର ଅଭିଷେକ ମାଝି ନାମକ ଯୁବକ ନିଜ ସମ୍ପର୍କୀୟ ଭଉଣୀର ବିବାହ ପାଇଁ ସ୍ଥାନୀୟ ୪ ଜଣ ଯୁବକଙ୍କ ସହିତ ଜୟପୁର ଯାଇଥିଲେ। କିନ୍ତୁ ଆଉ ଘରକୁ ଫେରି ନ ଥିଲେ। ଏ ନେଇ ୧୦ରେ କୋରାପୁଟ ସଦର ଥାନାରେ ପରିବାର ଲୋକେ ନିଖୋଜ ଅଭିଯୋଗ କରିଥିଲେ। ଅଭିଯୋଗକୁ ଆଧାର କରି ପୋଲିସ ବିଭିନ୍ନ ଜାଗାରେ ଖୋଜାଖୋଜି କରିଥିଲା। ତେବେ ୧୩ ତାରିଖରେ କୋରାପୁଟ ଜୟପୁର ମୁଖ୍ୟରାସ୍ତା ବିଲା ଘାଟି ଜଙ୍ଗଲରୁ ମୃତଦେହ ମିଳିଥିଲା। ପୋଲିସ ତଦନ୍ତ କରି ଦୁର୍ଘଟଣା ଜନିତ ମୃତ୍ୟୁ ବୋଲି ପରିବାରଙ୍କୁ ଜଣାଇଥିଲେ। ସଠିକ୍‌ ତଦନ୍ତ କରିବା ପାଇଁ ପରିବାର ଲୋକେ କୋରାପୁଟ ସୁନାବେଡ଼ା ମୁଖ୍ୟ ରାସ୍ତା ଅବରୋଧ କରିଥିଲେ। ପୋଲିସ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ତେବେ ଶନିବାର ଜୟପୁର ହାନା ଗୁଡ଼ା ଅଞ୍ଚଳର ରାହୁଲ  ବାଘ ଅଭିଷେକଙ୍କୁ ମାରିଥିବା ନେଇ ସମସ୍ତଙ୍କୁ କହିଥିଲେ। ଏହା ପରେ ଅଭିଷେକଙ୍କ ପରିବାର ଲୋକେ ରାହୁଲଙ୍କୁ ଧରି ପୋଲିସ ଜିମା ଦେଇଥିଲେ। ପରେ ପୋଲିସ ଅଭିଯୁକ୍ତଙ୍କୁ କୋରାପୁଟ ଟାଉନ ଥାନାରେ ରଖିଥିଲା। ସୁଯୋଗ ଦେଖି ଅଭିଯୁକ୍ତ ଥାନା ଛାତ ଡେଇଁ ଚମ୍ପଟ ମାରିଥିଲେ। ପୋଲିସ ପଇସା ନେଇ ଅଭିଯୁକ୍ତଙ୍କୁ ଛାଡ଼ି ଦେଇଥିବା ଅଭିଯୋଗ ଆଣି ଅଭିଷେକଙ୍କ ପରିବାର ଲୋକେ ଥାନା ଘେରାଉ କରିବା ସହିତ ଅଭିଯୁକ୍ତଙ୍କୁ ଧରିବା ପାଇଁ ଅଡ଼ି ବସିଥିଲେ। ଅଭିଯୁକ୍ତଙ୍କୁ ଖୁବ୍‌ଶୀଘ୍ର ଧରାଯିବ ବୋଲି ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri