‘ଜାତୀୟ ପତାକା ଭାରତର ଆତ୍ମା’

ପୁରୀ ଅଫିସ, ୧୪ା୨:ଜାତୀୟ ପତାକା ଭାରତର ଆତ୍ମା। ଏହା ଭାରତର ପ୍ରକୃତ ଚରିତ୍ର ଓ ପରିଚୟ, ଯାହା ପ୍ରତ୍ୟେକ ଭାରତୀୟଙ୍କୁ ଦେଶପ୍ରେମରେ ଉଦବୁଦ୍ଧ କରିଥାଏ ବୋଲି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କହିଛନ୍ତି। ସୋମବାର ପୁରୀ ପ୍ରବେଶ ପଥ ବୀରହରେକୃଷ୍ଣପୁର ଛକଠାରେ ଫ୍ଲାଗ୍‌ ଫାଉଣ୍ଡେଶନ ଅଫ୍‌ ଇଣ୍ଡିଆ ପକ୍ଷରୁ ୧୦୮ ଫୁଟ ଉଚ୍ଚ ସ୍ତମ୍ଭରେ ୩୬ ଫୁଟ ଲମ୍ବ ଓ ୨୪ ଫୁଟ ଓସାରର ଜାତୀୟ ପତାକା ସ୍ଥାପନ କରାଯାଇଛି। ଏହାକୁ ଉଦ୍‌ଘାଟନ କରି ରାଜ୍ୟପାଳ କହିଥିଲେ, ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ପ୍ରତ୍ୟେକ ଭାରତୀୟ ତ୍ରିରଙ୍ଗା ତଳେ ସମାନ। ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଯୋଗଦେଇ ଏହି କାର୍ଯ୍ୟର ପ୍ରଶଂସା କରିବା ସହ ସେଠାରେ ଥିବା ଜୟୀ ରାଜଗୁରୁଙ୍କ ମୂର୍ତ୍ତି ଓ ସ୍ଥାନର ରକ୍ଷଣାବେକ୍ଷଣ ତଥା ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜିନ୍ଦଲ ନିର୍ବାହ କରିବା ପାଇଁ ମତ ଦେଇଥିଲେ। କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ଜାତୀୟ ଚେତନା ଓ ଦେଶପ୍ରେମ ଗଠନରେ ଏହା ସହାୟକ ହେବ ବୋଲି କହିଥିଲେ। ପ୍ରାରମ୍ଭରେ ସମସ୍ତଙ୍କୁ ସ୍ବାଗତ କରି ବିଶିଷ୍ଟ ଶିଳ୍ପପତି ତଥା ଫ୍ଲାଗ୍‌ ଫାଉଣ୍ଡେଶନ ଅଫ୍‌ ଇଣ୍ଡିଆର ଅଧ୍ୟକ୍ଷ ନବୀନ ଜିନ୍ଦଲ କହିଥିଲେ, ‘ହର୍‌ ଘର୍‌ ତ୍ରିରଙ୍ଗା ହର୍‌ ଦିନ୍‌ ତ୍ରିରଙ୍ଗା’ ଉଦ୍ଦେଶ୍ୟରେ ଏହା ସ୍ଥାପନ ହୋଇଛି। ବଡ଼ ଜାତୀୟ ପତାକା ସ୍ଥାପନ ଦ୍ୱାରା ଲୋକେ ଏହାକୁ ଦୂରରୁ ଦେଖି ଗର୍ବିତ ଅନୁଭବ କରିପାରିବେ। ୨୨ବର୍ଷ ବୟସରେ ସେ ଆମେରିକାରୁ ପାଠପଢା ସାରି ଫେରିବା ପରେ ଭାରତରେ କେବଳ ଜାନୁୟାରୀ ୨୬ ଓ ଅଗଷ୍ଟ ୧୫ରେ ଜାତୀୟ ପତାକା ଉଡ଼ାଇବା ପାଇଁ ଅନୁମତି ଥିବା ଜାଣିବାକୁ ପାଇଥିଲେ। ଏ ନେଇ ସେ ଦୀର୍ଘ ୧୦ବର୍ଷ ଧରି ଆଇନଗତ ଲଢେଇ କରିବା ପରେ ବିଜୟୀ ହୋଇଥିବା କହିଥିଲେ। ଫ୍ଲାଗ୍‌ ଫାଉଣ୍ଡେଶନ ଅଫ୍‌ ଇଣ୍ଡିଆର ଉପସଭାପତି ଶାଲୁ ଜିନ୍ଦଲ ଅତିଥିମାନଙ୍କୁ ସମ୍ବର୍ଦ୍ଧିତ କରିଥିବାବେଳେ ଜିନ୍ଦଲ କମ୍ପାନୀର ସିଏସ୍‌ଆର ପ୍ରେସିଡେଣ୍ଟ ଓ ଗ୍ରୁପ ହେଡ୍‌ ପ୍ରଶାନ୍ତ କୁମାର ହୋତା କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ। ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri