ଅଗ୍ନିଶମ ବାହିନୀର ନାଁ ‘ଅଗ୍ନିଶମ ଏମର୍ଜେନ୍ସି ବିଭାଗ’ ହେବ

ଭୁବନେଶ୍ୱର,୧୧ା୮(ବ୍ୟୁରୋ): ଅଗ୍ନିଶମ ବାହିନୀର ନାଁ ବଦଳି ହେବ ‘ଅଗ୍ନିଶମ ଏମର୍ଜେନ୍ସି ବିଭାଗ’। ଏଥିସହ ଏନ୍‌ଡିଆର୍‌ଏଫ୍‌ ଭଳି ଅଗ୍ନିଶମ ବାହିନୀ ମଧ୍ୟ ତ୍ୱରିତ ସେବା ପ୍ରଦାନ କରିବା ସହ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ଅନ୍ତର୍ଜାତୀୟମାନର ପ୍ରଶିକ୍ଷଣ ଦିଆଯିବ ବୋଲି ବୁଧବାର ଓଡ଼ିଶା ଅଗ୍ନିଶମ ନିର୍ଦ୍ଦେଶାଳୟ ଦ୍ୱାରା ଭୁବନେଶ୍ୱର ବରମୁଣ୍ଡାସ୍ଥିତ ଓଡ଼ିଶା ଅଗ୍ନିଶମ ଓ ବିପତ୍ତି ନିସ୍ତାର ପ୍ରତିଷ୍ଠାନଠାରେ ଆୟୋଜିତ ରାଜ୍ୟସ୍ତରୀୟ ବରିଷ୍ଠ ଅଗ୍ନିଶମ ଅଧିକାରୀ ଅଧିବେଶନ-୨୦୨୨ରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗୃହ ରାଷ୍ଟ୍ର ମନ୍ତ୍ରୀ ତୁଷାରକାନ୍ତି ବେହେରା ଏହା କହିଛନ୍ତି। ସେ କହିଥିଲେ, ରାଜ୍ୟ ସରକାର ଏହି ବିଭାଗ ପାଇଁ ୪୦୦ କୋଟିର ଖର୍ଚ୍ଚ ପାଇଁ ଆକଳନ କରିଛନ୍ତି। କେନ୍ଦ୍ର ଅଗ୍ନିଶମ ବିଭାଗକୁ ରାଜ୍ୟ ଅଗ୍ନିଶମ ବିଭାଗର ଉନ୍ନତୀକରଣ ପାଇଁ ୨୪୬ କୋଟି ପ୍ରଦାନ ପାଇଁ ଏକ ଚିଠା ପ୍ରସ୍ତୁତ କରାଯାଇଛି। ନିଆଁଲିଭା ବ୍ୟତୀତ ଏନ୍‌ଡିଆର୍‌ଏଫ୍‌ କାର୍ଯ୍ୟ ଠାରୁ ଅଧିକ କିଛି କରିବା ପାଇଁ ଯୋଜନା ପ୍ରସ୍ତୁତ ହୋଇଛି। କଟକ ଓ ଭୁବନେଶ୍ୱରରେ ଲୋକଙ୍କୁ ଆପାତ୍‌କାଳୀନ ସେବା ଯୋଗାଇଦେବାକୁ ୨୦୦ ସ୍ବତନ୍ତ୍ର ଅଗ୍ନିଶମ ବାହିନୀ ପ୍ରସ୍ତୁତ କରିବାକୁ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଥିବା ସେ କହିଛନ୍ତି। ଅନ୍ୟପକ୍ଷରେ ଅଗ୍ନିଶମ ସେବାର ଅତ୍ୟାଧୁନିକୀକରଣ ଲାଗି ଅର୍ଥ କେବେ ବି ବାଧକ ସାଜିବ ନାହିଁ ବୋଲି ସମ୍ମାନିତ ଅତିଥି ଭାବେ ଯୋଗଦେଇ ସ୍ବତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ ଜେନା କହିଥିଲେ। ଏହି ଅବସରେ ଅଗ୍ନିଶମ ଡିଜି ସନ୍ତୋଷ ଉପାଧ୍ୟାୟ କହିଥିଲେ, ଅନ୍ୟ ଶିଳ୍ପାଞ୍ଚଳ ସହ ତୈଳ ଓ ରାସାୟନିକ ଶିଳ୍ପଗୁଡିକର ଅଗ୍ନି ବିପତ୍ତି ନିରୋଧ କ୍ଷମତା ବୃଦ୍ଧି କରିବା ଜରୁରୀ ବୋଲି କହିଥିଲେ। ଏହି ଅବସରରେ ଅତିଥିମାନେ ଫାୟାର ସର୍ଭିସ ନ୍ୟୁଜ ବୁଲେଟିନ୍‌ ଓ ଟେଲିଫୋନ ଡିରେକ୍ଟୋରୀ ଉନ୍ମୋଚନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୩ରେ ଲଘୁଚାପ: ପାଣିପାଗ ବିଭାଗ କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କେଶୁରାରେ ସିରିଜ୍‌ ଦୁର୍ଘଟଣା ନୁହେଁ, ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଲା ସାଂଘାତିକ ସତ, ଫିଲ୍ମ ଷ୍ଟାଇଲ୍‌ରେ…

ଭୁବନେଶ୍ୱର,୧୨ା୧୦: ରାଜଧାନୀର କେଶୁରା ଅଞ୍ଚଳରେ ଘଟିଥିବା ସିରିଜ ଦୁର୍ଘଟଣାରେ ଆସିଛି ନୂଆ ଟୁଇଷ୍ଟ୍‌। ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ପ୍ରଥମେ ଏହାକୁ ସିରିଜ୍‌ ଦୁର୍ଘଟଣା…

Odisha SIR Voter List Row: ୩ ଦିନରେ ୩୩,୫୧୫ ଫର୍ମ-୬ ଆବେଦନପତ୍ର ଗ୍ରହଣ

ଭୁବନେଶ୍ୱର,୧୧ା୧୦(ସୁନିତ୍‌ ମିଶ୍ର): ଭାରତର ନିର୍ୱାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାର ଭୋଟର ତାଲିକାରେ ନାମ ସାମିଲକରିବା ଉଦ୍ଦେଶ୍ୟରେ ଗତ ୭ରୁ ୯ ତାରିଖ ଯାଏ ରାଜ୍ୟବ୍ୟାପୀ ଏକ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍‌ଶାରେ ଉତ୍ତେଜନା

କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍‌ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…

ଗରମ ଗୁଳୁଗୁଳି ସହ ଝଡ଼ବର୍ଷା, ଆଜି ୧୩ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୧୧ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ…

ଘୂର୍ଣ୍ଣିବଳୟ ସକ୍ରିୟ: ଏହିସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?