ଶ୍ରୀମନ୍ଦିର ନାଟମଣ୍ଡପ ତୁରନ୍ତ ମରାମତି କରାଯାଉ

କଟକ,୧୨ା୯(କାର୍ତ୍ତିକ ସାହୁ):ପୁରୀ ଶ୍ରୀମନ୍ଦିର ନାଟମଣ୍ଡପ ତୁରନ୍ତ ମରାମତି ପାଇଁ ହାଇକୋର୍ଟରେ ରୁଜୁ ମାମଲାର ମୂଳ ଆବେଦନକାରୀ ଅଭିଷେକ ଦାସ ସୋମବାର ଏକ ମିସ୍‌କେସ୍‌ ରୁଜୁ କରିଛନ୍ତି। ଏଥିରେ ସେ ଶ୍ରୀମନ୍ଦିରର ସୁରକ୍ଷା ପାଇଁ ନାଟମଣ୍ଡପ ମରାମତି ତୁରନ୍ତ ଆବଶ୍ୟକ ବୋଲି ଦର୍ଶାଇଛନ୍ତି ା ଏଥିସହ ଗତ ଅଗଷ୍ଟ ୧୧ ତାରିଖରେ ଆମିକସ୍‌କ୍ୟୁରି ନାଟମଣ୍ଡପର ମରାମତି ଆବଶ୍ୟକତା ଥିବା ଦର୍ଶାଇ ପ୍ରଦାନ କରିଥିବା ରିପୋର୍ଟକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ସେ ଆବେଦନ କରିଛନ୍ତି। ଆମିକସ୍‌କ୍ୟୁରୀ ତାଙ୍କ ରିପୋର୍ଟରେ ନାଟମଣ୍ଡପ କ୍ରାକ୍‌ ବିମ୍‌କୁ ପିଡବ୍ଲ୍ୟୁଡି ମୁଖ୍ୟଯନ୍ତ୍ରୀ ଓ ବିଶେଷଜ୍ଞଙ୍କ ସହ ପରାମର୍ଶ କରି ଅଗ୍ରାଧିକାର ଦେଇ ପ୍ରତ୍ନତତ୍ତ୍ୱ ବିଭାଗ ମରାମତି କରିବାକୁ ରିପୋର୍ଟରେ ଦର୍ଶାଇଥିଲେ। ମାମଲାର ପ୍ରତିପକ୍ଷମାନେ ନାଟମଣ୍ଡପ ମରାମତି କରିବାରେ ବିଳମ୍ବ କରୁଥିବା ଆବେଦନକାରୀ ଅଭିଯୋଗ କରିଛନ୍ତି। ଶ୍ରୀମନ୍ଦିର ଏକ ଐତିହାସିକ ମନ୍ଦିର ହୋଇଥିବାବେଳେ ଏହାର ସୁରକ୍ଷା ଓ ସଂରକ୍ଷଣ ଜରୁରୀ ହୋଇପଡ଼ିଛି ବୋଲି ମାମଲାରେ କୁହାଯାଇଛି। ପୂର୍ବରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର, ଜଗମୋହନ ଓ କୋଣାର୍କ ମନ୍ଦିର ମରାମତି ସମ୍ପର୍କିତ ଜନସ୍ବାର୍ଥ ମାମଲାରେ ପ୍ରତ୍ନତତ୍ତ୍ୱ ବିଭାଗ (ଏଏସ୍‌ଆଇ)ପକ୍ଷରୁ ହାଇକୋର୍ଟରେ ଜବାବ ରଖାଯାଇଥିଲା। ଏଥିରେ ଶ୍ରୀମନ୍ଦିର ଜଗମୋହନ ଓ ନାଟମଣ୍ଡପର ମରାମତି କାର୍ଯ୍ୟ ଶେଷ ହୋଇଥିବା ସମ୍ପର୍କରେ ପ୍ରତ୍ନତତ୍ତ୍ୱ ବିଭାଗ ହାଇକୋର୍ଟଙ୍କୁ ଅବଗତ କରିଥିଲା। ଅଦାଲତଙ୍କ ପୂର୍ବ ନିର୍ଦ୍ଦେଶଗୁଡ଼ିିକୁ ପାଳନ କରାଯାଇ ମରାମତି କାର୍ଯ୍ୟ ଶେଷ ହୋଇଛି। ଜଗମୋହନ ଓ ନାଟମଣ୍ଡପ ମରାମତି ପ୍ରସଙ୍ଗରେ କୋର୍‌ କମିଟି ଏବଂ ବିଶେଷଜ୍ଞଙ୍କ ମତାମତ ହସ୍ତଗତ ହୋଇଛି। ବୈଷୟିକ କମିଟି ଏହାକୁ ଅନୁମୋଦନ କଲେ ଏ ସମ୍ପର୍କରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ପ୍ରତ୍ନତତ୍ୱ ବିଭାଗ ପକ୍ଷରୁ ହାଇକୋର୍ଟଙ୍କୁ ଅବଗତ କରାଯାଇଛି। ହାଇକୋର୍ଟ ମାମଲାର ଶୁଣାଣି କରି ଶେଷ ହୋଇଥିବା ଜଗମୋହନ ଓ ନାଟମଣ୍ଡପ ମରାମତି କାର୍ଯ୍ୟର ବିସ୍ତୃତ ତଥ୍ୟ ସତ୍ୟପାଠ ମାଧ୍ୟମରେ ଦାଖଲ କରିବାକୁ ଆଦେଶ ଦେଇଥିଲେ ା ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଆଲୋକ ମହାପାତ୍ର ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri