Posted inଖେଳ

ଚଳିତ ବର୍ଷ ବିଳମ୍ବ ହୋଇପାରେ ଜାତୀୟ କ୍ରୀଡ଼ା ପୁରସ୍କାର

ନୂଆଦିଲ୍ଲୀ, ୩୦।୭(ପି.ଟି.)- କରୋନା ଭାଇରସ ସଂକ୍ରମଣ ଜନିତ କାରଣରୁ ଚଳିତ ବର୍ଷର ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରଦାନ ଉତ୍ସବ ମାସେ କିମ୍ବା ୨ ମାସ ବିଳମ୍ବ ହୋଇପାରେ। ରାଷ୍ଟ୍ରପତି ଭବନରୁ ପରାମର୍ଶ ମିଳବା ପରେ ଏ ସମ୍ପର୍କରେ ଯାହାକିଛି ନିଷ୍ପତ୍ତି ନିଆଯିବ ବୋଲି କ୍ରୀଡ଼ା ମନ୍ତ୍ରଣାଳୟର ଜଣେ କର୍ମକର୍ତ୍ତା ପ୍ରକାଶ କରିଛନ୍ତି। ପ୍ରତିବର୍ଷ ଅଗଷ୍ଟ ୨୯ରେ ଜାତୀୟ କ୍ରୀଡ଼ା ଦିବସ ଅବସରରେ ରାଷ୍ଟ୍ରପତି ରାଜୀବ ଗାନ୍ଧି ଖେଳରନତ୍, ଅର୍ଜୁନ, ଦ୍ରୋଣାଚାର୍ଯ୍ୟ ଓ ଧ୍ୟାନଚାନ୍ଦ ଆଦି ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରଦାନ କରିଥାନ୍ତି। ହକି କିମ୍ବଦନ୍ତୀ ମେଜର ଧ୍ୟାନ ଚାନ୍ଦଙ୍କ ଜନ୍ମ ଦିବସରେ ଏହି ଉତ୍ସବ ଅନୁଷ୍ଠିତ ହୋଇଥାଏ। ମାତ୍ର ଚଳିତ ବର୍ଷ ଏଥିରେ ବିଳମ୍ବ ଘଟିପାରେ। ”ରାଷ୍ଟ୍ରପତି ଭବନରୁ ଏ ସମ୍ପର୍କରେ ଏପର୍ଯ୍ୟନ୍ତ କିଛି ସୂଚନା ଆସିନାହିଁ। ତେଣୁ ନିର୍ଦ୍ଧାରିତ ସମୟରେ ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରଦାନ କରାଯିବ କି ନାହିଁ ତାହା କହିବା କଷ୍ଟସାଧ୍ୟ“ ବୋଲି ସେ କହିଛନ୍ତି। କୋଭିଡ-୧୯ ଯୋଗୁ ଏବେ ସାରା ଦେଶରେ ସାଧାରଣ ଲୋକ ଏକତ୍ରିତ ହେବା ଉପରେ କଟକଣା ଜାରି ରହିଛି। ରାଷ୍ଟ୍ରପତି ଭବନରେ କୌଣସି ଉତ୍ସବ ମଧ୍ୟ ହେଉନାହିଁ। ଅତୀତରେ ପୁରସ୍କାର ଉତ୍ସବ ବିଳମ୍ବରେ ହେବାର ନଜିର ରହିଛି। ତେଣୁ ଏଥର ଅଗଷ୍ଟ ୨୯ରେ ହୋଇ ନ ପାରିଲେ ଆମେ ମାସେ କିମ୍ବା ୨ ମାସ ବିଳମ୍ବରେ ଦେବୁ। ବର୍ତ୍ତମାନ ପରିସ୍ଥିତିରେ ସମସ୍ତଙ୍କ ସୁରକ୍ଷାକୁ ଗୁରୁତ୍ୱ ଦିଆ ଯାଉଛି ବୋଲି ଉକ୍ତ କର୍ମକର୍ତ୍ତା ଜଣକ ପ୍ରକାଶ କରିଛନ୍ତି।
କରୋନା ସଂକ୍ରମଣ ଯୋଗୁ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଆବେଦନର ତାରିଖକୁ ଘୁଞ୍ଚାଇ ଦିଆ ଯାଇଥିଲା। ଏପରିକି ଯୋଗ୍ୟ ଆଥଲେଟ୍‌ମାନେ ନିଜେ ଆବେଦନ କରିପାରିବେ ବୋଲି ସୁଯୋଗ ଦିଆ ଯାଇଥିଲା। ଫଳରେ ଏଥର ବହୁ ପରିମାଣରେ ଆବେଦନ କରାଯାଇଥିଲା ଜଣାଯାଇଛି। ଜାତୀୟ କ୍ରୀଡ଼ା ଦିବସକୁ ଆଉ ମାସେରୁ କମ୍‌ ସମୟ ଥିବାବେଳେ ବିଜେତା ଚୟନ ପାଇଁ କ୍ରୀଡ଼ା ମନ୍ତ୍ରଣାଳୟ ଏପର୍ଯ୍ୟନ୍ତ କମିଟି ଗଠନ କରିନାହିଁ। ଏପରିକି ଆବେଦନ ଗୁଡ଼ିକ ସ୍କ୍ରିନିଂ ମଧ୍ୟ କରାଯାଇନାହିଁ। ତେଣୁ ଏଥିରେ ବିଳମ୍ବ ହେବା ସ୍ବାଭାବିକ ମନେ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri