ନଣ୍ଡାବର-ପୁରୁମୁଣ୍ଡା ରାସ୍ତା ବିପର୍ଯ୍ୟସ୍ତ

କେନ୍ଦୁଝର, ୫।୫(ସ୍ବ.ପ୍ର.) କେନ୍ଦୁଝର ଜିଲାର ବିଭିନ୍ନ ମୁଖ୍ୟ ସଡ଼କ ସହ ଆଭ୍ୟନ୍ତରୀଣ ସଡ଼କଗୁଡିକ ଏବେ ମରଣଯନ୍ତାରେ ପରିଣତ ହୋଇଛି। ପିଚୁ ଓ ପକ୍କା ରାସ୍ତାଗୁଡିକରେ ଆଣ୍ଠୁଏ ଲେଖାଏ ଖାଲ ହୋଇଥିବାବେଳେ ଅନେକ ସ୍ଥାନରେ ରାସ୍ତା ଦବିଯିବା କାରଣରୁ ଏହା ଦୁର୍ଘଟଣାର କାରଣ ହୋଇଛି। ଜିଲାର ପଞ୍ଚାୟତ ରାସ୍ତା ହେଉ ବା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ରାସ୍ତା ସବୁଆଡେ ସମାନ ପରିସ୍ଥିତି। ରାସ୍ତାର ଅବସ୍ଥାକୁ ନେଇ ପଥଚାରୀ ଓ ଯାତ୍ରୀମାନେ ନାକେଦମ ହୋଇପଡୁଥିବାବେଳେ ତୁରନ୍ତ ସମ୍ପୃକ୍ତ ବିଭାଗ ପକ୍ଷରୁ ଏହାର ମରାମତି ବା ପୁନଃ ନିର୍ମାଣ କରା ନ ଗଲେ ଲୋକଙ୍କ ସମସ୍ୟା ଆହୁରି ବଢିବାର ସମ୍ଭାବନା ଦେଖାଦେଇଛି। ଘଟଗାଁ ବ୍ଲକ ପୁରୁମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ନଣ୍ଡାବର ଠାରୁ ପୁରୁମୁଣ୍ଡା ପଞ୍ଚାୟତ ଅଫିସ ପର୍ଯ୍ୟନ୍ତ ୨କି.ମି. ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ନଣ୍ଡାବଣ ନିକଟରେ ମାଟି ରାସ୍ତା ଶୋଚନୀୟ ହୋଇ ସ୍ଥାନେ ସ୍ଥାନେ ଛୋଟ ବଡ ଗର୍ତ୍ତ ସୃଷ୍ଟି ହୋଇଛି। ବିଭାଗୀୟ ବ୍ଲକ କର୍ତ୍ତୃପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ରାସ୍ତା ପକ୍କା କରିବା ଦିଗରେ ଆଦୌ ଦୃଷ୍ଟି ଦେଉନାହାନ୍ତି। ତେଣୁ ଉକ୍ତ ରାସ୍ତା ଦେଇ ଯାତାୟାତ କରୁଥିବା ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି ଦୁଇଚକିଆ ଓ ଚାରିଚକିଆ ଯାନ ଗୁଡିକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ମାଟି ରାସ୍ତା ପକ୍କା କରିବା ସହ ଖରାପ ରାସ୍ତା ମରାମତି କରିବା ପାଇଁ ଗ୍ରାମବାସୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ବ୍ୟାପୁଛି ଜଙ୍ଗଲ ନିଆଁ, ବନ୍ୟଜନ୍ତୁ କଲବଲ

କେନ୍ଦୁଝର,୨୫ା୪(ଦୀପକ ମିଶ୍ର)କେନ୍ଦୁଝର ବନଖଣ୍ଡର ୭ଟି ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିଛି। ଏଥିରେ ବହୁ ମୂଲ୍ୟବାନ୍‌ ଗଛ ନଷ୍ଟ ହେଉଥିବା ବେଳେ ବନ୍ୟପ୍ରାଣୀ ଉତ୍ତାପରେ...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri