ହତ୍ୟାକାରୀଙ୍କୁ ୭ ବର୍ଷ ଜେଲ୍‌ ଦଣ୍ଡାଦେଶ

କେନ୍ଦୁଝର,୧୩ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ହତ୍ୟା ମାମଲାର କେନ୍ଦୁଝର ଅତିରିକ୍ତ ଜିଲା ଦୌରାଜଜ୍‌ ମମିତା ଦାସ ବୁଧବାର ଦୋଷୀ ସାବ୍ୟସ୍ତ କରି ରାୟରେ ସଦର ବ୍ଲକ ମଇଦାନ କେଲ ଗ୍ରାମର ସୁଶାନ୍ତ ନାଏକଙ୍କୁ ୭ ବର୍ଷ ଜେଲ୍‌ ଦଣ୍ଡାଦେଶ କରିବା ସହ ୧୦ ହଜାର ଟଙ୍କା ଫାଇନ୍‌ ଆଦେଶ କରିଛନ୍ତି। ଫାଇନ୍‌ ଅନାଦେୟ ଆଉ ୬ ମାସ ଜେଲ୍‌ ଦଣ୍ଡାଦେଶ କରିଛନ୍ତି।

ଘଟଣାରୁ ପ୍ରକାଶ ଯେ, ୭ ଡିସେମ୍ବର ୨୦୧୫ରେ ରାତି ୧୦ଟାରେ ମଇଦାନକେଲ ଗ୍ରାମର ସୁଶାନ୍ତ ନାଏକ ମିଥୁନ ମହାପାତ୍ର ଓ ରାଜୁ ମହାକୁଡ଼ ମୃତ ଜଳଧର ମହାନ୍ତଙ୍କ ଘର ଆଗରେ ବାଲି ଟ୍ରକ୍‌ ଚାଳକମାନଙ୍କ ଠାରୁ ଚାନ୍ଦା ଆଦାୟ କରିବା ସହ ଗଣ୍ଡଗୋଳ କରୁଥିଲେ। ଏହା ଦେଖି ମୃତକ ଜଳଧରର ମୋ’ ଘର ସାମ୍ନାରେ ଏଭଳି ଗଣ୍ଡଗୋଳ କାହିଁକି କରୁଛ ବୋଲି କହିବାରୁ ଦୋଷୀ ଆସାମୀ ସୁଶାନ୍ତ ଉତ୍‌କ୍ଷିପ୍ତ ହୋଇ ହାତରେ ଧରିଥିବା ଏକ କ୍ରିକେଟ୍‌ ଷ୍ଟମ୍ପ୍‌ରେ ମୁଣ୍ଡକୁ ମାଡ଼ ମାରିଥିଲେ। ଫଳରେ ଜଳଧର ଅଚେତ ହୋଇ ପଡ଼ିଥିଲେ। ଏହା ଦେଖି ଅଭିଯୁକ୍ତ ସୁଶାନ୍ତ ଓ ଅନ୍ୟମାନେ ସ୍ଥାନ ଛାଡ଼ି ଚାଲିଯାଇଥିଲ। ଧାଇଁ ପଳାଉଥିବାବେଳେ ଗ୍ରାମବାସୀ ରାଜୁ ମହାକୁଡ଼ଙ୍କୁ ଧରି ଥାନାରେ ଜିମା ଦେଇଥିଲେ। ଆହତ ଜଳଧରଙ୍କୁ ଗ୍ରାମବାସୀ କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାକୁ ଚିକିତ୍ସା ପାଇଁ ନେଇଯାଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟ ଘଟିଥିଲା। ଏହାକୁ ନେଇ ମୃତକଙ୍କ ପୁଅ ତୁଳସୀଦାସ ମହାନ୍ତ ସଦର ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ୩ ଜଣଙ୍କୁ ଗିରଫ କରି ଚାର୍ଜଶିଟ୍‌ ଦାଖଲ କରିଥିଲା। ୧୦ ଜଣ ସାକ୍ଷୀଙ୍କ ବୟାନ ଏବଂ ପୋଲିସ ତଦନ୍ତ ରିପୋର୍ଟକୁ ଭିତ୍ତିକରି କୋର୍ଟ ସୁଶାନ୍ତ ନାଏକଙ୍କୁ ଦୋଷୀ ସାବ୍ୟସ୍ତ କରି ଉପରୋକ୍ତ ରାୟ ପ୍ରଦାନ କରିଛନ୍ତି। ପ୍ରମାଣ ଅଭାବରୁ ଅନ୍ୟ ଦୁଇ ଜଣଙ୍କୁ ଖଲାସ କରି ଦେଇଛନ୍ତି। ସରକାରଙ୍କ ତରଫରୁ ଅତିରିକ୍ତ ପବ୍ଲିକ୍‌ ପ୍ରସିକ୍ୟୁଟର ପ୍ରଫୁଲ୍ଲ ପାତ୍ର କେସ୍‌ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

ଗୋବିନ୍ଦାଙ୍କ ପତ୍ନୀ ସୁନିତାଙ୍କ ଚମକିଲା ଭାଗ୍ୟ, ୫୮ ବର୍ଷ ବୟସରେ…

ମୁମ୍ବାଇ: ଗୋବିନ୍ଦାଙ୍କ ପତ୍ନୀ ସୁନିତା ଆହୁଜା, ଯିଏ ପ୍ରାୟତଃ ତାଙ୍କ ବୟାନ ପାଇଁ ଶିରୋନାମାରେ ଥାନ୍ତି। ଏବ ପୁଣି ଥରେ ଖବରରେ ଅଛନ୍ତି। ଏଥର, ତାଙ୍କର ବିବାଦୀୟ…

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri