ମଷ୍ଟରରୋଲ୍‌ରେ ଅବସରପ୍ରାପ୍ତ ଶିକ୍ଷକ, ପୋଷ୍ଟମାଷ୍ଟରଙ୍କ ନାଁ

ଦିଗପହଣ୍ଡି,୧୮।୧୨(ଡି.ଏନ.ଏ.) – ଦିଗପହଣ୍ଡି ବ୍ଲକ ବଡ଼ଡିମ୍ବୁଳା ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ମଷ୍ଟରରୋଲରେ ଅବସରପ୍ରାପ୍ତ ଶିକ୍ଷକଙ୍କ ସମେତ ପୋଷ୍ଟମାଷ୍ଟର ଓ ସେମାନଙ୍କ ସ୍ତ୍ରୀଙ୍କ ନାଁ ଲେଖାଯାଇ ମଜୁରୀ ପ୍ରଦାନ କରାଯାଇଛି। ଏହାର ଭିଜିଲାନ୍ସ ତଦନ୍ତ ପାଇଁ ଗ୍ରାମବାସୀଙ୍କ ପକ୍ଷରୁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି।
ବଡ଼ଡୁମ୍ବୁଳା ଗ୍ରାମର ଜଣେ ପୋଷ୍ଟମାଷ୍ଟରଙ୍କ ନାଁରେ ଥିବା ଜବକାର୍ଡ (ନଂ.୨୯୦୨୪୮୨୧୧୯) ଦ୍ୱାରା ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ପୋଖରୀ ନିର୍ମାଣ ଆଳରେ ଦିଗପହଣ୍ଡିସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ ଓ ଉତ୍କଳ ଗ୍ରାମୀଣ ବ୍ୟାଙ୍କ ଖାତାରୁ ବହୁ ଟଙ୍କା ଉଠାଣ କରାଯାଇଛି। ସେହିପରି ବଡ଼ ଡିମ୍ବୁଳା ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ଅବସରପ୍ରାପ୍ତ ଶିକ୍ଷକ ଏବଂ ତାଙ୍କ ସ୍ତ୍ରୀ ମିଳିତ ଭାବରେ ଏମ୍‌ଜିଏନ୍‌ଆରଇଜିଏସରେ ୪୦ ହଜାରରୁ ଅଧିକ ଟଙ୍କା ସରକାରୀ ତହବିଲରୁ ଉଠାଣ କରିଛନ୍ତି। ଯାହାଙ୍କ ଜବକାର୍ଡ ପଞ୍ଜିକୃତ ସଂଖ୍ୟା ଓଆର୍‌ -୧୨- ୦୦୯-୦୦୪-୦୦୪-୭୫୯୫। ତେବେ କିପରି ଏମାନଙ୍କ ନକଲି ହାଜିରା ଦର୍ଶାଇ ସରକାରୀ ତହବିଲରୁ ନିୟମିତ ବ୍ୟବଧାନରେ ମଜୁରୀ ବାବଦରେ ଅର୍ଥରାଶି ଉଠାଣ କରାଗଲା ତାହା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଅନ୍ୟପକ୍ଷରେ ଗ୍ରାମର କେତେଜଣ କହିଛନ୍ତି, ଏମ୍‌ଜିଏନ୍‌ଆରଇଜିଏସ କାମରେ ଟ୍ରାକ୍ଟର, ଜେସିବି ବ୍ୟବହାର ହେଉଛି। ଶ୍ରମିକ ଆବଶ୍ୟକ ହେଲେ ଅନ୍ୟ ଗାଁରୁ ଆଦିବାସୀଙ୍କୁ ଆଣି ଅଳ୍ପ ଟଙ୍କା ଦେଇ କାମ କରାଯାଉଛି। ଏପଟେ ଗାଁର ବେକାର ଶ୍ରମିକମାନେ କାମ ନ ପାଇ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯିବାକୁ ବାଧ୍ୟ ହେଉଛନ୍ତି। ଏ ସମ୍ପର୍କରେ ବିଡ଼ିଓ ହଳଧର ଶବରଙ୍କ ସହ ଯୋଗାଯୋଗ କରିବାରେ ସେ କହିଛନ୍ତି ଗ୍ରାମବାସୀଙ୍କ ଅଭିଯୋଗର କୌଣସି ସତ୍ୟତା ନାହିଁ। ସ୍ବଳ୍ପ ବେତନ ଭୋଗୀ କର୍ମଚାରୀମାନେ ବ୍ୟକ୍ତିଗତ ପ୍ରକଳ୍ପ ନିର୍ମାଣ କରିପାରିବେ। ଯଦି କୌଣସି ଅନିୟମିତତା କରାଯାଇଥିବା ପ୍ରମାଣ ମିଳେ ତାହା ହେଲେ ଅର୍ଥରାଶି ଫେରସ୍ତ ପାଇଁ ପଦକ୍ଷେପ ନିଆଯିବ ବୋଲି ବିଡିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri