Posted inଖେଳ

ଜାତୀୟ ମହିଳା ରେସ୍‌ଲିଂ କ୍ୟାମ୍ପ ଅକ୍ଟୋବର ୧୦ରୁ

ନୂଆଦିଲ୍ଲୀ, ୩୦ା୯ (ପି.ଟି.)-ଜାତୀୟ ମହିଳା ରେସ୍‌ଲିଂ କ୍ୟାମ୍ପ ଅକ୍ଟୋବର ୧୦ରୁ ଲକ୍ଷ୍ନୌସ୍ଥିତ ସାଇ ସେଣ୍ଟରରେ ଆରମ୍ଭ ହେବ। ଏଥିରେ ଯେଉଁମାନ ଅଂଶଗ୍ରହଣ ନ କରିବେ ଜାତୀୟ ଦଳ ପାଇଁ ମନୋନୟନ ବେଳେ ସେମାନଙ୍କ ନାମ ବିଚାରକୁ ନିଆଯିବ ନାହିଁ ବୋଲି ରେସ୍‌ଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ତରଫରୁ ମଙ୍ଗଳବାର ଚେତାବନୀ ଦିଆଯାଇଛି। ଜାତୀୟ କ୍ୟାମ୍ପ ପ୍ରକୃତରେ ସେପ୍ଟେମ୍ବର ୧ରୁ ଆରମ୍ଭ ହୋଇଥାନ୍ତା। କିନ୍ତୁ କରୋନା ଯୋଗୁ ଏହାକୁ ସ୍ଥଗିତ ରଖାଯାଇଥିଲା। ଅଲିମ୍ପିକ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ୪ ରେସ୍‌ଲରଙ୍କ ମଧ୍ୟରୁ ଦୁଇଜଣ ଭିନେଶ ଫୋଗତ୍‌ ଏବଂ ଦୀପକ ପୁନିଆ କରୋନା ପଜିଟିଭ ହେବା ଦ୍ୱାରା ବହୁ ରେସ୍‌ଲରଙ୍କ ମନରେ ଭୟ ସଞ୍ଚାର ହୋଇଥିଲା। ପରିସ୍ଥିତିର ଅନୁଧ୍ୟାନ ପରେ ଏବଂ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ)ର ପରାମର୍ଶ କ୍ରମେ ଡବ୍ଲ୍ୟୁଏଫ୍‌ଆଇ ଶେଷରେ ୬ଟି ଅଲିମ୍ପିକ କାଟେଗୋରି ଯଥା ୫୦କେଜି, ୫୩ କେଜି, ୫୭ କେଜି, ୬୨, କେଜି, ୬୮ କେଜି ଓ ୭୬ କେଜିରେ କ୍ୟାମ୍ପ ଆରମ୍ଭ କରିବା ଲାଗି ନିଷ୍ପତ୍ତି ନେଇଥିଲା। ଏହା ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ସୂଚନାଯୋଗ୍ୟ, ‘ଖେଲୋ ଇଣ୍ଡିଆ ଫିର୍‌ ସେ’ କାର୍ଯ୍ୟକ୍ରମର ଅଂଶବିଶେଷ ସ୍ବରୂପ ଅକ୍ଟୋବର ୫ରୁ ସାଇ ପକ୍ଷରୁ ଯେଉଁ ୯ଟି ଖେଳର କାର୍ଯ୍ୟକଳାପ ଆରମ୍ଭ କରିବା ଲାଗି ନିଷ୍ପତ୍ତି ନେଇଥିଲା ତନ୍ମଧ୍ୟରେ ରେସ୍‌ଲିଂ ଅନ୍ୟତମ ଥିଲା। ରେସ୍‌ଲରମାନଙ୍କୁ ୧୪ ଦିନ କ୍ୱାରାଣ୍ଟାଇନ୍‌ରେ ରହିବାକୁ ପଡ଼ିବ। ନେଗେଟିଭ ଆସିଲେ ଯାଇ ସେମାନଙ୍କୁ ଟ୍ରେନିଂ ପାଇଁ ଅନୁମତି ମିଳିବ ବୋଲି ଡବ୍ଲ୍ୟୁଏଫ୍‌ଆଇ ସହକାରୀ ସମ୍ପାଦକ ବିନୋଦ ତୋମର ପ୍ରକାଶ କରିଛନ୍ତି।2


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri