ଗର୍ଭବତୀଙ୍କୁ ହତ୍ୟା ଘଟଣା: ସ୍ବାମୀ ସହ ପୋଲିସ ଅଟକ!

ବଣାଇଁ,୧୩ା୧୨:ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଟିକାୟତପାଲି ଥାନା ଅନ୍ତର୍ଗତ ଝିର୍ଡାପାଲୀ ଗ୍ରାମରେ ବୁଧବାର ଜଣେ ୭ ମାସର ଗର୍ଭବତୀଙ୍କୁ ଗୁଳିକରି ହତ୍ୟା କରାଯାଇଛି। ମୃତା ମହିଳା ହେଲେ ସାମ୍ୟମୟୀ (୩୧)। ଏହି ଘଟଣାରେ ୪ ଜଣ ଅଟକ ରହିଥିବା ସୂଚନା ମିଳିଛି। ସ୍ବାମୀଙ୍କ ସହ ଜଣେ ପୋଲିସ କର୍ମଚାରୀ ଓ ଗାଁର ୨ ଯୁବକ ଅଟକ ରହିଛନ୍ତି। ହତ୍ୟା ସମ୍ପୃକ୍ତି ସନ୍ଦେହରେ ପୋଲିସ ପଚରାଉଚରା କରୁଛି।
ସୂଚନାଯୋଗ୍ୟ, ଦୁର୍ବୃତ୍ତମାନେ ଲୁଟ୍‌ କରିବାକୁ ଆସି ସାମ୍ୟମୟୀଙ୍କୁ ହତ୍ୟା କରାଯାଇଥିବା ତାଙ୍କ ସ୍ବାମୀ ଦେବେନ ବେହେରା କହୁଥିବାବେଳେ ଝିଅକୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ତାଙ୍କ ବାପା ଅଭିଯୋଗ ଆଣିଛନ୍ତି। ଟିକାୟତପାଲି ଥାନା ପୋଲିସ ଏକ ହତ୍ୟା ମାମଲା ( ନଂ. ୮୭/୨୦୨୪) ରୁଜୁ କରି ଘଟଣାର ତଦନ୍ତ କରୁଛି। ଖବର ଲେଖା ହେବା ସୁଦ୍ଧା ମୃତଦେହ ବ୍ୟବଚ୍ଛେଦ ହୋଇନାହିଁ। ଗୁଳି ଯୋଗୁ ତାଙ୍କର କେଉଁ ଅଙ୍ଗ ପ୍ରଭାବିତ ହୋଇଛି ତାହା ଜାଣିବା ପାଇଁ ହାଇ କ୍ୱାଲିଟି ଏକ୍ସ-ରେ ନିମନ୍ତେ ମୃତଦେହକୁ ସୁନ୍ଦରଗଡ଼ ପଠାଯାଇଥିଲା।
ସାମ୍ୟମୟୀଙ୍କ ସ୍ବାମୀ ଦେବେନଙ୍କ କହିବାନୁଯାୟୀ, ବୁଧବାର ରାତିରେ ସେମାନେ ସ୍ବାମୀସ୍ତ୍ରୀ ଘରେ ଶୋଇଥିଲେ। ବିଳମ୍ବିତ ରାତିରେ ଶୌଚ ହେବା ପାଇଁ ସାମ୍ୟମୟୀ ଉଠିଥିଲେ। ଘରର ମୁଖ୍ୟ କବାଟ କେହି ବାଡ଼େଇବା ଶବ୍ଦ ଶୁଣି ସେ କବାଟ ଖୋଲିଥିଲେ। ଏହାପରେ ଚିତ୍କାର ଓ ଗୁଳି ଫୁଟିବା ଶବ୍ଦ ଶୁଣି ଦେବେନ ବାହାରକୁ ଆସି ଦେଖିଲା ବେଳକୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ସାମ୍ୟମୟୀ ତଳେ ପଡ଼ିଥିଲେ। ତାଙ୍କ ବେକରୁ ଦୁର୍ବୃତ୍ତମାନେ ସୁନାଚେନ୍‌ ଲୁଟି ନେବା ପରେ ଗୁଳିମାଡ଼ କରିଥିଲେ ବୋଲି ଦେବେନ କହିଛନ୍ତି। ତାଙ୍କ କହିବାନୁଯାୟୀ ପଡ଼ୋଶୀଙ୍କ ସହାୟତାରେ ତୁରନ୍ତ ସାମ୍ୟମୟୀଙ୍କୁ ବଣାଇଁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଅନ୍ୟପକ୍ଷରେ ସାମ୍ୟମୟୀଙ୍କୁ ଯୋଜନାବଦ୍ଧଭାବେ ହତ୍ୟା କରାଯାଇଥିବା ତାଙ୍କ ବାପା ପୀତାମ୍ବର ବେହେରା ଅଭିଯୋଗ କରିବା ସହ ଘଟଣାର ତଦନ୍ତ ଦାବି କରିଛନ୍ତି। ସାମ୍ୟମୟୀଙ୍କ ବାପଘର ଛେଣ୍ଡିପଦା ଓ ସେ ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରାଙ୍କ ସମ୍ପର୍କୀୟା ଭଉଣୀ ବୋଲି ଜଣାପଡ଼ିଛି। ତଦନ୍ତ ପରେ ଘଟଣାର ସତ୍ୟାସତ୍ୟ ଜଣାପଡ଼ିବ ବୋଲି ପୋଲିସ କହିଛି। ପୀତାମ୍ବର ବେହେରାଙ୍କ ଏତଲାରେ ଦର୍ଶାଯାଇଛି, ୨୦୨୪ ଫେବୃଆରୀ ୭ରେ ଝିଅର ବିବାହ ହୋଇଥିଲା। ଝିଅ ୭ମାସର ଗର୍ଭବତୀ ଥିଲା। ବୁଧବାର ବିଳମ୍ବିତ ରାତିରେ ଦେବେନଙ୍କ ଜଣେ ମାଉସୀ ଫୋନ କରି କହିଥିଲେ, କେହି ଅଜଣା ବ୍ୟକ୍ତି ସାମ୍ୟମୟୀଙ୍କୁ ଗୁଳିକରି ହତ୍ୟା କରିଛନ୍ତି। ଜ୍ୱାଇଁ କି ଶ୍ୱଶୁର ଶାଶୁ ତାଙ୍କୁ ନ ଜଣାଇବା ଘଟଣାକୁ ଅଧିକ ରହସ୍ୟମୟ କରୁଛି ବୋଲି ସେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଢୁ ଲଢୁ ବିତିଗଲାଣି ୧୭ ଦିନ, ହେଲେ କିଛି ବି କରିପାରିଲେ ନାହିଁ ଟ୍ରମ୍ପ, ବିଶେଷଜ୍ଞ କହିଲେ ଇରାନ ପାଖରେ ବି ରହିଛି ବାଜି….

ଓ୍ବାଶିଂଟନ,୧୭।୩: ଯୁକ୍ତରାଷ୍ଟ୍ର ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ଯୁଦ୍ଧ ଆରମ୍ଭ କରିବାର ୧୭ ଦିନ ବିତିଗଲାଣି, ତଥାପି ଏକ ନର୍ଣ୍ଣାୟକ ଫଳାଫଳ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ଏବେ…

ପଞ୍ଚାୟତସ୍ତରୀୟ ମିଳିତ ଜନଶୁଣାଣି: ସ୍ବାସ୍ଥ୍ୟକେନ୍ଦ୍ରରେ ଖାଲି ପଡ଼ିଥିବା ଡାକ୍ତର ପଦବୀ ପୂରଣ ପାଇଁ ସରପଞ୍ଚଙ୍କ ଦାବି

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ସିଦ୍ଧେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତସ୍ତରୀୟ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ଅତିରିକ୍ତ ବିଡ଼ିଓ ଉମେଶ…

ପୁଣି ବଢ଼ିଲା ଅଶୋଧିତ ତୈଳ ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ହେଲା ପେଟ୍ରୋଲ-ଡିଜେଲ ଦାମ୍

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ପୁଣି ଥରେ ବୃଦ୍ଧି ପାଇଛି। ୧୭ ମାର୍ଚ୍ଚ ମଙ୍ଗଳବାର ଦିନ, ଅଶୋଧିତ ତୈଳ…

LPG ସଙ୍କଟ ଭିତରେ ଆସିଲା ଖୁସିଖବର: ଆଜି ଭାରତରେ ପହଞ୍ଚିବ ଏତିକି ମେଟ୍ରିକ ଟନ୍‌ ଗ୍ୟାସ

ନୂଆଦିଲ୍ଲୀ,୧୭।୩: ଦେଶରେ ବଢ଼ି ଚାଲିଥିବା ଏଲପିଜି ସଙ୍କଟ ମଧ୍ୟରେ ଆଶ୍ୱସ୍ତିର ଖବର ଆସିଛି। ଇରାନ ସରକାରଙ୍କ ସ୍ବତନ୍ତ୍ର ଅନୁମତି ପରେ, ଭାରତୀୟ ଜାହାଜ ପାଇଁ ପଥ ପରିଷ୍କାର…

IPL 2026 ପୂର୍ବରୁ ଧୋନିଙ୍କ ସହ ଫୋନରେ କଥା ହେଲେ ସଞ୍ଜୁ ସାମସନ, କହିଲେ କିଛି ଭିତିରି କଥା, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୭।୩: ଟି-୨୦ ବିଶ୍ୱକପ ବିଜୟୀ ଦଳର ନାୟକ ସଞ୍ଜୁ ସାମସନ ସୋମବାର କହିଛନ୍ତି ଯେ ଆଗାମୀ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ପାଇଁ ଖେଳୁଥିବା ସମୟରେ…

ଇରାନ ପରେ ଟ୍ରମ୍ପଙ୍କ ଟାର୍ଗେଟରେ ଏବେ ଏହି ଦେଶ: ନିଜେ କଲେ ଖୁଲାସା, ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ପରେ ତାଙ୍କର ପରବର୍ତ୍ତୀ ଟାର୍ଗେଟ ବିଷୟରେ ପ୍ରକାଶ କରିଛନ୍ତି। ସେ ଖୋଲାଖୋଲି ଭାବରେ ଇଙ୍ଗିତ କରିଛନ୍ତି ଯେ ତାଙ୍କର…

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ।…

ବରିଷ୍ଠ ନାଗରିକଙ୍କୁ ତାଚ୍ଛଲ୍ୟ

ମନୁଷ୍ୟ ସ୍ବାଭାବିକ ଜୀବନଚକ୍ରରେ ନିର୍ଦ୍ଦିଷ୍ଟ ବର୍ଷ ଅତିକ୍ରମ ପରେ ବୃଦ୍ଧାବସ୍ଥା ପ୍ରାପ୍ତହୁଏ । ଅନେକ ମାତାପିତା ବୃଦ୍ଧାବସ୍ଥାରେ ଅବହେଳାର ଶିକାର ହେଉଥିବା ଅନୁଭବକରି ମିଳିତ ଜାତିସଂଘ ସେମାନଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri