ରେଳପଥ ଐତିହ୍ୟକୁ ନେଇ ହେବ ସଂଗ୍ରହାଳୟ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ପୂର୍ବତଟ ରେଳପଥ ପକ୍ଷରୁ ରେଳ ଐତିହ୍ୟ ସଂଗ୍ରହାଳୟ ପାଇଁ ବୁଧବାର ଭିତ୍ତିପ୍ରସ୍ତର ସ୍ଥାପିତ ହୋଇଛି। ରେଳପଥ ମହାପ୍ରବନ୍ଧକ ବିଦ୍ୟା ଭୂଷଣ, ଅତିରିକ୍ତ ମହାପ୍ରବନ୍ଧକ ସୁଧୀର କୁମାର ଓ ଅନ୍ୟ ପ୍ରମୁଖ ବିଭାଗୀୟ ଅଧିକାରୀଙ୍କ ଉପସ୍ଥିତିରେ ରେଲ୍‌ଓ୍ବେ ଷ୍ଟାଡିୟମ୍‌ଠାରେ ଏହି ଐତିହ୍ୟ ସଂଗ୍ରହାଳୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ପୁରୁଣା ରେଳ ଉପକରଣର ସଂରକ୍ଷଣ ସହ ରେଳପଥର ସମୃଦ୍ଧ ଇତିହାସ ପ୍ରଦର୍ଶନ କରିବା, ରେଳପଥ ଓ ଏହାର ସଫଳତା ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇବା ଏବଂ ପର୍ଯ୍ୟଟନକୁ ବୃଦ୍ଧି କରିବା ଏହି ରେଳ ସଂଗ୍ରହାଳୟ ପ୍ରତିଷ୍ଠାର ମୁଖ୍ୟ ଉଦ୍ଦେଶ୍ୟ। ପୂର୍ବତଟ ରେଳପଥର ଦୀର୍ଘ ତଥା ସମୃଦ୍ଧ ଐତିହ୍ୟ ଓ ଜୀବନ୍ତ ଇତିହାସକୁ ସଂରକ୍ଷଣ କରିବା ପାଇଁ ପ୍ରୟାସ କରାଯିବ ବୋଲି ବିଦ୍ୟାଭୂଷଣ କହିଥିଲେ। ପୁରାତନ ଯନ୍ତ୍ରପାତି, ପ୍ରଯୁକ୍ତିବିଦ୍ୟାଭିତ୍ତିକ ଉପକରଣ ଓ ମଡେଲଗୁଡିକର କଳାକୃତି, ମଡେଲ ଏବଂ ଫଟୋଚିତ୍ରକୁ ଏହି ହେରିଟେଜ୍‌ ସଂଗ୍ରହାଳୟରେ ସଂରକ୍ଷିତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?