ଖୁବ୍‌ଶୀଘ୍ର ପିସିସି ସଭାପତିଙ୍କ ନାମ ଘୋଷଣା

ଭୁବନେଶ୍ୱର,୧୮।୪ (ବ୍ୟୁରୋ): ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ସଭାପତି ପରିବର୍ତ୍ତନ ନେଇ ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ଅନୁମତି ଦେବାପରେ ରାଜ୍ୟ ପ୍ରଭାରୀ ଡ. ଏ. ଚେଲ୍ଲାକୁମାରଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି। ଏଥିପାଇଁ ସେ ଆସନ୍ତା ୨୨ ତାରିଖରେ ଓଡ଼ିଶା ଆସିପାରନ୍ତି ବୋଲି ସୂଚନା ମିଳିଛି। ଏଆଇସିସି ନେତା ରାହୁଲ ଗାନ୍ଧୀ ଚଳିତ ମାସ ଚତୁର୍ଥ ସପ୍ତାହରେ ବିଦେଶ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଥିବାରୁ ଏହା ପୂର୍ବରୁ ପିସିସି ସଭାପତି ଚୟନ ପ୍ରକ୍ରିୟା ସାରିବାକୁ ଆଦେଶ ରହିଛି। ଏଣୁ ଅତିଶୀଘ୍ର ନୂତନ ପିସିସି ସଭାପତିଙ୍କ ନାମ ଘୋଷଣା କରାଯିବା ନେଇ ଚିତ୍ର ସ୍ପଷ୍ଟ ହୋଇଛି।
ପିସିସି ସଭାପତି ପରିବର୍ତ୍ତନ ନେଇ ସମସ୍ତ ପ୍ରକ୍ରିୟା ଆରମ୍ଭ ହୋଇସାରିଥିବାବେଳେ ପ୍ରଭାରୀ ଚେଲ୍ଲାକୁମାର ରାଜ୍ୟର ପ୍ରାୟ ସମସ୍ତ ବରିଷ୍ଠ ନେତାଙ୍କ ସହିତ ଏହି ବିଷୟରେ ପ୍ରାରମ୍ଭିକ ଆଲୋଚନା କରିସାରିଛନ୍ତି। ତେବେ ଆଗାମୀ ଗସ୍ତ ସମୟରେ ସେ ବିଧାୟକ ଓ ବରିଷ୍ଠ ନେତାଙ୍କ ସହ ମୁହାମୁହିଁ ଆଲୋଚନା କରିବେ। ତେବେ ସମସ୍ତଙ୍କ ସହମତିରେ ଯିଏ ଉଭୟ ରାଜ୍ୟବାସୀ ଓ କର୍ମୀଙ୍କ ଗ୍ରହଣୀୟ ହେବ ତାଙ୍କୁ ହିଁ ସଭାପତି ପଦ ପାଇଁ ଚୂଡ଼ାନ୍ତ କରାଯିବ ବୋଲି ଶୁକ୍ରବାର ପ୍ରଭାରୀ ଚେଲ୍ଲାକୁମାର ସୂଚନା ଦେଇଥିଲେ। ଅପରପକ୍ଷରେ ପିସିସି ସଭାପତି ପଦ ପାଇଁ କଂଗ୍ରେସର ୯ ବିଧାୟକଙ୍କ ମଧ୍ୟରୁ ଜଣଙ୍କୁ କରାଯିବାକୁ ନେଇ ବିଧାୟକମାନେ ଦାବି କରି ଆସୁଛନ୍ତି। ନିର୍ବାଚିତ ନେତୃବୃନ୍ଦଙ୍କ ମଧ୍ୟରୁ ଜଣଙ୍କୁ ଦାୟିତ୍ୱ ପ୍ରଦାନ କଲେ ଦଳରେ ନେତୃତ୍ୱ ଓ ଜନସାଧାରଣଙ୍କ ମଧ୍ୟରେ ଗ୍ରହଣୀୟତା ବୃଦ୍ଧି ପାଇବ ବୋଲି ଯୁକ୍ତି ରଖିଛନ୍ତି। ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଓ ଶରତ ପଟ୍ଟନାୟକ ଏହି ପଦବୀ ଦୌଡ଼ରୁ ନିଜକୁ ଦୂରରେ ରଖିଥିବାବେଳେ ବରିଷ୍ଠ କଂଗ୍ରେସ ନେତା ଭକ୍ତରଣ ଦାସ କିମ୍ବା ବିଧାୟକଙ୍କ ମଧ୍ୟରୁ ହିଁ ପିସିସି ସଭାପତି ହେବେ ବୋଲି ଦଳୀୟ ମହଲରୁ ଶୁଣିବାକୁ ମିଳିୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri