ଏଣିକି ବଦଳିବ ସ୍ବାସ୍ଥ୍ୟକେନ୍ଦ୍ରର ନାମ: କ’ଣ ରହିବ ଜାଣନ୍ତୁ 

ଭୁବନେଶ୍ୱର,୨୨।୭: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ସୋମବାର ଆରମ୍ଭ ହୋଇଛି। ଏହି ଅବସରରେ ରାଜ୍ୟପାଳ  ତାଙ୍କ ଅଭିଭାଷଣ ରଖି କହିଛନ୍ତି, ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗୁ କରାଯିବ। ଏହା ସମସ୍ତ ଯୋଗ୍ୟ ଓଡ଼ିଶାବାସୀଙ୍କ ପାଇଁ ସାର୍ବଜନୀନ ସ୍ବାସ୍ଥ୍ୟ ସେବା ଯୋଗାଇବ।
ଅନ୍ୟପକ୍ଷେ  ରାଜ୍ୟରେ ୩ ହଜାର ନୂଆ ଡାକ୍ତରଙ୍କୁ ନିଯୁକ୍ତ କରାଯିବା ସହ  ଉପକେନ୍ଦ୍ର ଓ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ନାମ ପରିବର୍ତ୍ତନ କରି ଏହାକୁ ଆରୋଗ୍ୟ ମନ୍ଦିର ରଖାଯିବ ବୋଲି ରାଜ୍ୟପାଳ ନିଜ ଅଭିଭାଷଣରେ କହିଛନ୍ତି । ୨୦୩୦ ସୁଦ୍ଧା ଓଡ଼ିଶାକୁ ମ୍ୟାଲେରିଆ ମୁକ୍ତ କରାଯିବ ବୋଲି ରାଜ୍ୟପାଳ କହିଛନ୍ତି ।ଏହା ସମସ୍ତ ଯୋଗ୍ୟ ଓଡ଼ିଶାବାସୀଙ୍କ ପାଇଁ ସାର୍ବଜନୀନ ସ୍ବାସ୍ଥ୍ୟ ସେବା ଯୋଗାଇବ। ଏପରିକି ଗର୍ଭବତୀଙ୍କୁ ପୁଷ୍ଟିକର ଆବଶ୍ୟକତା ପୂରଣ ପାଇଁ ଆର୍ଥିକ ସହାୟତା ମିଳିବ।
ସେହିପରି  ବଲାଙ୍ଗୀର, କଳାହାଣ୍ଡି, ବରଗଡ ଓ ନୂଆପଡ଼ାରେ ୧୦ଟି ଜଳସେଚନ ପ୍ରକଳ୍ପକୁ ସମ୍ପୂର୍ଣ୍ଣ କରାଯିବ । ଭାରତ ବର୍ଷରେ ଓଡ଼ିଶା ବାଜରାର ହବ୍‌ ହେବ ବୋଲି ରାଜ୍ୟପାଳ କହିଛନ୍ତି । ରାଜ୍ୟରେ ଯୁବବର୍ଗଙ୍କୁ ନିଯୁକ୍ତି ସହିତ କୃଷି, ସ୍ବାସ୍ଥ୍ୟ ଆଦି ବିଭିନ୍ନ କ୍ଷେତ୍ରକୁ ସେ ଗୁରୁତ୍ୱ ଦେଇ  ବିଶେଷ ଘୋଷଣା  କରିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri