ଫଳକରେ ନ ଥିଲା ସରପଞ୍ଚ-ସମିତିସଭ୍ୟଙ୍କ ନାଁ, ମୁଣ୍ଡକୁ ଉଠିଗଲା ରାଗ, ଆଉ ତା’ ପରେ…

ଭଦ୍ରକ/ନଳାଙ୍ଗ,୨୩।୩: (ସନାତନ ରାଉତ/ସାଇଶଙ୍କର ମହାକୁଳ): ଭଦ୍ରକ ବ୍ଲକର ଅଣ୍ଡେଇପଲ୍ଲୀସ୍ଥିତ ମିନତି ଦେବୀ ବାଳିକା ଉଚ୍ଚ ବିଦ୍ୟାଳୟର ନୂତନ ଶ୍ରେଣୀଗୃହର ଭିତ୍ତିପ୍ରସ୍ତର ସ୍ଥାପନ ପାଇଁ ଲଗାଯାଇଥିବା ଫଳକକୁ ସରପଞ୍ଚ ଓ ସମିତିସଭ୍ୟ ଭାଙ୍ଗି ଦେଇଛନ୍ତି। ଶନିବାର ଅପରାହ୍ନ ୪ଟାରେ ଭିତ୍ତିପ୍ରସ୍ତର କାର୍ଯ୍ୟକ୍ରମ ଥିବାବେଳେ ଫଳକରେ ସେମାନଙ୍କ ନାଁ ନ ଥିବାରୁ ପୂର୍ବାହ୍ନ ସାଢ଼େ ୧୧ଟା ବେଳେ ଫଳକ ଭାଙ୍ଗି ଦିଆଯାଇଥିବା ଜଣାପଡ଼ିଛି।
ସୂଚନା ଅନୁଯାୟୀ, ୩୪ ଲକ୍ଷ ୧୪ ହଜାର ୭୮୭ ଟଙ୍କା ବ୍ୟୟ ଅଟକଳରେ ଶ୍ରେଣୀଗୃହ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ହେବାର ଥିଲା। ପୂର୍ବାହ୍ନ ୧୦ଟାରେ ଫଳକ ଲାଗିଥିଲା। ସେଥିରେ ମୁଖ୍ୟଅତିଥି ଏମ୍‌ପି ଅଭିମନ୍ୟୁ ସେଠୀ, ଅନ୍ୟତମ ଅତିଥି ଭଦ୍ରକ ବିଧାୟକ ସିତାଂଶୁ ଶେଖର ମହାପାତ୍ର, ବ୍ଲକ ଅଧ୍ୟକ୍ଷା ଊର୍ମିଳା ନାୟକ ଓ ବିଡିଓ ରଶ୍ମିରଞ୍ଜନ ମଲ୍ଲିକଙ୍କ ନାମ ଉଲ୍ଲେଖ ରହିଥିଲା। ସ୍ଥାନୀୟ ସରପଞ୍ଚ ଓ ସମିତିସଭ୍ୟଙ୍କ ନାମ ସେଥିରେ ଉଲ୍ଲେଖ ନ ଥିଲା। ଏହାକୁ ନେଇ ସରପଞ୍ଚ ଗୌରୀ ମଲିକ ଓ ସମିତିସଭ୍ୟ ଦଶରଥ ସେଠୀଙ୍କ ସମେତ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏନେଇ ସରପଞ୍ଚ ମଲିକ କହିଛନ୍ତି, ଫଳକରେ ନାଁ ଲେଖିବା ପାଇଁ ଠିକାଦାର ନାମ ପଚାରି ବୁଝିଥିଲେ। କିନ୍ତୁ ଆଜି ଫଳକରେ ସରପଞ୍ଚ, ସମିତିସଭ୍ୟଙ୍କ ନାଁ ନ ଥିବାରୁ ବିଡିଓଙ୍କୁ ଫୋନ୍‌ରେ ଜଣାଇଥିଲେ ମଧ୍ୟ ସେ କୌଣସି ସନ୍ତୋଷଜନକ ଉତ୍ତର ଦେଇପାରି ନ ଥିଲେ। ସେଥିପାଇଁ ଫଳକ ଭାଙ୍ଗି ଦିଆଯାଇଥିବା ସେ କହିଛନ୍ତି। ସମିତିସଭ୍ୟ ସେଠୀ ମଧ୍ୟ ଅନୁରୂପ ପ୍ରତିକ୍ରିୟା ରଖିଛନ୍ତି। ଅପରପକ୍ଷେ ଫଳକ ଭଙ୍ଗାଯିବାରୁ ଭିତ୍ତିପ୍ରସ୍ତର କାର୍ଯ୍ୟକ୍ରମ ବାତିଲ୍‌ ହୋଇଥିବା ବେଳେ ଏନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri