Posted inଫୁରସତ

ସବୁଠୁ ସଂକୀର୍ଣ୍ଣ ନଦୀ

ବେଜିଂ: ଚାଇନାର ହୁଆଲାଇ ନଦୀକୁ ବିଶ୍ୱର ସବୁଠାରୁ ସଂକୀର୍ଣ୍ଣ ନଦୀ ଭାବରେ ବିବେଚନା କରାଯାଇଥାଏ। ହାଓଲାଇ ନାମରେ ମଧ୍ୟ ପରିଚିତ ଏହି ନଦୀ ଉତ୍ତର ଚାଇନାର ଆଭ୍ୟନ୍ତରୀଣ ମଙ୍ଗୋଲିଆ ଅଞ୍ଚଳରେ ରହିଛି। ଏହି ସଂକୀର୍ଣ୍ଣ ନଦୀର ଲମ୍ବ ପ୍ରାୟ ୧୭ କି. ମି. ରହିଛି। ବିଶେଷଜ୍ଞଙ୍କ ମତରେ ପ୍ରାୟ ୧୦ ହଜାର ବର୍ଷ ଧରି ଏହି ନଦୀ ପ୍ରବାହିତ ହୋଇଆସୁଛି। ଏହି ନଦୀର ହାରାହାରି ଚଉଡ଼ା ୧୫ ସେ.ମି. ହୋଇଥିବା ବେଳେ ନଦୀର ଏକ ସ୍ଥାନରେ ଚଉଡ଼ା ମାତ୍ର ୪ ସେ.ମି. ରହିଛି। ଏତେ ମାତ୍ରାରେ ସଂକୀର୍ଣ୍ଣ ହୋଇଥିବାରୁ ହୁଆଲାଇ ନଦୀରେ ଡଙ୍ଗା କିମ୍ବା ବୋଟ୍‌ ଚାଲିବା ଅସମ୍ଭବ। କେବଳ ଥରୁଟିଏ ଡେଇଁ ଏହି ନଦୀକୁ ସହଜରେ ଅତିକ୍ରମ କରି ହୋଇଥାଏ। ଏତେ କମ୍‌ ଚଉଡ଼ା ଥିବା ସତ୍ତ୍ବେ ମଧ୍ୟ ନଦୀ ପାଇଁ ଆବଶ୍ୟକ ଥିବା ବୈଜ୍ଞାନିକ ମାନଦଣ୍ଡକୁ ହୁଆଲାଇ ନଦୀ ପୂରଣ କରୁଛି। ଏହି ନଦୀରେ ପ୍ରବାହିତ ଜଳର ସ୍ଥାୟୀ ଏବଂ ସ୍ଥିର ପ୍ରବାହ ରହିଛି। ସେହିପରି ଏହି ନଦୀରେ ଜଳ ନିଷ୍କାସନ ଅବବାହିକା ଥିବା ସହ ଏହା ଏକ ଭୂତଳ ଝରଣାରୁ ସ୍ଥାୟୀ ଭାବେ ପ୍ରବାହିତ ହେଉଛି। ଏକ ରିପୋର୍ଟ ଅନୁଯାୟୀ ଏହି ନଦୀର ଗଭୀରତା ୫୦ ସେ.ମି. ରହିଛି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri