ସ୍ବାମୀଙ୍କ ସହ ଜାଳେଣି କାଠ ପାଇଁ ଜଙ୍ଗଲକୁ ଯାଇଥିବା ବେଳେ ସ୍ତ୍ରୀ ମୃତ, ହତ୍ୟା ଅଭିଯୋଗ ଆଣିଲେ ମହିଳାଙ୍କ ଭାଇ

ଥୁଆମୂଳରାମପୁର,୧୮ା୫(ଦୁର୍ଗା କୀର୍ତ୍ତି): ଦିନକୁଦିନ ଯୌତୁକ ନିର୍ଯାତନା ଓ ହତ୍ୟା ଘଟଣା ବୃଦ୍ଧି ପାଉଥିବା ବେଳେ କିଛି ଅଞ୍ଚଳରୁ ହୃଦୟ ବିଦାରକ ଭଳି ଘଟଣା ସାମ୍ନାକୁ ଆସୁଛି l କେହି ପରପୁରୁଷ ପ୍ରେମରେ ପଡ଼ି ସ୍ବାମୀଙ୍କୁ ହତ୍ୟା କରୁଛନ୍ତି ତ କେହି ପର ସ୍ତ୍ରୀ ପ୍ରେମରେ ପଡ଼ି ନିଜ ସ୍ତ୍ରୀଙ୍କୁ ହତ୍ୟା କରୁଛନ୍ତି। ଏଭଳି ଏକ ଘଟଣା କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନାରେ ଅଭିଯୋଗ ହୋଇଥିବା ଜଣାପଡ଼ିଛି।

ସୂଚନାରୁ ଜଣାପଡ଼ିଛି, କଳାହାଣ୍ଡି ଜିଲା ଥୁଆମୂଳରାମପୁର ସଦରସ୍ଥିତ ବଣ୍ଡେଲ ଗ୍ରାମର ସୀତାରାମ ମାଝି, ତେରଙ୍ଗାସିଲ ଗ୍ରାମର ଲେଲି ମାଝିଙ୍କ ଝିଅ ଫଗୁନ ମାଝିଙ୍କୁ  କିଛିବର୍ଷ ତଳେ ବିବାହ କହିଥିଲେ। କିନ୍ତୁ ବିବାହର କିଛି ଦିନଠାରୁ ସୀତାରାମ ଓ ତାଙ୍କ ପରିବାର ଯୌତୁକ କଥାକୁ ନେଇ ଅନେକ ଥର ଗଣ୍ଡଗୋଳ ହେଉଥିଲା। ଗତ ଶୁକ୍ରବାର ସ୍ବାମୀ ସ୍ତ୍ରୀ ଦୁହେଁ ଜଙ୍ଗଲକୁ ଜାଲେଣି କାଠ ସଂଗ୍ରହ କରିବା ପାଇଁ ଯାଇଥିଲେ। ସେସମୟରେ ହିଁ ସ୍ତ୍ରୀ ଫଗୁନଙ୍କ କୌଣସି କାରଣରୁ ମୃତ୍ୟୁ ହୋଇଛି ବୋଲି ଫଗୁନଙ୍କ ଭାଇ ଚିତଳ ସିଂ ମାଝିଙ୍କୁ ଫୋନ ଯୋଗେ କିଏ ଜଣେ ଯୋଗାଯୋଗ କରିଥିଲେ। ଖବର ପାଇ ସଙ୍ଗେ ସଙ୍ଗେ ଚିତଳ ଓ ତାଙ୍କ ପରିବାର ଲୋକେ ବଣ୍ଡେଲ ଗ୍ରାମ ନିକଟରେ ଥିବା ଜଙ୍ଗଲକୁ ଯାଇ ଦେଖିଲେ କିନ୍ତୁ ତାଙ୍କ ଭଉଣୀଙ୍କ ମୃତ ଶରୀରର ଜଙ୍ଗଲରେ ନ ଥିଲା ହେଲେ ରହିଥିଲା ସ୍ବାମୀଙ୍କ ଘରେ। ଏନେଇ ମୃତ ଫଗୁନଙ୍କ ଭାଇ ଚିତଳ ଥୁଆମୂଳରାମପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଖବର ପାଇ ଶନିବାର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଥୁଆମୂଳରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲା। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ। ଏନେଇ ଥୁଆମୂଳରାମପୁର ପୋଲିସ ୩୦୪-ବି,୩୦୨,୨୯୪,୩୪ ଭଳି ମାମଲା ରୁଜୁ କରି ତାଙ୍କ ସାମୀ ସୀତାରାମଙ୍କୁ ଥାନାରେ ଅଟକ ରଖି ଅଧିକ ପଚରାଉଚରା କରୁଥିବା ଥାନା ଅଧିକାରୀ କୈବର୍ତ୍ତ୍ୟ ସେଠ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri