ଫଳକରେ ନ ଥିଲା ସରପଞ୍ଚ-ସମିତିସଭ୍ୟଙ୍କ ନାଁ, ମୁଣ୍ଡକୁ ଉଠିଗଲା ରାଗ, ଆଉ ତା’ ପରେ…

ଭଦ୍ରକ/ନଳାଙ୍ଗ,୨୩।୩: (ସନାତନ ରାଉତ/ସାଇଶଙ୍କର ମହାକୁଳ): ଭଦ୍ରକ ବ୍ଲକର ଅଣ୍ଡେଇପଲ୍ଲୀସ୍ଥିତ ମିନତି ଦେବୀ ବାଳିକା ଉଚ୍ଚ ବିଦ୍ୟାଳୟର ନୂତନ ଶ୍ରେଣୀଗୃହର ଭିତ୍ତିପ୍ରସ୍ତର ସ୍ଥାପନ ପାଇଁ ଲଗାଯାଇଥିବା ଫଳକକୁ ସରପଞ୍ଚ ଓ ସମିତିସଭ୍ୟ ଭାଙ୍ଗି ଦେଇଛନ୍ତି। ଶନିବାର ଅପରାହ୍ନ ୪ଟାରେ ଭିତ୍ତିପ୍ରସ୍ତର କାର୍ଯ୍ୟକ୍ରମ ଥିବାବେଳେ ଫଳକରେ ସେମାନଙ୍କ ନାଁ ନ ଥିବାରୁ ପୂର୍ବାହ୍ନ ସାଢ଼େ ୧୧ଟା ବେଳେ ଫଳକ ଭାଙ୍ଗି ଦିଆଯାଇଥିବା ଜଣାପଡ଼ିଛି।
ସୂଚନା ଅନୁଯାୟୀ, ୩୪ ଲକ୍ଷ ୧୪ ହଜାର ୭୮୭ ଟଙ୍କା ବ୍ୟୟ ଅଟକଳରେ ଶ୍ରେଣୀଗୃହ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ହେବାର ଥିଲା। ପୂର୍ବାହ୍ନ ୧୦ଟାରେ ଫଳକ ଲାଗିଥିଲା। ସେଥିରେ ମୁଖ୍ୟଅତିଥି ଏମ୍‌ପି ଅଭିମନ୍ୟୁ ସେଠୀ, ଅନ୍ୟତମ ଅତିଥି ଭଦ୍ରକ ବିଧାୟକ ସିତାଂଶୁ ଶେଖର ମହାପାତ୍ର, ବ୍ଲକ ଅଧ୍ୟକ୍ଷା ଊର୍ମିଳା ନାୟକ ଓ ବିଡିଓ ରଶ୍ମିରଞ୍ଜନ ମଲ୍ଲିକଙ୍କ ନାମ ଉଲ୍ଲେଖ ରହିଥିଲା। ସ୍ଥାନୀୟ ସରପଞ୍ଚ ଓ ସମିତିସଭ୍ୟଙ୍କ ନାମ ସେଥିରେ ଉଲ୍ଲେଖ ନ ଥିଲା। ଏହାକୁ ନେଇ ସରପଞ୍ଚ ଗୌରୀ ମଲିକ ଓ ସମିତିସଭ୍ୟ ଦଶରଥ ସେଠୀଙ୍କ ସମେତ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏନେଇ ସରପଞ୍ଚ ମଲିକ କହିଛନ୍ତି, ଫଳକରେ ନାଁ ଲେଖିବା ପାଇଁ ଠିକାଦାର ନାମ ପଚାରି ବୁଝିଥିଲେ। କିନ୍ତୁ ଆଜି ଫଳକରେ ସରପଞ୍ଚ, ସମିତିସଭ୍ୟଙ୍କ ନାଁ ନ ଥିବାରୁ ବିଡିଓଙ୍କୁ ଫୋନ୍‌ରେ ଜଣାଇଥିଲେ ମଧ୍ୟ ସେ କୌଣସି ସନ୍ତୋଷଜନକ ଉତ୍ତର ଦେଇପାରି ନ ଥିଲେ। ସେଥିପାଇଁ ଫଳକ ଭାଙ୍ଗି ଦିଆଯାଇଥିବା ସେ କହିଛନ୍ତି। ସମିତିସଭ୍ୟ ସେଠୀ ମଧ୍ୟ ଅନୁରୂପ ପ୍ରତିକ୍ରିୟା ରଖିଛନ୍ତି। ଅପରପକ୍ଷେ ଫଳକ ଭଙ୍ଗାଯିବାରୁ ଭିତ୍ତିପ୍ରସ୍ତର କାର୍ଯ୍ୟକ୍ରମ ବାତିଲ୍‌ ହୋଇଥିବା ବେଳେ ଏନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri