ହତ୍ୟାକାରୀଙ୍କୁ ୭ ବର୍ଷ ଜେଲ୍‌ ଦଣ୍ଡାଦେଶ

କେନ୍ଦୁଝର,୧୩ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ହତ୍ୟା ମାମଲାର କେନ୍ଦୁଝର ଅତିରିକ୍ତ ଜିଲା ଦୌରାଜଜ୍‌ ମମିତା ଦାସ ବୁଧବାର ଦୋଷୀ ସାବ୍ୟସ୍ତ କରି ରାୟରେ ସଦର ବ୍ଲକ ମଇଦାନ କେଲ ଗ୍ରାମର ସୁଶାନ୍ତ ନାଏକଙ୍କୁ ୭ ବର୍ଷ ଜେଲ୍‌ ଦଣ୍ଡାଦେଶ କରିବା ସହ ୧୦ ହଜାର ଟଙ୍କା ଫାଇନ୍‌ ଆଦେଶ କରିଛନ୍ତି। ଫାଇନ୍‌ ଅନାଦେୟ ଆଉ ୬ ମାସ ଜେଲ୍‌ ଦଣ୍ଡାଦେଶ କରିଛନ୍ତି।

ଘଟଣାରୁ ପ୍ରକାଶ ଯେ, ୭ ଡିସେମ୍ବର ୨୦୧୫ରେ ରାତି ୧୦ଟାରେ ମଇଦାନକେଲ ଗ୍ରାମର ସୁଶାନ୍ତ ନାଏକ ମିଥୁନ ମହାପାତ୍ର ଓ ରାଜୁ ମହାକୁଡ଼ ମୃତ ଜଳଧର ମହାନ୍ତଙ୍କ ଘର ଆଗରେ ବାଲି ଟ୍ରକ୍‌ ଚାଳକମାନଙ୍କ ଠାରୁ ଚାନ୍ଦା ଆଦାୟ କରିବା ସହ ଗଣ୍ଡଗୋଳ କରୁଥିଲେ। ଏହା ଦେଖି ମୃତକ ଜଳଧରର ମୋ’ ଘର ସାମ୍ନାରେ ଏଭଳି ଗଣ୍ଡଗୋଳ କାହିଁକି କରୁଛ ବୋଲି କହିବାରୁ ଦୋଷୀ ଆସାମୀ ସୁଶାନ୍ତ ଉତ୍‌କ୍ଷିପ୍ତ ହୋଇ ହାତରେ ଧରିଥିବା ଏକ କ୍ରିକେଟ୍‌ ଷ୍ଟମ୍ପ୍‌ରେ ମୁଣ୍ଡକୁ ମାଡ଼ ମାରିଥିଲେ। ଫଳରେ ଜଳଧର ଅଚେତ ହୋଇ ପଡ଼ିଥିଲେ। ଏହା ଦେଖି ଅଭିଯୁକ୍ତ ସୁଶାନ୍ତ ଓ ଅନ୍ୟମାନେ ସ୍ଥାନ ଛାଡ଼ି ଚାଲିଯାଇଥିଲ। ଧାଇଁ ପଳାଉଥିବାବେଳେ ଗ୍ରାମବାସୀ ରାଜୁ ମହାକୁଡ଼ଙ୍କୁ ଧରି ଥାନାରେ ଜିମା ଦେଇଥିଲେ। ଆହତ ଜଳଧରଙ୍କୁ ଗ୍ରାମବାସୀ କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାକୁ ଚିକିତ୍ସା ପାଇଁ ନେଇଯାଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟ ଘଟିଥିଲା। ଏହାକୁ ନେଇ ମୃତକଙ୍କ ପୁଅ ତୁଳସୀଦାସ ମହାନ୍ତ ସଦର ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ୩ ଜଣଙ୍କୁ ଗିରଫ କରି ଚାର୍ଜଶିଟ୍‌ ଦାଖଲ କରିଥିଲା। ୧୦ ଜଣ ସାକ୍ଷୀଙ୍କ ବୟାନ ଏବଂ ପୋଲିସ ତଦନ୍ତ ରିପୋର୍ଟକୁ ଭିତ୍ତିକରି କୋର୍ଟ ସୁଶାନ୍ତ ନାଏକଙ୍କୁ ଦୋଷୀ ସାବ୍ୟସ୍ତ କରି ଉପରୋକ୍ତ ରାୟ ପ୍ରଦାନ କରିଛନ୍ତି। ପ୍ରମାଣ ଅଭାବରୁ ଅନ୍ୟ ଦୁଇ ଜଣଙ୍କୁ ଖଲାସ କରି ଦେଇଛନ୍ତି। ସରକାରଙ୍କ ତରଫରୁ ଅତିରିକ୍ତ ପବ୍ଲିକ୍‌ ପ୍ରସିକ୍ୟୁଟର ପ୍ରଫୁଲ୍ଲ ପାତ୍ର କେସ୍‌ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ

ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri