ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ ବେକାର ଯୁବତୀ, ଯୁବକ ଠକେଇର ସମ୍ମୁଖୀନ ହୋଇଥିବା ଚର୍ଚ୍ଚା ଚାଲିଛି। ସେହିପରି କେବଳ ବରଗଡ଼ ନୁହେଁ, ଅନ୍ୟଜିଲା ଗୁଡ଼ିକୁ ମଧ୍ୟ ଉକ୍ତ ଠକସଂସ୍ଥାର ଚେର ଲମ୍ବିଥିବା ସାଧାରଣରେ ଆଲୋଚିତ ହେଉଛି। ବୁଧବାର ବରଗଡ଼ରେ ଠକସଂସ୍ଥା ଧରାପଡ଼ିବା ପରେ ଠକାମୀରେ ପଡ଼ିଥିବା ଅନେକ ଯୁବତୀ, ଯୁବକ ଗୁରୁବାର ସ୍ଥାନୀୟ ଟାଉନ ଥାନା ପୋଲିସକୁ ଫେରାଦ ହୋଇଥିବା ଜଣାପଡ଼ିଛି। ସମ୍ପୃକ୍ତ ଯୁବତୀ, ଯୁବକଙ୍କୁ ଏହି ଠକସଂସ୍ଥା ଷ୍ଟିଲ କମ୍ପାନୀରେ ଚାକିରି ଦେବା ଆଳରେ ଜଣ ପ୍ରତି ୨୦ହଜାରରୁ ୩୦ହଜାର ଟଙ୍କା ପର୍ଯ୍ୟନ୍ତ ନେଇଥିବା ଏବଂ ପରବର୍ତ୍ତୀ ସମୟରେ ସେମାନଙ୍କୁ ବରଗଡ଼ ସହରକୁ ଆଣି ମାର୍କେଟିଂ କାମରେ ଲଗାଇଥିବା ଅଭିଯୋଗ ହୋଇଛି। ଠକସଂସ୍ଥାର ଏଭଳି ଜାଲରେ ପଡ଼ି ଉପକୂଳ ଓଡ଼ିଶାର ଅନେକ ଯୁବତୀ, ଯୁବକ ବରଗଡ଼ ସହରକୁ ଆସିଥିଲେ ଏବଂ ଠକସଂସ୍ଥା ନେଇଥିବା ଭଡ଼ାଘରେ ରହୁଥିଲେ। ଉକ୍ତ ଠକସଂସ୍ଥାର ଠକାମୀ ଧରାପଡ଼ିବା ପରେ ସେହି ସଂସ୍ଥାକୁ ପରିଚାଳନା କରୁଥିବା ଜଣେ ଯୁବକଙ୍କୁ ପୋଲିସ ଅଟକ ରଖି ଅଧିକ ପଚରାଉଚରା କରୁଥିବା ସୂଚନା ମିଳିଛି। ଅନ୍ୟପଟେ ଠକସଂସ୍ଥାର ଜାଲରେ ପଡ଼ି ବରଗଡ଼ରେ ରହୁଥିବା ଉପକୂଳ ଓଡ଼ିଶାର ନିରୀହ ଯୁବତୀ, ଯୁବକମାନେ ଚାକିରି ପ୍ରଲୋଭନରେ ସେହି ଠକସଂସ୍ଥାକୁ ଦେଇଥିବା ଟଙ୍କା ଆଉ ଫେରି ପାଇବେ କି ନାହିଁ, ସେ ନେଇ ସେମାନଙ୍କୁ ଚିନ୍ତା ଘାରିଛି। ଏହା ସହିତ ପାଖରେ ଟଙ୍କା ନଥିବା ଯୋଗୁ ଘରକୁ ଫେରିବା ମଧ୍ୟ ସେମାନଙ୍କ ପାଇଁ କଷ୍ଟସାଧ୍ୟ ହୋଇ ପଡ଼ିଥବା ଉକ୍ତ ଯୁବତୀ, ଯୁବକମାନେ କହିଛନ୍ତି। ବରଗଡ଼ ବାନ୍ଦୁଟିକ୍ରାସ୍ଥିତ ସୁନାରୀ ଗଳିର ଏକ ଭଡ଼ାଘରେ ଏହି ଠକସଂସ୍ଥା ଚାଲିଥିବାବେଳେ କୌଣସି ସୂତ୍ରରୁ ଖବର ପାଇ ସ୍ଥାନୀୟ ଟାଉନ ଥାନା ପୋଲିସ ସେଠାକୁ ପହଞ୍ଚିଥିଲା ଏବଂ ତାକୁ ନେଇ ତନାଘନା ଜାରି ରଖିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ବରିଷ୍ଠ ନାଗରିକଙ୍କ ଯତ୍ନ ନେବା ଜରୁରୀ: ଆଶାବାଡ଼ି ପ୍ରଦାନ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହଠାରେ ଗୁରୁବାର ବ୍ଲକସ୍ତରୀୟ ବିଶ୍ୱ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଆଲିଶା…

ଗଜଲକ୍ଷ୍ମୀ ପୂଜା ପାଇଁ ଶୁଭଖୁଣ୍ଟି ସ୍ଥାପନ: ଖେଳିଗଲା ଉତ୍ସାହ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ତୁଡ଼ିକିବାଡ଼ି ଗ୍ରାମରେ ଚତୁର୍ଥ ବର୍ଷ ଗଜଲକ୍ଷ୍ମୀ ପୂଜା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଅବସରରେ…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?