ପରିତ୍ୟକ୍ତ ଅବସ୍ଥାରେ ପଡ଼ିଛି ଜାତୀୟ ପତାକା

ନନ୍ଦାହାଣ୍ଡି,୧୬।୧୦,(ଡି.ଏନ.ଏ): ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ କାର୍ଯ୍ୟାଳୟ ପରିସରରେ ଜାତୀୟ ପତାକାକୁ ଅସମ୍ମାନ। ବିଡିଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଥିବା ଶିଢ଼ି ତଳେ ପରିତ୍ୟକ୍ତ ଅବସ୍ଥାରେ ପଡି ରହିଛି କେତେଗୁଡିଏ ଜାତୀୟ ପତାକା। ଏହା ଉପରେ ପାନଛେପ ଆଦି ପଡିଛି। କିନ୍ତୁ ବିଡମ୍ବନାର ବିଷୟ ଯେ କୌଣସି ଅଧିକାରୀଙ୍କର ଏ ଦିଗରେ ନଜର ନାହିଁ।
ଉକ୍ତ ସ୍ଥାନରେ ମୁଖ୍ୟମନ୍ତ୍ରୀଙ୍କ ଏବ ବ୍ୟାନର ପଡିଥିଲା। ଯାହା ଉପରେ ପାନଛେପ ଓ ଅନ୍ୟ ଅଳିଆ ପଡିଥିଲା। ଏହା ଦେଖି କେତେଜଣ ବିରୋଧ କରିବାରୁ ତାହାକୁ ବ୍ଲକ ପ୍ର୍ରଶାସନ ପକ୍ଷରୁ ହଟାଯାଇଥିଲା। ଏହି ପୋଷ୍ଟର ହଟାଯିବା ପରେ ଏହାତଳୁ ଏକାଧିକ ଜାତୀୟ ପତାକା ମିଳିଥିଲା। କିଛିଦିନ ତଳେ ବ୍ଲକ କାର୍ଯ୍ୟାଳୟ ପରିସରରେ ସଫେଇ କାର୍ଯ୍ୟକ୍ରମ କରାଯାଇଥିବାବେଳେ ଜାତୀୟ ପତାକା ଏପରି ପରିତ୍ୟକ୍ତଭାବେ ପଡିଥିବା କାହାରି ନଜରରେ କିପରି ଆସି ନ ଥିଲା ସେ ନେଇ ପ୍ରଶ୍ନ ଉଠିଛି। ଏ ନେଇ ବିଡିଓ ଶିବଶଙ୍କର ମୁର୍ମୁଙ୍କୁ ପଚାରିବାରୁ ଜାତୀୟ ପତାକା କିପରି ଏଠାକୁ ଆସିଲା ସେ ବିଷୟରେ କୌଣସି ଧାରଣା ନାହିଁ। ଏହାର ତଦନ୍ତ କରାଯିବ। ଘଟଣା ବିଷୟରେ ଜାଣିବାପରେ କର୍ମଚାରୀଙ୍କୁ କହି ଜାତୀୟ ପତାକାକୁ ସେଠାରୁ ହଟାଯାଇଛି ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ବ୍ୟାନର ଗୁଡିକରେ କିଛି ସ୍କୁଲର ୟୁଡାଇସ କୋଡ୍‌ ଉଲ୍ଲେଖ ଥିଲା। ତେଣୁ ଏ ନେଇ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ହରିହର ବେହେରାଙ୍କୁ ପଚାରିବାରୁ ସେ ଏ ବିଷୟ ଅଜ୍ଞ ଅଛନ୍ତି ବୋଲି କହିଛନ୍ତି। ଜାତୀୟ ପତାକା ଓ ମୁଖ୍ୟମନ୍ତ୍ରୀଙ୍କ ଏହି ବ୍ୟାନର ସବୁ କେଉଁଠାରୁ ଆସିଲା ତାହାର ତଦନ୍ତ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri