ମରଣଯନ୍ତା ପାଲଟିଛି ଜାତୀୟ ରାଜପଥ

ବଅଁରପାଳ,୧୭।୧(ଡି.ଏନ.ଏ.)  କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର ବଅଁରପାଳଠାରୁ ଅନୁଗୋଳ ସହର ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି। ବଡ଼ବଡ଼ ଖାଲଖମା ସହ ଅନେକ ସ୍ଥାନରେ ଗର୍ତ୍ତମାନ ସୃଷ୍ଟି ହୋଇଛି। ଫଳରେ ଦୈନିକ ଦୁର୍ଘଟଣାମାନ ଘଟି ଧନଜୀବନ ହାନି ହେଉଛି। ବିଶେଷକରି ବାଇକ୍‌ ଚାଳକମାନଙ୍କ ପାଇଁ ଏହି ରାସ୍ତା ଏକପ୍ରକାର ମରଣଯନ୍ତା ପାଲଟିଥିବା କୁହାଯାଉଛି। ଖାଲଗୁଡ଼ିକରେ ବର୍ଷା ପାଣି ଜମି ରହିଥିବାରୁ ବାଇକ୍‌ ଚାଳକମାନେ ଜାଣି ନ ପାରି ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। କୁଲାଡ଼ ଛକଠାରୁ ଏଫ୍‌ସିଆଇ ଛକ ମାତ୍ର ୨ କିଲୋମିଟର ମଧ୍ୟରେ ଗତ ୩ ମାସ ମଧ୍ୟରେ ଦୁର୍ଘଟଣାରେ ୩ ଜଣଙ୍କ ପ୍ରାଣହାନି ହେଲାଣି। ପ୍ରଥମେ ନାଲ୍‌କୋ କର୍ମଚାରୀ ଦୁଷ୍ମନ୍ତ ଦେହୁରୀଙ୍କ ଜୀବନ ଏହି ରାଜପଥରେ ଯାଇଥିଲା। ଏହାପରେ ଗତମାସରେ ଡିପିଏସ୍‌ କର୍ମଚାରୀ ବିହାରୀ ଗୋଛାୟତଙ୍କୁ ଏକ ଟ୍ରକ୍‌ ଚାପି ଦେଇଥିଲା। ଗତ ଶନିବାର ରାତି ୧୦ଟାରେ କୁଲାଡ଼ ଛକଠାରେ ଚନ୍ଦନ ଚୌହାନ ନାମକ ଯୁବକଙ୍କ ଜୀବନ ଯାଇଛି। ସେ ବାଇକ୍‌ରେ ବଅଁରପାଳଠାରୁ ନାଲ୍‌କୋ ଆଡ଼କୁ ଯାଉଥିବା ବେଳେ ଏକ ଗାଡ଼ି ତାଙ୍କୁ ଧକ୍କା ଦେଇ ପଳାଇ ଯାଇଥିଲା। ଘଟଣାସ୍ଥଳରେ ଚନ୍ଦନଙ୍କ ମୃତ୍ୟୁ ହୋଇଥିଲା। ଏମାନଙ୍କ ବ୍ୟତୀତ ଏହି ୩ ମାସ ମଧ୍ୟରେ ୪୦ରୁ ଅଧିକ ବାଇକ୍‌ ଆରୋହୀ ଦୁର୍ଘଟଣାରେ ଆହତ ହେଲେଣି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ୁଥିବା ବେଳେ ବିଭାଗୀୟ କର୍ତ୍ତୃପକ୍ଷ ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri