ସୋସିଆଲ ମିଡିଆରୁ ଜାଣି ସହଯୋଗର ହାତ ବଢାଇଲେ ନର୍ଲା ବିଧାୟକ

ଭବାନୀପାଟଣା,୨୧।୧୦(ଡି.ଏନ.ଏ.): ଜଣେ ମା’ଙ୍କଠାରୁ ଜନ୍ମିତ ତିନୋଟି ଶିଶୁ ପର୍ଯ୍ୟାପ୍ତ ପରିମାଣରେ ପୁଷ୍ଟିକର ଖାଦ୍ୟ ପାଉ ନ ଥିବା ଖବର ସାମାଜିକ ଗଣମାଧ୍ୟମରେ ଦେଖି ସହଯୋଗର ହାତ ବଢାଇଛନ୍ତି ନର୍ଲା ବିଧାୟକ ଭୁପିନ୍ଦର ସିଂ।
ସୂଚନାଯୋଗ୍ୟ, ଏମ୍‌.ରାମପୁର ବ୍ଲକର ଆଦିବାସୀ ଅଧ୍ୟୁଷିତ ପଞ୍ଚାୟତ ଉର୍ଲଦାନୀ ପଞ୍ଚାୟତର ବିଡାବାରୁ ଗାଁର ବାସିନ୍ଦା ଗଜିନ୍ଦ୍ର କୁମାର। ଗରିବ ଶ୍ରେଣୀର ଗଜୀନ୍ଦ୍ରଙ୍କ ଘରେ ଗତ କିଛି ମାସତଳେ ତିନୋଟି ପୁତ୍ରସନ୍ତାନ ଜନ୍ମ ହୋଇଥିଲେ। ତିନି ସନ୍ତାନଙ୍କ ପାଇଁ ଉପଯୁକ୍ତ ପରିମାଣରେ ପୁଷ୍ଟିକର ଖାଦ୍ୟ ମିଳିପାରୁ ନ ଥିବା ବେଳେ ମା’ ଏବଂ ତିନୋଟି ଶିଶୁଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଦେଖିବାକୁ ପାଇଥିଲେ ନର୍ଲା ବିଧାୟକ ଭୂପିନ୍ଦର ସିଂ। ପରେ ସେ ଏମ.ରାମପୁର ବିଜେଡି ବ୍ଲକ ସଭାପତି ଗୋବିନ୍ଦ ଶତପଥୀଙ୍କୁ ଏହି ବିଷୟ ଅବଗତ କରାଇ ତୁରନ୍ତ ସେହି ପରିବାରକୁ ଭେଟିବାକୁ କହିଥିଲେ। ଶତପଥୀ ତିନି ଶିଶୁଙ୍କ ପାଇଁ ପୁଷ୍ଟିକର ଖାଦ୍ୟ ନେଇ ଦେବା ସହ ପିଲାଙ୍କ ସ୍ବାସ୍ଥାବସ୍ଥା ପଚାରି ବୁଝିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତ ଶିକ୍ଷାର ମହତ୍ତ୍ୱ , ସଂସ୍କାର ଗଠନରେ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକା…

ଭଞ୍ଜନଗର,୨୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଭଞ୍ଜନଗର ସଙ୍କୁଳ ପକ୍ଷରୁ ଆୟୋଜିତ ଦୁଇଦିନିଆ ସଙ୍ଗୀତ କର୍ମଶାଳା ଶନିବାର ଉଦ୍‌ଘାଟିତ ହୋଇଯାଇଛି।…

ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀଙ୍କ ଇସ୍ତଫା ଦାବି: କଂଗ୍ରେସ ପକ୍ଷରୁ କୁଶପୁତ୍ତଳିକା ଦାହ

ଭଞ୍ଜନଗର, ୨୬/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସର ପଶ୍ଚିମ ସାଂଗଠନିକ ଜିଲା କମିଟି ପକ୍ଷରୁ ଶନିବାର ସନ୍ଧ୍ୟାରେ ଭଞ୍ଜନଗର ସହରରେ ଏକ ଶୋଭାଯାତ୍ରା ବାହାର କରାଯାଇଥିଲା।…

ବିଦ୍ୟୁତ କାଟ ଘୋଷଣାର ୬ ଘଣ୍ଟା ପୂର୍ବରୁ ବିଦ୍ୟୁତ ସେବା ଅଚଳ ଅନ୍ଧାରରେ ଦାରିଙ୍ଗବାଡି ଅଞ୍ଚଳ

ଦାରିଙ୍ଗବାଡି, ୨୬/୭ (ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଦୀର୍ଘ ସମୟ ଧରି ବିଦ୍ୟୁତ ସେବା ଠପ୍ ହୋଇଯାଇଛି। ବିଳମ୍ବିତ ରାତିଠାରୁ ଉକ୍ତ ବ୍ଲକରେ…

କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ପ୍ରଶ୍ନ: ଛାତ୍ରୀଛାତ୍ରଙ୍କଠାରୁ ଫି’ ଆଦାୟ କରିବାକୁ ନିର୍ଦ୍ଦେଶ

ଯାଜପୁର,୨୬ା୭(ହର୍ଷବର୍ଦ୍ଧନ ବେହେରା): ଜ୍ଞାନୋଦୟ ଶିକ୍ଷାରୁ ସମୃଦ୍ଧି ଯୋଜନାରେ କେଜିରୁ ପିଜି ଶ୍ରେଣୀ ପର୍ଯ୍ୟନ୍ତ ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା ହୋଇଛି। ଏଥିପାଇଁ…

ମହାପ୍ରଭୁଙ୍କୁ ସୁନାବେଶରେ ଦର୍ଶନ କରି ଭକ୍ତ ବିଭୋର

ଜି.ଉଦୟଗିରି,୨୫।୭(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠି): ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କ ପବିତ୍ର ସୁନାବେଶ ଅନୁଷ୍ଠିତ ହୋଇଛି। ତିନି ରଥରେ ରଥାରୂଢ଼ ଚତୁର୍ଦ୍ଧାବିଗ୍ରହଙ୍କ ସୁନା ବେଶ…

ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା: ‘ଏକ ଭାରତ ଶ୍ରେଷ୍ଠ ଭାରତ’ ପ୍ରତିଯୋଗିତାରେ…

ଭଞ୍ଜନଗର, ୨୫।୭ (ବାବୁଲା ପ୍ରଧାନ): ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ, ବ୍ରହ୍ମପୁରଠାରେ ଶନିବାର ଅନୁଷ୍ଠିତ ‘ଏକ ଭାରତ ଶ୍ରେଷ୍ଠ ଭାରତ’ କ୍ଲଷ୍ଟରସ୍ତରୀୟ ପ୍ରତିଯୋଗିତାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର…

କାଣ୍ଡେଲରେ ବାହୁଡା ଯାତ୍ରା, ଦ୍ୱିତୀୟ ଦିନରେ ରଥ ଟାଣିଲେ ଶ୍ରଦ୍ଧାଳୁ

କେସିଙ୍ଗା,୨୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମ ଆୟୁର୍ବେଦିକ ସେବା ସଦନ ନିକଟରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିରରେ ଶନିବାର ବାହୁଡା ଯାତ୍ରାର ଦ୍ୱିତୀୟ…

ଭବାନୀପାଟଣାରେ ଇତିହାସ: ପ୍ରଥମ ଥର ପାଇଁ ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ ଦେଖି ଭାବବିହ୍ୱଳ ହେଲେ ଶ୍ରଦ୍ଧାଳୁ

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): ଭବାନୀପାଟଣା ସହରରେ ପ୍ରଥମ ଥର ପାଇଁ ନନ୍ଦିଘୋଷ ରଥ ଉପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦୁର୍ଲଭ ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri