ମରଣଯନ୍ତା ପାଲଟିଛି ଜାତୀୟ ରାଜପଥ

ପଟ୍ଟାଙ୍ଗି,୮ା୧୧(ଡି.ଏନ.ଏ.):ଜାତୀୟ ରାଜପଥ ବିଭାଗର ଖାମଖିଆଲ ଯୋଗୁ ବିଭାଗର ରାଜପଥଗୁଡ଼ିକ ମରଣଯନ୍ତାରେ ପରିଣତ ହୋଇଛି। କୋରାପୁଟ ଜିଲା ଅନ୍ତର୍ଗତ ରାଲେଗଡା ପଞ୍ଚାୟତ ସଦର ମହକୁମାଠାରୁ ଆରମ୍ଭ କରି ସୁଙ୍କି ପର୍ଯ୍ୟନ୍ତ ଥିବା ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଦେଇ ପଡୋଶୀ ଆନ୍ଧ୍ରକୁ ସଂଯୋଗ କରୁଥିବା ୨୬ନଂ ଜାତୀୟ ରାଜପଥର ଏପରି ଅବସ୍ଥା ହୋଇଛି। ଏହି ରାସ୍ତାରେ ଛୋଟ ଗାଡ଼ିଠାରୁ ଆରମ୍ଭ କରି ଭାରିଯାନଗୁଡ଼ିକ ବିପଦପୂର୍ଣ୍ଣ ଅବସ୍ଥାରେ ଯାତାୟାତ କରୁଛି। ବିଭାଗୀୟ ଅଧିକାରୀ କୌଣସି ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ ବିଭିନ୍ନ ସମୟରେ ଦୁର୍ଘଟଣାମାନ ଘଟି ଧନଜୀବନ ହାନି ହେଉଛି। ସ୍ଥାନୀୟ ଜନସାଧାରଣ ଜାତୀୟ ରାଜପଥ ଉପରେ ହୋଇଥିବା ଖାଲ ସ୍ଥାନଗୁଡିରେ ଲାଲ ରଙ୍ଗର ପତାକା ଉଡାଇ ସଙ୍କେତ ଦେଉଛନ୍ତି। ରାଲେଗଡା ପଞ୍ଚାୟତର ରାଜୁଗୁଡା ଗ୍ରାମ ଛକ ଉପରେ ଏପରି ଦେଖିବାକୁ ମିଳିଛି। ଉକ୍ତ ଛକରେ୨ଟି ସ୍ଥାନରେ ରାସ୍ତା ଉପରେ ବଡବଡ ଖାଲ ହୋଇଥିବାରୁ ଏହି ରାସ୍ତା ଦେଇ ଯାତାୟାତ କରୁଥିବା ଗାଡ଼ି ମୋଟର ଯେପରି ଦୁର୍ଘଟଣାଗସ୍ତ ନ ହୁଏ ସେଥିପ୍ରତି ସତର୍କ ରହିବା ଲାଗି ଗ୍ରାମବାସୀ ଏହିପରି ପଦକ୍ଷେପ ନେଇଛନ୍ତି । ଏହା ସତ୍ୱେ ବିଭାଗୀୟ କର୍ତ୍ତୃପକ୍ଷ ଚେତୁନାହାନ୍ତି। ରାସ୍ତା ମରାମତି କରିବା ଦିଗରେ କୌଣସି ପଦକ୍ଷେପ ନେଉନାହାନ୍ତି। ଏ ଦିଗରେ ତୁରନ୍ତ ପଦକ୍ଷେପ ନେଇ ରାସ୍ତା ଦୂରବସ୍ଥା ସୁଧାରିବା ପାଇଁ ସ୍ଥାନୀୟ ରାଜ୍ୟ ମୋଟର ଚାଳକ ସଂଘ ପଟ୍ଟାଙ୍ଗି ଶାଖାର ସମସ୍ତ ଗାଡିଚାଳକମାନେ ଦାବି କରିଛନ୍ତି। ଏନେଇ ବିଭାଗୀୟ ଯନ୍ତ୍ରୀଙ୍କୁ ଯୋଗାଯୋଗ କରିବାରୁ ବର୍ଷା ପାଇଁ ରାସ୍ତାର ମରାମତି ବନ୍ଦ ରହିଥିଲା। ବର୍ତ୍ତମାନ ରାସ୍ତା ମରାମତି କାର୍ଯ୍ୟ ଆରମ୍ଭ ହୋଇଛି। ଉପରୋକ୍ତ ସ୍ଥାନମାନଙ୍କରେ ମଧ୍ୟ କାମ ଅଳ୍ପ ଦିନ ମଧ୍ୟରେ କାମ ହେବ ବୋଲି ସେ କହିିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri