ଏନଏସି ପାରିଲାନି, ଗାଁ ସଫେଇ କଲେ ଯୁବଗୋଷ୍ଠୀ

ଗଞ୍ଜାମ ଅଫିସ୍‌,୧୦।୯: ଗତ ଅଗଷ୍ଟ ୩୦ରୁ ଗଞ୍ଜାମ ଏନଏସିର ପରିମଳ କାର୍ଯ୍ୟ ଠପ ହୋଇଯାଇଛି l ଯାହା ଫଳରେ ସହରରେ ପରିମଳ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡିଛି l ପୂର୍ବରୁ ଏହି କାର୍ଯ୍ୟ ଠିକା ନେଇଥିବା ଠିକାଦାରଙ୍କ ଅବଧି ସରିବା ପରେ ଏହି ସମସ୍ୟା ଦେଖା ଦେଇଛି। ଏଥିପାଇଁ ସହରର ବିଭିନ୍ନ ୱାର୍ଡରେ କୁଢ଼ କୁଢ଼ ଅଳିଆ ଆବର୍ଜନା ପଡ଼ିଥିବା ଦେଖିବାକୁ ମିଳିଛି l ଏନେଇ ପୁଇଁତୋଳା ଆଠ ନମ୍ବର ୱାର୍ଡ ଯୁବ ଗୋଷ୍ଠୀ ଟ୍ରାକ୍ଟର ସାହାଯ୍ୟରେ ଗ୍ରାମରେ ପଡ଼ିଥିବା ପ୍ରାୟ ଆଠ ଦିନର ଅଳିଆ ସଫେଇ କରିଥିଲେl ଏ ସମ୍ପର୍କରେ ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରଭୁ କଲ୍ୟାଣ ଦାସଙ୍କୁ ପଚାରିବାରୁ ସେ କହିଥିଲେ ପରିମଳ କାର୍ଯ୍ୟ ପାଇଁ ନୂଆ ଟେଣ୍ଡର ହୋଇଛି l ଉକ୍ତ ଟେଣ୍ଡର ଭୁବନେଶ୍ୱରର ଏକ ସଂସ୍ଥା ନେଇଥିବା ବେଳେ ସ୍ଥାନୀୟ ଅଂଚଳର ସୁଇପରଙ୍କ ସହ ଠିକା ନେଇଥିବା ସଂସ୍ଥା ତାଳମେଳ ରହୁନି l ଯାହା ଫଳରେ ଏହି ସମସ୍ୟା ସୃଷ୍ଟି ହୋଇଛି l ଏଥିପାଇଁ ଏନଏସି ସ୍ଥାୟୀ ସୁଇପରଙ୍କ ଦ୍ୱାରା କିଛି ୱାର୍ଡ ସଫେଇ କାର୍ଯ୍ୟ ଚାଲିଛି l ଦିନେ ଦୁଇଦିନ ଭିତରେ ସ୍ଥାୟୀ ସମାଧାନ କରାଯିବ ବୋଲି ସେ କହିଛନ୍ତି। ଅନ୍ୟପଟେ ସ୍ଥାନୀୟ ଅଂଚଳର ସୁଇପରଙ୍କ କହିବା ଅନୁଯାୟୀ ଯେ ପୂର୍ବରୁ ଆମେ ୩୫ ଜଣ ପରିମଳ କାର୍ଯ୍ୟ କରିଆସୁଛୁ l ବର୍ତ୍ତମାନ ଯେଉଁ ସଂସ୍ଥା ପରିମଳ କାର୍ଯ୍ୟ ହାତକୁ ନେଇଛି ସେ କେବଳ ୨୪ ଜଣ ସୁଇପରଙ୍କୁ ନେଇ କାର୍ଯ୍ୟ କରିବାକୁ ଚାହୁଁଛିl ଏଣୁ ଆମେ ବାଧ୍ୟ ହୋଇ କାର୍ଯ୍ୟ ବନ୍ଦ କରିଛୁ ବୋଲି ସେମାନେ କହିଛନ୍ତି l ଯଦି ୩୫ରୁ ଗୋଟିଏ ବି ସୁଇପରଙ୍କୁ ଛାଡିଲେ ଆମେ କାମରେ ସହଯୋଗ କରିବୁ ନାହିଁ ବୋଲି ଚେତାବନୀ ଦେଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

କଂଗ୍ରେସରେ ଯୋଗ ଦେବେ ରାଘବ ଚଢା? ବଡ଼ ଦାବି କଲେ ଅଳକା ଲାମ୍ବା

ନୂଆଦିଲ୍ଲୀ,୩।୪: ଏଏପି ରାଜ୍ୟ ସଭା ଏମପି ରାଘବ ଚଢା ନିଜ ଦଳ ଭିତରେ ନେତାମାନଙ୍କ ଦ୍ୱାରା ସମାଲୋଚନାର ଶିକାର ହୋଇଛନ୍ତି। ରାଜନୈତିକ ମହଲରେ ତାଙ୍କ ସମ୍ପର୍କରେ ବିଭିନ୍ନ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri