ନନ୍ଦିଘୋଷ ରଥ ଖୋଲା ଆରମ୍ଭ

ପୁରୀ ଅଫିସ,୧୪ା୮: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ଖୋଲା କାମ ଜାରି ରହିଛି। ବୁଧବାର ବଡଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଖୋଲା ଶେଷ ପରେ ଗୁରୁବାରଠାରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଖୋଲା ଆରମ୍ଭ ହୋଇଛି। ପ୍ରଥମ ଦିନରେ ଅଁଳା, କଳସ, ଓଲଟଶୁଆ, ଖପୁରି, ପାରାଭାଡ଼ି, ବଡ଼ ପୋଟଳ, ଖୋଲାଯାଇଛି। ୧୫ଜଣ ଭୋଇ ସେବକ, ୯ କମାର ସେବକ ଏବଂ ତିନିରଥର ମୁଖ୍ୟ ମହାରଣା ଏହି କାମରେ ଲାଗିଛନ୍ତି। ଅନ୍ୟପକ୍ଷେ ତାଳଧ୍ୱଜ ରଥର ଖୋଲାଯାଇଥିବା ସବୁ ଅଂଶକୁ ଶ୍ରୀଗୁଣ୍ଡିଚା ମନ୍ଦିର ପରିସରରେ ରଖାଯାଇଛି। ସୂଚନାଥାଉ କି, ଚଳିତବର୍ଷର ତିନିରଥ ଭଙ୍ଗାଯିବ ନାହିଁ। ୨୦୨୦ ମସିହା ଐତିହାସିକ ରଥଯାତ୍ରାର ସ୍ମୃତି ସ୍ବରୂପ ତିନିରଥକୁ ସଂରକ୍ଷଣ କରାଯିବ। ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ଜଗନ୍ନାଥ ବଲ୍ଲଭ ମଠ ପରିସରରେ ଶ୍ରଦ୍ଧାଳୁ ଓ ପର୍ଯ୍ୟଟକ ରଥଗୁଡ଼ିକୁ ବର୍ଷତମାମ୍‌ ଦେଖିପାରିବେ ବୋଲି ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଛି। ତିନିରଥ ଖୋଲା ଯିବା ପରେ ଏହାକୁ ଜଗନ୍ନାଥ ବଲ୍ଲଭ ପରିସରରେ ପୂର୍ଣ୍ଣାଙ୍ଗ ରୂପ ଦିଆଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri