ନଣ୍ଡାବର-ପୁରୁମୁଣ୍ଡା ରାସ୍ତା ବିପର୍ଯ୍ୟସ୍ତ

କେନ୍ଦୁଝର, ୫।୫(ସ୍ବ.ପ୍ର.) କେନ୍ଦୁଝର ଜିଲାର ବିଭିନ୍ନ ମୁଖ୍ୟ ସଡ଼କ ସହ ଆଭ୍ୟନ୍ତରୀଣ ସଡ଼କଗୁଡିକ ଏବେ ମରଣଯନ୍ତାରେ ପରିଣତ ହୋଇଛି। ପିଚୁ ଓ ପକ୍କା ରାସ୍ତାଗୁଡିକରେ ଆଣ୍ଠୁଏ ଲେଖାଏ ଖାଲ ହୋଇଥିବାବେଳେ ଅନେକ ସ୍ଥାନରେ ରାସ୍ତା ଦବିଯିବା କାରଣରୁ ଏହା ଦୁର୍ଘଟଣାର କାରଣ ହୋଇଛି। ଜିଲାର ପଞ୍ଚାୟତ ରାସ୍ତା ହେଉ ବା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ରାସ୍ତା ସବୁଆଡେ ସମାନ ପରିସ୍ଥିତି। ରାସ୍ତାର ଅବସ୍ଥାକୁ ନେଇ ପଥଚାରୀ ଓ ଯାତ୍ରୀମାନେ ନାକେଦମ ହୋଇପଡୁଥିବାବେଳେ ତୁରନ୍ତ ସମ୍ପୃକ୍ତ ବିଭାଗ ପକ୍ଷରୁ ଏହାର ମରାମତି ବା ପୁନଃ ନିର୍ମାଣ କରା ନ ଗଲେ ଲୋକଙ୍କ ସମସ୍ୟା ଆହୁରି ବଢିବାର ସମ୍ଭାବନା ଦେଖାଦେଇଛି। ଘଟଗାଁ ବ୍ଲକ ପୁରୁମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ନଣ୍ଡାବର ଠାରୁ ପୁରୁମୁଣ୍ଡା ପଞ୍ଚାୟତ ଅଫିସ ପର୍ଯ୍ୟନ୍ତ ୨କି.ମି. ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ନଣ୍ଡାବଣ ନିକଟରେ ମାଟି ରାସ୍ତା ଶୋଚନୀୟ ହୋଇ ସ୍ଥାନେ ସ୍ଥାନେ ଛୋଟ ବଡ ଗର୍ତ୍ତ ସୃଷ୍ଟି ହୋଇଛି। ବିଭାଗୀୟ ବ୍ଲକ କର୍ତ୍ତୃପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ରାସ୍ତା ପକ୍କା କରିବା ଦିଗରେ ଆଦୌ ଦୃଷ୍ଟି ଦେଉନାହାନ୍ତି। ତେଣୁ ଉକ୍ତ ରାସ୍ତା ଦେଇ ଯାତାୟାତ କରୁଥିବା ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି ଦୁଇଚକିଆ ଓ ଚାରିଚକିଆ ଯାନ ଗୁଡିକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ମାଟି ରାସ୍ତା ପକ୍କା କରିବା ସହ ଖରାପ ରାସ୍ତା ମରାମତି କରିବା ପାଇଁ ଗ୍ରାମବାସୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri