ଥାନାରୁ ହତ୍ୟା ଅଭିଯୁକ୍ତ ଫେରାର

କୋରାପୁଟ,୨୧ା୧୦(ଅମିତାଭ ବେହେରା): କୋରାପୁଟ ଟାଉନ ଥାନାରୁ ଜଣେ ହତ୍ୟା ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ଅଭିଯୁକ୍ତଙ୍କୁ ନିଜେ ଧରି ବର୍ଷେ ପରେ ପୋଲିସକୁ ଜିମା ଦେଇଥିଲେ ପରିବାର ଲୋକେ। ଜିମା ଦେବାର ୧ ଘଣ୍ଟା ମଧ୍ୟରେ ପୋଲିସ ଉପସ୍ଥିତିରେ ଥାନା ଭିତରୁ ଫେରାର ହୋଇଗଲେ ଅଭିଯୁକ୍ତ। ଅଭିଯୁକ୍ତ ଜଣଙ୍କ ଜୟପୁର ହାନାଗୁଡ଼ା ଅଞ୍ଚଳର ରାହୁଲ ବାଘ। ପୋଲିସ କୋରାପୁଟର ବିଭିନ୍ନ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରଖିଛି। ଗତ ୯ ଡିସେମ୍ବର ୨୦୨୨ରେ କୋରାପୁଟ ସହରର ଅଭିଷେକ ମାଝି ନାମକ ଯୁବକ ନିଜ ସମ୍ପର୍କୀୟ ଭଉଣୀର ବିବାହ ପାଇଁ ସ୍ଥାନୀୟ ୪ ଜଣ ଯୁବକଙ୍କ ସହିତ ଜୟପୁର ଯାଇଥିଲେ। କିନ୍ତୁ ଆଉ ଘରକୁ ଫେରି ନ ଥିଲେ। ଏ ନେଇ ୧୦ରେ କୋରାପୁଟ ସଦର ଥାନାରେ ପରିବାର ଲୋକେ ନିଖୋଜ ଅଭିଯୋଗ କରିଥିଲେ। ଅଭିଯୋଗକୁ ଆଧାର କରି ପୋଲିସ ବିଭିନ୍ନ ଜାଗାରେ ଖୋଜାଖୋଜି କରିଥିଲା। ତେବେ ୧୩ ତାରିଖରେ କୋରାପୁଟ ଜୟପୁର ମୁଖ୍ୟରାସ୍ତା ବିଲା ଘାଟି ଜଙ୍ଗଲରୁ ମୃତଦେହ ମିଳିଥିଲା। ପୋଲିସ ତଦନ୍ତ କରି ଦୁର୍ଘଟଣା ଜନିତ ମୃତ୍ୟୁ ବୋଲି ପରିବାରଙ୍କୁ ଜଣାଇଥିଲେ। ସଠିକ୍‌ ତଦନ୍ତ କରିବା ପାଇଁ ପରିବାର ଲୋକେ କୋରାପୁଟ ସୁନାବେଡ଼ା ମୁଖ୍ୟ ରାସ୍ତା ଅବରୋଧ କରିଥିଲେ। ପୋଲିସ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ତେବେ ଶନିବାର ଜୟପୁର ହାନା ଗୁଡ଼ା ଅଞ୍ଚଳର ରାହୁଲ  ବାଘ ଅଭିଷେକଙ୍କୁ ମାରିଥିବା ନେଇ ସମସ୍ତଙ୍କୁ କହିଥିଲେ। ଏହା ପରେ ଅଭିଷେକଙ୍କ ପରିବାର ଲୋକେ ରାହୁଲଙ୍କୁ ଧରି ପୋଲିସ ଜିମା ଦେଇଥିଲେ। ପରେ ପୋଲିସ ଅଭିଯୁକ୍ତଙ୍କୁ କୋରାପୁଟ ଟାଉନ ଥାନାରେ ରଖିଥିଲା। ସୁଯୋଗ ଦେଖି ଅଭିଯୁକ୍ତ ଥାନା ଛାତ ଡେଇଁ ଚମ୍ପଟ ମାରିଥିଲେ। ପୋଲିସ ପଇସା ନେଇ ଅଭିଯୁକ୍ତଙ୍କୁ ଛାଡ଼ି ଦେଇଥିବା ଅଭିଯୋଗ ଆଣି ଅଭିଷେକଙ୍କ ପରିବାର ଲୋକେ ଥାନା ଘେରାଉ କରିବା ସହିତ ଅଭିଯୁକ୍ତଙ୍କୁ ଧରିବା ପାଇଁ ଅଡ଼ି ବସିଥିଲେ। ଅଭିଯୁକ୍ତଙ୍କୁ ଖୁବ୍‌ଶୀଘ୍ର ଧରାଯିବ ବୋଲି ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri