ହାତୀ ପାଇଁ ଜାତୀୟ ରାଜପଥ ଘଣ୍ଟାଏ ବନ୍ଦ

ଭଞ୍ଜନଗର,୧୧।୧୦(ଡି.ଏନ୍‌.ଏ.)-ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡରେ ହାତୀ ଚଳପ୍ରଚଳ ବୃଦ୍ଧି ପାଇଛି। ରବିବାର ସନ୍ଧ୍ୟା ସୁଦ୍ଧା ବନଖଣ୍ଡର ବିଭିନ୍ନ ରେଞ୍ଜରେ ୫୪ଟି ହାତୀ ଥିବା ଜଣାପଡ଼ିଛି। ସେଥିମଧ୍ୟରେ ତାରସିଂ ରେଞ୍ଜରେ ୨୩, ମୁଜାଗଡ଼ ରେଞ୍ଜରେ ୧୮, ଜଗନ୍ନାଥପ୍ରସାଦ ରେଞ୍ଜରେ ୧୩ ହାତୀ ରହିଛନ୍ତି। କିନ୍ତୁ ହାତୀ ସମ୍ପର୍କିତ ରିପୋର୍ଟ କର୍ମଚାରୀମାନେ ଦୌନନ୍ଦିନ ଠିକ୍‌ ଭାବେ ଅଫିସକୁ ଦେଉନାହାନ୍ତି। ଶୁକ୍ରବାର ରାତିରେ ମୁଜାଗଡ଼ ବନ ଉନ୍ନୟନ ନିଗମ ଡ଼ିପୋ ନିକଟ ଦେଇ ୧୭ଟି ହାତୀ ୨୧୭ନଂ. ଜାତୀୟ ରାଜପଥ ଅତିକ୍ରମ କରିଥିଲେ। ଏହି ସମୟରେ ରାତି ୧୨ଟାରୁ ପ୍ରାୟ ୧ଟା ପର୍ଯ୍ୟନ୍ତ ଜାତୀୟ ରାଜପଥରେ ଯାତାୟାତ ବନ୍ଦ ହୋଇଯାଇଥିଲା। ବନ ବିଭାଗ କର୍ମଚାରୀ ସେମାନଙ୍କୁ ଘଉଡ଼ାଇବା ପରେ ରାଜପଥରେ ଯାନବାହନ ଚଳାଚଳ ସ୍ବାଭାବିକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।…

ସ୍ବାଧୀନତା ଦିବସ ପାଳନ ପ୍ରସ୍ତୁତି: ଶାନ୍ତି-ଶୃଙ୍ଖଳା ଉପରେ ନଜର

ଭଞ୍ଜନଗର,୨୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ୮୦ତମ ସ୍ବାଧୀନତା ଦିବସ ପାଳନକୁ ସୁଚାରୁ ଓ ଶୃଙ୍ଖଳିତ ଭାବେ ଆୟୋଜନ କରିବା ପାଇଁ…

ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…

ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି…

ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା

ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ…

ସେବା ପାଇଁ ଉତ୍ସର୍ଗୀକୃତ ଭଞ୍ଜନଗର ରୋଟାରୀ କ୍ଲବ: ବିଭିନ୍ନ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର,୨୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରୋଟାରୀ କ୍ଳବର ୧୯ ତମ ଅଧିଷ୍ଠାନ ଉତ୍ସବ ସ୍ଥାନୀୟ ଜଗନ୍ନାଥ ରିସର୍ଟରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅତିଥିମାନେ ଯୋଗଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri