ବଅଁରପାଳ,୧୭।୧(ଡି.ଏନ.ଏ.) କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର ବଅଁରପାଳଠାରୁ ଅନୁଗୋଳ ସହର ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି। ବଡ଼ବଡ଼ ଖାଲଖମା ସହ ଅନେକ ସ୍ଥାନରେ ଗର୍ତ୍ତମାନ ସୃଷ୍ଟି ହୋଇଛି। ଫଳରେ ଦୈନିକ ଦୁର୍ଘଟଣାମାନ ଘଟି ଧନଜୀବନ ହାନି ହେଉଛି। ବିଶେଷକରି ବାଇକ୍ ଚାଳକମାନଙ୍କ ପାଇଁ ଏହି ରାସ୍ତା ଏକପ୍ରକାର ମରଣଯନ୍ତା ପାଲଟିଥିବା କୁହାଯାଉଛି। ଖାଲଗୁଡ଼ିକରେ ବର୍ଷା ପାଣି ଜମି ରହିଥିବାରୁ ବାଇକ୍ ଚାଳକମାନେ ଜାଣି ନ ପାରି ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। କୁଲାଡ଼ ଛକଠାରୁ ଏଫ୍ସିଆଇ ଛକ ମାତ୍ର ୨ କିଲୋମିଟର ମଧ୍ୟରେ ଗତ ୩ ମାସ ମଧ୍ୟରେ ଦୁର୍ଘଟଣାରେ ୩ ଜଣଙ୍କ ପ୍ରାଣହାନି ହେଲାଣି। ପ୍ରଥମେ ନାଲ୍କୋ କର୍ମଚାରୀ ଦୁଷ୍ମନ୍ତ ଦେହୁରୀଙ୍କ ଜୀବନ ଏହି ରାଜପଥରେ ଯାଇଥିଲା। ଏହାପରେ ଗତମାସରେ ଡିପିଏସ୍ କର୍ମଚାରୀ ବିହାରୀ ଗୋଛାୟତଙ୍କୁ ଏକ ଟ୍ରକ୍ ଚାପି ଦେଇଥିଲା। ଗତ ଶନିବାର ରାତି ୧୦ଟାରେ କୁଲାଡ଼ ଛକଠାରେ ଚନ୍ଦନ ଚୌହାନ ନାମକ ଯୁବକଙ୍କ ଜୀବନ ଯାଇଛି। ସେ ବାଇକ୍ରେ ବଅଁରପାଳଠାରୁ ନାଲ୍କୋ ଆଡ଼କୁ ଯାଉଥିବା ବେଳେ ଏକ ଗାଡ଼ି ତାଙ୍କୁ ଧକ୍କା ଦେଇ ପଳାଇ ଯାଇଥିଲା। ଘଟଣାସ୍ଥଳରେ ଚନ୍ଦନଙ୍କ ମୃତ୍ୟୁ ହୋଇଥିଲା। ଏମାନଙ୍କ ବ୍ୟତୀତ ଏହି ୩ ମାସ ମଧ୍ୟରେ ୪୦ରୁ ଅଧିକ ବାଇକ୍ ଆରୋହୀ ଦୁର୍ଘଟଣାରେ ଆହତ ହେଲେଣି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ୁଥିବା ବେଳେ ବିଭାଗୀୟ କର୍ତ୍ତୃପକ୍ଷ ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାକୁ ଦାବି ହେଉଛି।
ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ
ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର...
ଅଭାବନୀୟ ଘଟଣା, ଶାଗ-ଚିକେନ ଖାଇ ଚାଲିଗଲା ୩ ଜଣଙ୍କ ଜୀବନ
ଅନୁଗୋଳ,୨୨ା୧୨: ଢେଙ୍କାନାଳ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଖାଦ୍ୟରେ ବିଷକ୍ରିୟା କାରଣରୁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି...
ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ
ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...
ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…
ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...
ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ
ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି...
ସକାଳୁ ସକାଳୁ ବାଜିଲା ଗୁଳି….
ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...
ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…
ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...
ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…
ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...
Archives


