Posted inଖେଳ

ଚଳିତ ବର୍ଷ ବିଳମ୍ବ ହୋଇପାରେ ଜାତୀୟ କ୍ରୀଡ଼ା ପୁରସ୍କାର

ନୂଆଦିଲ୍ଲୀ, ୩୦।୭(ପି.ଟି.)- କରୋନା ଭାଇରସ ସଂକ୍ରମଣ ଜନିତ କାରଣରୁ ଚଳିତ ବର୍ଷର ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରଦାନ ଉତ୍ସବ ମାସେ କିମ୍ବା ୨ ମାସ ବିଳମ୍ବ ହୋଇପାରେ। ରାଷ୍ଟ୍ରପତି ଭବନରୁ ପରାମର୍ଶ ମିଳବା ପରେ ଏ ସମ୍ପର୍କରେ ଯାହାକିଛି ନିଷ୍ପତ୍ତି ନିଆଯିବ ବୋଲି କ୍ରୀଡ଼ା ମନ୍ତ୍ରଣାଳୟର ଜଣେ କର୍ମକର୍ତ୍ତା ପ୍ରକାଶ କରିଛନ୍ତି। ପ୍ରତିବର୍ଷ ଅଗଷ୍ଟ ୨୯ରେ ଜାତୀୟ କ୍ରୀଡ଼ା ଦିବସ ଅବସରରେ ରାଷ୍ଟ୍ରପତି ରାଜୀବ ଗାନ୍ଧି ଖେଳରନତ୍, ଅର୍ଜୁନ, ଦ୍ରୋଣାଚାର୍ଯ୍ୟ ଓ ଧ୍ୟାନଚାନ୍ଦ ଆଦି ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରଦାନ କରିଥାନ୍ତି। ହକି କିମ୍ବଦନ୍ତୀ ମେଜର ଧ୍ୟାନ ଚାନ୍ଦଙ୍କ ଜନ୍ମ ଦିବସରେ ଏହି ଉତ୍ସବ ଅନୁଷ୍ଠିତ ହୋଇଥାଏ। ମାତ୍ର ଚଳିତ ବର୍ଷ ଏଥିରେ ବିଳମ୍ବ ଘଟିପାରେ। ”ରାଷ୍ଟ୍ରପତି ଭବନରୁ ଏ ସମ୍ପର୍କରେ ଏପର୍ଯ୍ୟନ୍ତ କିଛି ସୂଚନା ଆସିନାହିଁ। ତେଣୁ ନିର୍ଦ୍ଧାରିତ ସମୟରେ ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରଦାନ କରାଯିବ କି ନାହିଁ ତାହା କହିବା କଷ୍ଟସାଧ୍ୟ“ ବୋଲି ସେ କହିଛନ୍ତି। କୋଭିଡ-୧୯ ଯୋଗୁ ଏବେ ସାରା ଦେଶରେ ସାଧାରଣ ଲୋକ ଏକତ୍ରିତ ହେବା ଉପରେ କଟକଣା ଜାରି ରହିଛି। ରାଷ୍ଟ୍ରପତି ଭବନରେ କୌଣସି ଉତ୍ସବ ମଧ୍ୟ ହେଉନାହିଁ। ଅତୀତରେ ପୁରସ୍କାର ଉତ୍ସବ ବିଳମ୍ବରେ ହେବାର ନଜିର ରହିଛି। ତେଣୁ ଏଥର ଅଗଷ୍ଟ ୨୯ରେ ହୋଇ ନ ପାରିଲେ ଆମେ ମାସେ କିମ୍ବା ୨ ମାସ ବିଳମ୍ବରେ ଦେବୁ। ବର୍ତ୍ତମାନ ପରିସ୍ଥିତିରେ ସମସ୍ତଙ୍କ ସୁରକ୍ଷାକୁ ଗୁରୁତ୍ୱ ଦିଆ ଯାଉଛି ବୋଲି ଉକ୍ତ କର୍ମକର୍ତ୍ତା ଜଣକ ପ୍ରକାଶ କରିଛନ୍ତି।
କରୋନା ସଂକ୍ରମଣ ଯୋଗୁ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଆବେଦନର ତାରିଖକୁ ଘୁଞ୍ଚାଇ ଦିଆ ଯାଇଥିଲା। ଏପରିକି ଯୋଗ୍ୟ ଆଥଲେଟ୍‌ମାନେ ନିଜେ ଆବେଦନ କରିପାରିବେ ବୋଲି ସୁଯୋଗ ଦିଆ ଯାଇଥିଲା। ଫଳରେ ଏଥର ବହୁ ପରିମାଣରେ ଆବେଦନ କରାଯାଇଥିଲା ଜଣାଯାଇଛି। ଜାତୀୟ କ୍ରୀଡ଼ା ଦିବସକୁ ଆଉ ମାସେରୁ କମ୍‌ ସମୟ ଥିବାବେଳେ ବିଜେତା ଚୟନ ପାଇଁ କ୍ରୀଡ଼ା ମନ୍ତ୍ରଣାଳୟ ଏପର୍ଯ୍ୟନ୍ତ କମିଟି ଗଠନ କରିନାହିଁ। ଏପରିକି ଆବେଦନ ଗୁଡ଼ିକ ସ୍କ୍ରିନିଂ ମଧ୍ୟ କରାଯାଇନାହିଁ। ତେଣୁ ଏଥିରେ ବିଳମ୍ବ ହେବା ସ୍ବାଭାବିକ ମନେ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର...

ସେମିଫାଇନାଲରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୦।୪(ତପନ ସ୍ବାଇଁ): ଇତିହାସ ରଚିଲା ଓଡ଼ିଶା ଏଫ୍‌ସି। ଅତିରିକ୍ତ ସମୟରେ ଇସାକ ଭନଲାଲରୁଆତଫେଲାଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ପ୍ରଥମଥର ପାଇଁ ଇଣ୍ଡିଆନ ସୁପର...

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri