ବୁଢ଼ୀ ଠାକୁରାଣୀ ମନ୍ଦିର ପୂଜକଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାଶ: ୨ ମହିଳାଙ୍କ ସମେତ ୭ ଗିରଫ

କୋରାପୁଟ,୧୨ା୧୧(ଅମିତାଭ ବେହେରା): କୋରାପୁଟ ସହରର ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପୂଜକ ରମେଶ ତ୍ରିପାଠୀ ହତ୍ୟା ଘଟଣାରେ ରବିବାର ୨ ମହିଳାଙ୍କ ସମେତ ୭ ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛି କୋରାପୁଟ ଟାଉନ ପୋଲିସ। ରମେଶ ସରକାରୀ ଚାକିରିରୁ ଅବସର ନେବା ପରେ ବୁଢ଼ୀ ଠାକୁରାଣୀ ମନ୍ଦିରର ପୂଜକ ଭାବେ କାର୍ଯ୍ୟ କରୁଥିଲେ। ତାଙ୍କର ସ୍ତ୍ରୀ ଓ ଦୁଇ ପୁଅଙ୍କ ମୃତ୍ୟୁ ଘଟିଥିବା ବେଳେ ଗୋଟେ ମାତ୍ର ଝିଅ ଭବାନୀପାଟଣାରେ ବିବାହ କରି ସେଠାରେ ରହୁଛନ୍ତି। ରମେଶ ଏକାକୀ ଘରେ ରହୁଥିବା ବେଳେ ଘର କାମ କରିବା ପାଇଁ ସରସ୍ବତୀ ଯାନୀ ନାମକ ଜଣେ ମହିଳାଙ୍କୁ ତାଙ୍କ ଘରେ ନିଯୁକ୍ତି ଦେଇଥିଲେ। ରମେଶଙ୍କ ଟଙ୍କା ଓ ଜିନିଷ ଉପରେ ସରସ୍ବତୀଙ୍କ ନଜର ପଡ଼ିଥିଲା। ରମେଶଙ୍କୁ ବାଟରୁ ହଟାଇବା ପାଇଁ ଚାକରାଣୀ ସରସ୍ବତୀ ସମସ୍ତ ଯୋଜନା କରିଥିଲେ। ମାଷ୍ଟରମାଇଣ୍ଡ୍‌ ସରସ୍ବତୀ ଓ ତାଙ୍କ ସହଯୋଗୀ ମିଶି ରମେଶଙ୍କ ଗୋଡ଼ହାତ ବାନ୍ଧି ହତ୍ୟା କରିଥିଲେ। ହତ୍ୟା କରିବା ପରେ ତାଙ୍କ ମୋବାଇଲକୁ ପୋଡ଼ି ଜାଳି ଦେଇଥିଲେ। ରମେଶଙ୍କ ଘରୁ ସୁନା, ରୁପା ସମେତ ଟଙ୍କା ଲୁଟି ନେଇଥିଲେ l ୮ ତାରିଖ ସକାଳୁ ଘଟଣା ସମ୍ପର୍କରେ ପୋଲିସ ଖବର ପାଇବା କ୍ଷଣି ଘଟଣାସ୍ଥଳରେ ପହଞ୍ଚି ଅନୁସନ୍ଧାନ କରିଥିଲା। ପାରିପାର୍ଶ୍ୱିକ ସ୍ଥିତିକୁ ଅନୁଧ୍ୟାନ କରି ହତ୍ୟା ହୋଇଥିବା ପୋଲିସ ପ୍ରକାଶ କରିଥିଲା। ରମେଶଙ୍କ ଘରେ କାମ କରୁଥିବା ସରସ୍ବତୀଙ୍କ ମୋବାଇଲକୁ ଟ୍ରାକ୍‌ କରି ପୋଲିସ ୭ ଜଣଙ୍କୁ ଗିରଫ କରିଛି l ଗିରଫ ୭ ଜଣଙ୍କ ମଧ୍ୟରୁ ୨ ଜଣ ମହିଳା ରହିଥିବା ବେଳେ ୫ ଜଣ ଯୁବକ ରହିଛନ୍ତି। ଗିରଫ ଅଭିଯୁକ୍ତମାନେ ସ୍ଥାନୀୟ ଅଞ୍ଚଳର ବୋଲି ପୋଲିସ ସୂଚନା ଦେଇଛି। ସେମାନେ ହେଲେ ପ୍ରତାପ ଟାକ୍ରି, କିଷାନ ବାଗ୍‌, ନରାଜ ବେନିୟା, ମହେନ୍ଦ୍ର ପାଣିଗ୍ରାହୀ, ରମା ଗୌଡ଼, ସରସ୍ବତୀ ଯାନୀ, ଅଶୋକ ରାୟ। ଗିରଫ ଅଭିଯୁକ୍ତଙ୍କଠାରୁ ମନ୍ଦିରର ଠାକୁରାଣୀଙ୍କ ସୁନା, ରୁପା, ୬ଟି ମୋବାଇଲ ସମେତ ନଗଦ ୧୫ହଜାର ଟଙ୍କା ଜବତ କରାଯାଇଛି। ଗିରଫ ବ୍ୟକ୍ତିଙ୍କୁ ରବିବାର ଅପରାହ୍ନରେ କୋର୍ଟ ଚାଲାଣ କରାଯାଇଥିବା କୋରାପୁଟ ଟାଉନ ଥାନାରେ ଏକ ଖବରଦାତା ସମ୍ମିଳନୀ କରି ସୂଚନା ଦେଇଛନ୍ତି ଏସ୍‌ଡିପିଓ ଶ୍ରାବଣୀ ନାୟକ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri