ନାମଫଳକରୁ ଅନ୍ତର୍ଜାତୀୟ ଶବ୍ଦ ଗାଏବ

ରାଉରକେଲା,୨୬।୧୧(ବିପ୍ଳବ ରଞ୍ଜନ ଦାଶ)ରାଉରକେଲା ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ହେଉଛି ଭାରତର ସର୍ବବୃହତ୍‌ ହକି ଷ୍ଟାଡିୟମ। ଏହି ଷ୍ଟାଡିୟମ ଗିନିଜ ବୁକ୍‌ ଅଫ୍‌ ଓ୍ବାଲର୍‌ଡ ରେକର୍ଡରେ ସ୍ଥାନ ପାଇଛି। ମାତ୍ର ପରିତାପର ବିଷୟ ଏହି ହକି ଷ୍ଟାଡିୟମ ନାମ ଫଳକରୁ ଅନ୍ତର୍ଜାତୀୟ ଶବ୍ଦ ଗାଏବ ହୋଇଯାଇଥିଲେ ମଧ୍ୟ ତାହା ପୁନଃ ଉଲ୍ଲେଖ କରାଯାଉନାହିଁ। ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମକୁ ଯିବା ପାଇଁ ସୂଚନା ପ୍ରଦାନ କରୁଥିବା ନାମଫଳକରେ ଉଭୟ ଓଡ଼ିଆ ଏବଂ ଇଂରାଜୀ ଭାଷାରେ ଅନ୍ତର୍ଜାତୀୟ ଶବ୍ଦ ନାହିଁ। ଯାହାକୁ ନେଇ ସହରର ହକି କ୍ରୀଡ଼ା ପ୍ରେମୀ, ସମୀକ୍ଷକ ଓ ସଙ୍ଗଠକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଆଗକୁ ହକି ପ୍ରୋ ଲିଗ୍‌ ଅନ୍ତର୍ଜତୀୟ ମ୍ୟାଚ୍‌ ଏହି ଷ୍ଟାଡିୟମରେ ହେବାକୁ ରହିଛି। ତେଣୁ ତୁରନ୍ତ ନାମ ଫଳକରେ ଅନ୍ତର୍ଜାତୀୟ ଶବ୍ଦକୁ ଉଲ୍ଲେଖ କରିବା ପାଇଁ ଦାବି ହେଉଛି।
ବରିଷ୍ଠ ହକି କ୍ରୀଡ଼ା ସମୀକ୍ଷକ ସୁଶାନ୍ତ ବେହେରା କୁହନ୍ତି, ୨୦ହଜାର ସିଟ୍‌ ବିଶିଷ୍ଟ ଦେଶର ବୃହତ ହକି ଷ୍ଟାଡିୟମ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ନାମଫଳକରୁ ଅନ୍ତର୍ଜାତୀୟ ଶବ୍ଦକୁ ବାଦ୍‌ ଦିଆଯିବା ଦୁର୍ଭାଗ୍ୟର ବିଷୟ। ଆଗକୁ ପ୍ରୋ-ଲିଗ ରହିଥିବାରୁ ରାଜ୍ୟ କ୍ରୀଡ଼ା ବିଭାଗ ପକ୍ଷରୁ ନାମଫଳକରେ ତୁରନ୍ତ ଅନ୍ତର୍ଜାତୀୟ ନାମକୁ ମୁଦ୍ରଣ କରିବା ଆବଶ୍ୟକ ବୋଲି ସେ କହିଥିଲେ। ଏ ନେଇ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ୍‌ ଇନ୍‌ଚାର୍ଜ ବିଶ୍ୱଜିତ ମହାନ୍ତଙ୍କୁ ପଚାରିବାରୁ ସେ କହିଥିଲେ, ମୁଦ୍ରିତ ନାମଫଳକରେ ଅନ୍ତର୍ଜାତୀୟ ନାଁ ରହିବାର ଥିଲା। ସମସ୍ତ ବ୍ୟାଙ୍କ ଆକାଉଣ୍ଟ ସହ କାଗଜପତ୍ରରେ ମଧ୍ୟ ଅନ୍ତର୍ଜାତୀୟ ଶବ୍ଦ ବ୍ୟବହାର ହେଉଛି। ମାତ୍ର ନାମଫଳକ ମଝିରେ ଏହି ଶବ୍ଦ ଲମ୍ବା ହେଉଥିବାରୁ ଏହାକୁ ପରିବର୍ତ୍ତନ କରାଗଲା। ପରିବର୍ତ୍ତିତ ନାମ ଫଳକ ଦେଖିବା ଓ ଶୁଣିବାକୁ ଭଲ ହେବାରୁ ଅନ୍ତର୍ଜତେୀୟ ନାମକୁ ଡ୍ରପ୍‌ କରାଗଲା। ଏହା ଭୁବନେଶ୍ୱର ମୁଖ୍ୟ କାର୍ଯ୍ୟାଳୟରୁ ହୋଇଛି। ତେବେ ଏହାକୁ ମୁଦ୍ରଣ କରିବା ପାଇଁ ପ୍ରସ୍ତାବ ଦିଆଯିବ ବୋଲି ମହାନ୍ତ କହିଥିଲେ। ଏ ନେଇ ଷ୍ଟାଚ୍ୟୁ କମିଟି ସମ୍ପାଦକ ବିଜୟ ଟପ୍ପୋଙ୍କୁ ପଚାରିବାରୁ ସେ ଏ ବିଷୟରେ ମୁହଁ ଖୋଲି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri