ଓଡ଼ିଶା,ଇଣ୍ଡୋନେସିଆର ନାଁ ସୁବର୍ଣ୍ଣ ଅକ୍ଷରରେ ଲିପିବଦ୍ଧ

କଟକ ଅଫିସ,୭ା୫: ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଇଣ୍ଡୋନେସିଆ ରାଷ୍ଟ୍ରଦୂତ ଇନା.ଏଚ୍‌ କ୍ରିଷ୍ଣମୂର୍ତ୍ତି। ଓଡ଼ିଶା ଓ ଇଣ୍ଡୋନେସିଆ ସମ୍ପର୍କକୁ ଆହୁରି ମଜଭୁତ କରିବା ପାଇଁ କଟକ ନୌବାଣିଜ୍ୟ ସଂଗ୍ରହାଳୟରେ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ସଂଗ୍ରହାଳୟରେ ଥିବା ଇଣ୍ଡୋନେସିଆ ଗ୍ୟାଲେରି ବୁଲି ଦେଖିଥିଲେ କ୍ରିଷ୍ଣମୂର୍ତ୍ତି। ୧୯୫୦ ମସିହା ପରଠୁ ଏପର୍ଯ୍ୟନ୍ତ ଆମ୍ବାସାଡର ତାଲିକାରେ ପ୍ରଥମ ମହିଳା ଆମ୍ବାସାଡର ହେଉଛନ୍ତି କ୍ରିଷ୍ଣମୂର୍ତ୍ତି। ଏ ସମ୍ପର୍କରେ ସେ କହିଛନ୍ତି, ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ। ବିଜୁବାବୁଙ୍କ ସମୟରୁ ଇଣ୍ଡୋନେସିଆ ସହ ଯେଉଁ ସମ୍ପର୍କ ରହିଛି ତାହାକୁ ଅଧିକ ମଜଭୁତ କରିବା ପାଇଁ ସମୟ ଆସିଛି। ଇତିହାସରେ ଓଡ଼ିଶା ଓ ଇଣ୍ଡୋନେସିଆର ନଁା ସୁବର୍ଣ୍ଣ ଅକ୍ଷରରେ ଲିପିବଦ୍ଧ ରହିଛି। ପୂର୍ବରୁ ଓଡ଼ିଆ ସାଧବ ପୁଅମାନେ ଇଣ୍ଡୋନେସିଆ ଗସ୍ତ କରି ସେଠାରେ ବାଣିଜ୍ୟ କରୁଥିଲେ। ବର୍ତ୍ତମାନ ସମୟରେ ସମ୍ପର୍କର ସେତୁକୁ ବିକାଶ କରିବାର ସମୟ ଆସିଛି ା ତେଣୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ଦିଗରେ ଯଥେଷ୍ଟ କାର୍ଯ୍ୟପନ୍ଥା ହାତକୁ ନେଇଛନ୍ତି। ଏହି ଗସ୍ତ ସମ୍ପର୍କକୁ ନିଶ୍ଚୟ ଦୃଢ କରିବ ବୋଲି କ୍ରିଷ୍ଣମୂର୍ତ୍ତି ଆଶା ରଖିଛନ୍ତି। ଓଡ଼ିଶା ଓ ଇଣ୍ଡୋନେସିଆ ମଧ୍ୟରେ ରହିଥିବା ପୁରାତନ ସାଂସ୍କୃତିକ ଓ ନୌବାଣିଜ୍ୟ ପରମ୍ପରାକୁ ଉଜ୍ଜୀବିତ କରିବା ପାଇଁ କଳିଙ୍ଗ ଅନ୍ତର୍ଜାତୀୟ ଯୁବ ପ୍ରତିଷ୍ଠାନ ପକ୍ଷରୁ ଏଭଳି ପ୍ରୟାସ କରାଯାଇଛି ା ପ୍ରତିଷ୍ଠାନର ସଭାପତି ବିଭୁ ପ୍ରସାଦ ସ୍ବାଇଁ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri