Posted inରାଜ୍ୟ

ବିଜେଡି ୪୦, କଂଗ୍ରେସ ୩୦

ଭୁବନେଶ୍ୱର,୧୬ା୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନ ପାଇଁ ୩ ପ୍ରମୁଖ ଦଳ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ଷ୍ଟାର ପ୍ରଚାରକଙ୍କ ନାମ ଘୋଷଣା କରାଯାଇଛି। ଭାଜପା ଉପନିର୍ବାଚନ ପାଇଁ ଶୁକ୍ରବାର ୪୦ ଜଣ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ କରିଥିବା ବେଳେ ଶନିବାର ବିଜେଡି ସମାନ ସଂଖ୍ୟକ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି। କଂଗ୍ରେସ ମଧ୍ୟ ୩୦ ଜଣ ଷ୍ଟାର ପ୍ରଚାରକଙ୍କ ନାମ ଘୋଷଣା କରିଛି। ବିଜେଡି ତାଲିକାରେ ମଇଦାନକୁ ଓହ୍ଲାଇବେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ତାଲିକାରେ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ୮ ମନ୍ତ୍ରୀ ରହିଛନ୍ତି। ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଅତନୁ ସବ୍ୟସାଚୀ ନାୟକ, ପ୍ରମିଳା ମଲ୍ଲିକ, ପ୍ରତାପ ଦେବ, ଅଶୋକ ପଣ୍ଡା, ପ୍ରୀତିରଞ୍ଜନ ଘଡ଼େଇ, ଅଶ୍ବିନୀ ପାତ୍ର, ରାଜେନ୍ଦ୍ର ଢୋଲକିଆ, ବିଧାୟକ ପ୍ରଣବ ବଳବନ୍ତରାୟ, ବ୍ୟୋମକେଶ ରାୟ, ଦେବୀରଞ୍ଜନ ତ୍ରିପାଠୀ, ସଞ୍ଜିବ ମଲ୍ଲିକ, ବିଷ୍ଣୁବ୍ରତ ରାଉତରାୟ, ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ପ୍ରଫୁଲ୍ଲ ସାମଲ, ଅମର ପ୍ରସାଦ ଶତପଥୀ, ଏମ୍‌ପି ମଞ୍ଜୁଲତା ମଣ୍ଡଳ ପ୍ରମୁଖ ଧାମନଗର ଉପନିର୍ବାଚନ ପ୍ରଚାର ମଇଦାନକୁ ଓହ୍ଲାଇବେ।

ଅନ୍ୟପକ୍ଷରେ କଂଗ୍ରେସ ୩୦ ଜଣ ଷ୍ଟାର ପ୍ରଚାରକଙ୍କ ନାମ ଘୋଷଣା କରିଛି। କଂଗ୍ରେସ ଓଡ଼ିଶା ପ୍ରଭାରୀ ଚେଲ୍ଲା କୁମାର, ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମେତ ବିଧାୟକ ନରସିଂହ ମିଶ୍ର, ସନ୍ତୋଷ ସିଂ ସାଲୁଜା, ତାରାପ୍ରସାଦ ବାହିନୀପତି, ରମେଶ ଚନ୍ଦ୍ର ଜେନା, ଅଧିରାଜ ପାଣିଗ୍ରାହୀ, ରାଜନ ଏକ୍କା, ସୁର ରାଉତରାୟଙ୍କ ସହ ବରିଷ୍ଠ ନେତା ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ଗଣେଶ୍ୱର ବେହେରା, ଅନନ୍ତ ପ୍ରସାଦ ସେଠୀ, ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର, ୟାସିର୍‌ ନଓ୍ବାଜ, ପ୍ରମୁଖ ପ୍ରଚାର ମଇଦାନକୁ ଓହ୍ଲାଇବେ। ତାଲିକାରେ ଏଆଇସିସି ସମ୍ପାଦକ ଜି. ରୁଦ୍ର ମଧ୍ୟ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri