ବଦଳିଲା ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନାମ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ):ବାରିପଦାରେ ଅବସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନାମ ମୟୂରଭଞ୍ଜର ପୂର୍ବତନ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ କରାଯାଇଛି। ବୁଧବାର ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଏ ନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ମଧ୍ୟ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏଥିସହିତ ବିଶ୍ୱବିଦ୍ୟାଳୟ ଲାଇବ୍ରେରିର ଉନ୍ନତି ପାଇଁ ମଧ୍ୟ ସରକାର ପଦକ୍ଷେପ ନେବେ।
ସୂଚାନଯୋଗ୍ୟ ଯେ, ଓଡ଼ିଶାର ବିକାଶରେ ମୟୂରଭଞ୍ଜ ମହାରାଜାଙ୍କ ବିଶେଷ ଅବଦାନ ରହିଛି। ଚଳିତ ବର୍ଷ ରାଜ୍ୟ ସରକାର ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓଙ୍କ ୧୫୦ତମ ଜୟନ୍ତୀ ପାଳନ କରୁଛନ୍ତି। ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ନାମକୁ ମୟୂରଭଞ୍ଜ ମହାରାଜାଙ୍କ ନାମରେ ନାମିତ କରିବାକୁ ଜିଲା କମିଟି ପକ୍ଷରୁ ବିଜେଡି ରାଜ୍ୟ ପରିଷଦ ବୈଠକରେ ପ୍ରସ୍ତାବ ଦିଆଯାଇଥିଲା। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଗ୍ରହଣ କରିବା ସହ ତୁରନ୍ତ କାର୍ଯ୍ୟକାରୀ କରିଛନ୍ତି।