ମନଇଚ୍ଛା ଲାଗିପାରିବନି ଜାତୀୟ ଚିହ୍ନ

ଭୁବନେଶ୍ୱର,୨୮ା୪ (ରବିନାରାୟଣ ଜେନା): ରାଜ୍ୟରେ କୌଣସି ବ୍ୟକ୍ତିବିଶେଷ, ବ୍ୟବସାୟ ପ୍ରତିଷ୍ଠାନ କିମ୍ବା ଅନୁଷ୍ଠାନ ପକ୍ଷରୁ ଜାତୀୟ ଚିହ୍ନ(ଅଶୋକସ୍ତମ୍ଭ)କୁ ମନଇଚ୍ଛା ବ୍ୟବହାର କରାଯାଇପାରିବ ନାହିଁ। ଯଦି କୌଣସିଠାରେ ଏହାର ଅପବ୍ୟବହାର କରାଯାଉଥିବ ତେବେ ସେଠାରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଭାରତର ଜାତୀୟ ଚିହ୍ନ ଆଇନ-୨୦୦୫ ଏବଂ ନିୟମ-୨୦୦୭ ଓ ସଂଶୋଧନ ଆଇନ-୨୦୧୦ ଅନୁଯାୟୀ ଜାତୀୟ ଚିହ୍ନ ସରକାରୀସ୍ତରରେ ବ୍ୟବହାର ହୋଇପାରିବ। ଏହି ମର୍ମରେ ଭାରତ ସରକାରଙ୍କ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଯୁଗ୍ମସଚିବ ଜି. ପାର୍ଥସାରଥି ମୁଖ୍ୟଶାସନ ସଚିବଙ୍କୁ ଅବଗତ କରିବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏନେଇ ରାଜ୍ୟ ସରକାରଙ୍କ ଗୃହବିଭାଗ ଯୁଗ୍ମସଚିବ ଶରତ ଚନ୍ଦ୍ର ମାରାଣ୍ଡି ୨୯ ମାର୍ଚ୍ଚରେ ସବୁ ଆର୍‌ଡିସି ଓ ଜିଲାପାଳଙ୍କୁ ପତ୍ର ଲେଖି ଅବଗତ କରାଇଥିବାବେଳେ ଚଳିତମାସ ୧୭ରେ ଜଳସମ୍ପଦ ବିଭାଗ ପକ୍ଷରୁ ଅଧସ୍ତନ ଅଧିକାରୀଙ୍କୁ ପତ୍ର ଲେଖି ଅବଗତ କରାଯାଇଛି।
ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଯୁଗ୍ମସଚିବ ପାର୍ଥସାରଥି ପତ୍ରରେ ଦର୍ଶାଇଥିଲେ, ଭାରତର ଜାତୀୟ ଚିହ୍ନ ତିନୋଟି ଅଶୋକସ୍ତମ୍ଭ ସହିତ ଅଶୋକଚକ୍ର ଓ ସତ୍ୟମେବ ଜୟତେ(ଦେବନାଗରୀ ଭାଷା) ନିର୍ଦ୍ଦିଷ୍ଟ ଭାବେ ସରକାରଙ୍କ ନିୟମ ଅନୁଯାୟୀ ରହିବା କଥା, ହେଲେ କେତେଜଣ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନ ଏହାର ଉଲ୍ଲଂଘନ କରୁଥିବା ନଜରକୁ ଆସିଛି। କେତେକ ସ୍ଥାନରେ ଅଶୋକସ୍ତମ୍ଭ ତଳେ ସତ୍ୟମେବ ଜୟତେ ଦେବନାଗରୀ ଭାଷାରେ ଉଲ୍ଲେଖ ରହୁନାହଁି, ଯାହା କି ଜାତୀୟ ଚିହ୍ନ ପ୍ରତି ଅବମାନନା ହେଉଛି। ଏନେଇ ବ୍ୟାପକ ସଚେତନତା ସୃଷ୍ଟି କରିବା ସହିତ ନିୟମକୁ ଠିକଣା ଭାବେ ପାଳନ କରିବା ଲାଗି ସେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri