ବାପ, ପୁଅଙ୍କ ସମେତ ୩ଜଣଙ୍କୁ ଉଠାଇନେଲା ପୋଲିସ

ଭୁବନେଶ୍ୱର,୬।୧୦(ବ୍ୟୁରୋ)/ ପୁରୁଣା ଭୁବନେଶ୍ୱର: ଭୁବନେଶ୍ୱର ସାମନ୍ତରାପୁର ଛକ ଜାତୀୟ ରାଜପଥରେ ମିଠା ଦୋକାନୀ ପ୍ରଭାକର ବେହେରା ଓରଫ ଜମ୍ବୁଙ୍କୁ ରବିବାର ଅପରାହ୍ନରେ ହତ୍ୟା କରିଥିଲେ ଦୁର୍ବୃତ୍ତ। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଲାଗି ରହିଥିବାବେଳେ ସୋମବାର ପୁଣି ରାସ୍ତାକୁ ଓହ୍ଲାଇଥିଲେ ବଜାର ବ୍ୟବସାୟୀ। ଅଭିଯୁକ୍ତଙ୍କ ଗିରଫ ଦାବି କରି ସାମନ୍ତରାପୁର ଛକ ନିକଟ ଘଟଣାସ୍ଥଳରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ମୃତ ଜମ୍ବୁଙ୍କ ଫଟୋକୁ ରଖି ଶ୍ରଦ୍ଧାଞ୍ଜଳି ଦେଇଥିଲେ। ସେପଟେ ମୃତ ଜମ୍ବୁଙ୍କ ସ୍ତ୍ରୀ ମିନତି ଥାନାରେ ଦେଇଥିବା ଲିଖିତ ଅଭିଯୋଗରେ ବଳରାମ ମିଠା ଦୋକାନୀଙ୍କ ପୁଅ ଦିଲୁ ବେହେରାଙ୍କ ନାମ ରହିଥିଲା। ଏହି ଅଭିଯୋଗ ଆଧାରରେ ପୋଲିସ ବିଳମ୍ବିତ ରାତିରେ ଦିଲୁଙ୍କ ସମେତ ବାପା ଓ ତାଙ୍କ ମିଠା ଦୋକାନର ଜଣେ କାରିଗରଙ୍କୁ ଉଠାଇ ନେଇ ଏକ ଅଜ୍ଞାତ ସ୍ଥାନରେ ରଖି ପଚରାଉଚରା କରୁଛି। ଏହି ହତ୍ୟା ପଛରେ ଦିଲୁ ହିଁ ମାଷ୍ଟମାଇଣ୍ଡ୍‌ ଓ ତାଙ୍କ ଇଙ୍ଗିତରେ ଦୁଇଜଣ ସୁପାରି କିଲର ଏଭଳି ହତ୍ୟାକାଣ୍ଡ ଘଟାଇଥିବା ପୋଲିସ ସନ୍ଦେହ କରୁଛି।
ବିଭିନ୍ନ ସମୟରେ ଦିଲୁ ମିଠା ଦୋକାନକୁ ଆସି ବ୍ୟବସାୟ କରୁଥିଲେ। ହେଲେ ରବିବାର ହତ୍ୟାକାଣ୍ଡ ଘଟିବା ସମୟରେ ଓ ପରେ ତାଙ୍କୁ ଦୋକାନରେ ଦେଖିବାକୁ ମିଳୁ ନ ଥିବାରୁ ଆହୁରି ସନ୍ଦେହ ବଢ଼ିଛି। ପୂର୍ବରୁ ମଧ୍ୟ ଅନେକଥର ଦିଲୁ ଓ ଜମ୍ବୁଙ୍କ ମଧ୍ୟରେ ତିକ୍ତତା ସୃଷ୍ଟି ହୋଇଥିଲା। ସାମନ୍ତରପୁର ଛକରେ ଦୋକାନ ନ ଖୋଲିବାକୁ ଜମ୍ବୁଙ୍କୁ ଧମକ ଦେଇଥିଲେ ଦିଲୁ। ଏପରି କି କଥା ନ ଶୁଣିଲେ ଜୀବନରୁ ମାରି ଦେବେ ବୋଲି ଦିଲୁ କହିଥିବା ମୃ୍‌ତ ଜମ୍ବୁଙ୍କ ସ୍ତ୍ରୀ ମିନତି କହିଛନ୍ତି। ଦିଲୁ ସ୍ଥାନୀୟ ଥାନା ପୋଲିସ ସହ ଭଲ ସମ୍ପର୍କ ରହିଛି। ତେଣୁ ସେ ତାଙ୍କ ଅସ୍ଥାୟୀ ମିଠା ଦୋକାନକୁ ଭଙ୍ଗାରୁଜା କରିଥିଲେ ମଧ୍ୟ ପୋଲିସ କାର୍ଯ୍ୟାନୁଷ୍ଠାନ ନ ନେଇ ସମାଧାନ କରିଥିଲା ବୋଲି ସେ ଅଭିଯୋଗ କରିଛନ୍ତି। ଏଥିସହ ପୋଲିସ ସୋମବାର ସକାଳେ କ୍ୟାପିଟାଲ ହସ୍ପିଟାଲରେ ମୃତଦେହ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ କହିଛନ୍ତି, ହତ୍ୟାକାରୀଙ୍କୁ ଚିହ୍ନଟ କରି ସାରିଛୁ। ଅଭିଯୁକ୍ତଙ୍କୁ ଧରିବା ପାଇଁ ୩ ଟିମ୍‌ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି। ଖୁବ୍‌ଶୀଘ୍ର ସେମାନଙ୍କୁ ଗିରଫ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri