Posted inରାଜ୍ୟ

ବିଜେଡି ୪୦, କଂଗ୍ରେସ ୩୦

ଭୁବନେଶ୍ୱର,୧୬ା୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ପାଇଁ ୩ ପ୍ରମୁଖ ଦଳ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ଷ୍ଟାର ପ୍ରଚାରକଙ୍କ ନାମ ଘୋଷଣା କରାଯାଇଛି। ଭାଜପା ଉପନିର୍ବାଚନ ପାଇଁ ଶୁକ୍ରବାର ୪୦ ଜଣ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ କରିଥିବା ବେଳେ ଶନିବାର ବିଜେଡି ସମାନ ସଂଖ୍ୟକ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି। କଂଗ୍ରେସ ମଧ୍ୟ ୩୦ ଜଣ ଷ୍ଟାର ପ୍ରଚାରକଙ୍କ ନାମ ଘୋଷଣା କରିଛି। ବିଜେଡି ତାଲିକାରେ ମଇଦାନକୁ ଓହ୍ଲାଇବେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ତାଲିକାରେ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ୮ ମନ୍ତ୍ରୀ ରହିଛନ୍ତି। ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଅତନୁ ସବ୍ୟସାଚୀ ନାୟକ, ପ୍ରମିଳା ମଲ୍ଲିକ, ପ୍ରତାପ ଦେବ, ଅଶୋକ ପଣ୍ଡା, ପ୍ରୀତିରଞ୍ଜନ ଘଡ଼େଇ, ଅଶ୍ବିନୀ ପାତ୍ର, ରାଜେନ୍ଦ୍ର ଢୋଲକିଆ, ବିଧାୟକ ପ୍ରଣବ ବଳବନ୍ତରାୟ, ବ୍ୟୋମକେଶ ରାୟ, ଦେବୀରଞ୍ଜନ ତ୍ରିପାଠୀ, ସଞ୍ଜିବ ମଲ୍ଲିକ, ବିଷ୍ଣୁବ୍ରତ ରାଉତରାୟ, ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ପ୍ରଫୁଲ୍ଲ ସାମଲ, ଅମର ପ୍ରସାଦ ଶତପଥୀ, ଏମ୍‌ପି ମଞ୍ଜୁଲତା ମଣ୍ଡଳ ପ୍ରମୁଖ ଧାମନଗର ଉପନିର୍ବାଚନ ପ୍ରଚାର ମଇଦାନକୁ ଓହ୍ଲାଇବେ।

ଅନ୍ୟପକ୍ଷରେ କଂଗ୍ରେସ ୩୦ ଜଣ ଷ୍ଟାର ପ୍ରଚାରକଙ୍କ ନାମ ଘୋଷଣା କରିଛି। କଂଗ୍ରେସ ଓଡ଼ିଶା ପ୍ରଭାରୀ ଚେଲ୍ଲା କୁମାର, ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମେତ ବିଧାୟକ ନରସିଂହ ମିଶ୍ର, ସନ୍ତୋଷ ସିଂ ସାଲୁଜା, ତାରାପ୍ରସାଦ ବାହିନୀପତି, ରମେଶ ଚନ୍ଦ୍ର ଜେନା, ଅଧିରାଜ ପାଣିଗ୍ରାହୀ, ରାଜନ ଏକ୍କା, ସୁର ରାଉତରାୟଙ୍କ ସହ ବରିଷ୍ଠ ନେତା ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ଗଣେଶ୍ୱର ବେହେରା, ଅନନ୍ତ ପ୍ରସାଦ ସେଠୀ, ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର, ୟାସିର୍‌ ନଓ୍ବାଜ, ପ୍ରମୁଖ ପ୍ରଚାର ମଇଦାନକୁ ଓହ୍ଲାଇବେ। ତାଲିକାରେ ଏଆଇସିସି ସମ୍ପାଦକ ଜି. ରୁଦ୍ର ମଧ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri