ଏପ୍ରିଲ ୩୦ ସୁଦ୍ଧା ସରିବ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି

କଟକ,୧୯ା୧ (କାର୍ତ୍ତିକ ସାହୁ): ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାର୍ଯ୍ୟ ଆସନ୍ତା ଏପ୍ରିଲ ୩୦ ତାରିଖ ସୁଦ୍ଧା ଶେଷ ହେବ ବୋଲି ଆମିକସ୍‌କ୍ୟୁରି ହାଇକୋର୍ଟରେ ଗୁରୁବାର ରିପୋର୍ଟ ଦାଖଲ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ନିଯୁକ୍ତ ଆମିକସ୍‌କ୍ୟୁରି ନାଟମଣ୍ଡପ ମରାମତି କାର୍ଯ୍ୟ ଅନୁଧ୍ୟାନର ରିପୋର୍ଟ ଦେଇଛନ୍ତି। ଗତ ୧୦ ତାରିଖରେ କୋର୍‌ କମିଟି ଓ ଏଏସ୍‌ଆଇର ମିଳିତ ବୈଠକ ବସି ନାଟମଣ୍ଡପ ବିମ୍‌ ଡିଜାଇନ୍‌ ଚୂଡ଼ାନ୍ତ ହୋଇଥିବା ଏଏସ୍‌ଆଇ ଆମିକସ୍‌କ୍ୟୁରିଙ୍କୁ ଜଣାଇଛନ୍ତି। ଏଥିସହ ନାଟମଣ୍ଡପ କାମ ଅବିରତ ଚାଲିଛି ବୋଲି ଆମିକସ୍‌କ୍ୟୁରି ହାଇକୋର୍ଟଙ୍କୁ ଅବଗତ କରିଛନ୍ତି। ହାଇକୋର୍ଟ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଡ. ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ ଓ ବିଚାରପତି ଶିବଶଙ୍କର ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରିଛନ୍ତି। ପରବର୍ତ୍ତୀ ଶୁଣାଣି ପୂର୍ବରୁ ଏପ୍ରିଲ ୩୦ ସୁଦ୍ଧା ନାଟମଣ୍ଡପ ମରାମତି କାର୍ଯ୍ୟ ସାରିବା ନେଇ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପରବର୍ତ୍ତୀ ଶୁଣାଣି ଆସନ୍ତା ସପ୍ତାହରେ କରିବାକୁ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନା ଅନୁସାରେ, ହାଇକୋର୍ଟ ଗତ ନଭେମ୍ବର ୧୫ ତାରିଖ ଶୁଣାଣିରେ ନାଟମଣ୍ଡପ ମରାମତି କାର୍ଯ୍ୟ ତୁରନ୍ତ ଆରମ୍ଭ କରିବା ପାଇଁ ଏଏସ୍‌ଆଇକୁ ନିର୍ଦ୍ଦେଶ ଦେଇଥିଲେ। ଏହି ମରାମତି କାର୍ଯ୍ୟ ଦିନକୁ ୬ ଘଣ୍ଟା ଲେଖାଏ କରି ୧୨୦ ଦିନରେ ଶେଷ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଆମିକସ୍‌କ୍ୟୁରି ଏହି କାର୍ଯ୍ୟର ଅନୁଧ୍ୟାନ କରି ପ୍ରତି ୧୫ ଦିନରେ ହାଇକୋର୍ଟଙ୍କୁ ରିପୋର୍ଟ ପ୍ରଦାନ କରିବେ। ଶ୍ରୀମନ୍ଦିର ପ୍ରଶାସନ ଏଥିପାଇଁ ଏଏସ୍‌ଆଇକୁ ସହଯୋଗ ଯୋଗାଇ ଦେବ। ଏଥିସହ ଶ୍ରଦ୍ଧାଳୁମାନେ ଯେପରି ଠାକୁର ଦର୍ଶନ କରିବା ନେଇ ଅସୁବିଧାରେ ନପଡ଼ନ୍ତି ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା କରିବ। ନାଟମଣ୍ଡପ ମରାମତି ଓ ଠାକୁର ଦର୍ଶନ ଉଭୟ କାର୍ଯ୍ୟ ଠିକ୍‌ ଭାବେ ହେବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଉଭୟ ମଧ୍ୟରେ ସମନ୍ବୟ ରକ୍ଷା କରିବ ବୋଲି ହାଇକୋର୍ଟ ତାଙ୍କ ନିର୍ଦ୍ଦେଶରେ ସ୍ପଷ୍ଟ କରିଥିଲେ। ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଗତ ନଭେମ୍ବର ୧୭ ତାରିଖରୁ ନାଟମଣ୍ଡପ ମରାମତି କାର୍ଯ୍ୟ ଆରମ୍ଭ ହୋଇ ଅବିରତ ଚାଲିଛି। କଟକର ଅଭିଷେକ ଦାସଙ୍କ ଦ୍ୱାରା ରୁଜୁ ଜନସ୍ବାର୍ଥ ମାମଲାକୁ ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଆଲୋକ କୁମାର ମହାପାତ୍ର ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri