Posted inରାଜ୍ୟ

‘ନବୀନ ଆମ ଭରସା’ ଅଭିଯାନ ଆରମ୍ଭ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ବିଜେଡି ସାଂସ୍କୃତିକ ସମନ୍ବୟ ସାମ୍ମୁଖ୍ୟ ‘ଆମ ଭରସା ନବୀନ’ ଅଭିଯାନ ଆରମ୍ଭ କରିଛି। ସାମ୍ମୁଖ୍ୟର ତୃଣମୂଳସ୍ତରୀୟ ସଙ୍ଗଠନକୁ ଉପଯୋଗ କରି କରୋନା ମହାମାରୀରୁ ଆରୋଗ୍ୟ ଲାଭ କରିଥିବା ଲୋକଙ୍କ ଅନୁଭୂତିକୁ ଲୋକଲୋଚନକୁ ଆଣିବା ପାଇଁ ଏହି ଅଭିଯାନର ଶୁଭାରମ୍ଭ କରାଯାଇଛି। ଆରୋଗ୍ୟ ଲାଭ କରିଥିବା ଲୋକଙ୍କ ଅନୁଭୂତିର ଭିଡିଓ କ୍ଲିପ୍‌ ପ୍ରସ୍ତୁତ କରାଯାଇ ରାଜ୍ୟରେ ସାମାଜିକ ଗଣମାଧ୍ୟମ ଜରିଆରେ ଏକ ସକାରାତ୍ମକ ବାତାବରଣ ସୃଷ୍ଟି କରାଯିବ। ଫଳରେ ସମାଜରେ ନୂତନ ଆଶାର ସଞ୍ଚାର ହେବା ସହିତ କୋଭିଡ୍‌ ସଂକ୍ରମିତ ତଥା ଜନସାଧାରଣଙ୍କ ମଧ୍ୟରେ ସକାରାତ୍ମକ ମନୋଭାବ ବୃଦ୍ଧିପାଇବ। କରୋନାରେ ନିୟୋଜିତ ଡାକ୍ତର ଓ ଅନ୍ୟାନ୍ୟ କର୍ମଚାରୀଙ୍କର ମନୋବଳ ବୃଦ୍ଧିରେ ଏହା ସହାୟକ ହେବ। ଏହି କାର୍ଯ୍ୟକ୍ରମକୁ ପ୍ରତ୍ୟେକ ଜିଲାର ବିଜେଡି ସାଂସ୍କୃତିକ ସମନ୍ବୟ ସାମ୍ମୁଖ୍ୟର ସଂଯୋଜକମାନେ ସଂଯୋଜନା କରିବେ। ବ୍ଲକ, ଗ୍ରାମପଞ୍ଚାୟତସ୍ତରୀୟ ସାମ୍ମୁଖ୍ୟ ସଂଯୋଜକ ଓ ଗ୍ରାମ ସ୍ତରରେ ସଂସ୍କୃତି ସୈନିକମାନେ ପରିଚାଳନା କରିବା ନେଇ ଯୋଜନା ପ୍ରସ୍ତୁତ କରାଯାଇଛି ।

ଶନିବାର ବିଜେଡି ସାଂସ୍କୃତିକ ସମନ୍ବୟ ସାମ୍ମୁଖ୍ୟର ଏକ ରାଜ୍ୟସ୍ତରୀୟ ପ୍ରତିନିଧି ମଣ୍ଡଳ ବୈଠକ ଡିଜିଟାଲ ମୋଡ୍‌ରେ ଅନୁଷ୍ଠିତ ହୋଇଛି। ଉକ୍ତ ବୈଠକରେ ‘ୟାସ୍‌’ ବାତ୍ୟା ଓ ମହାମାରୀ ‘କୋଭିଡ-୧୯’ର ସଫଳ ମୁକାବିଲା ଓ ସୁପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଛି। ଏଥିରେ ସାଂସଦ ଅମର ପଟ୍ଟନାୟକ ନିଜ ମତାମତ ଉପସ୍ଥାପନ କରିଥିବାବେଳେ ସଭାର ଉଦ୍ଦେଶ୍ୟ ବିଷୟରେ ସାମ୍ମୁଖ୍ୟର ଆବାହକ ରବିନାରାୟଣ ନନ୍ଦ ବିବରଣୀ ଦେଇଥିଲେ। ସାମ୍ମୁୁଖ୍ୟର ରାଜ୍ୟ ସଂଯୋଜକ ପ୍ରବୀର ମହାନ୍ତି ସ୍ବାଗତ ଭାଷଣ ମାଧ୍ୟମରେ ଏହି ଅଭିଯାନରେ ଅଦ୍ୟାବଧି ସାଥିମାନଙ୍କ ଦ୍ୱାରା ଗ୍ରହଣ କରାଯାଇଥିବା ପଦକ୍ଷେପ ସମ୍ପର୍କରେ ବିସ୍ତୃତ ବର୍ଣ୍ଣନା କରିଥିଲେ । ଉକ୍ତ ସଭାରେ ଅନୁଗୋଳ, ମୟୂରଭଞ୍ଜ, ଭଦ୍ରକ, କଟକ, ଯାଜପୁର, ପୁରୀ, କେନ୍ଦୁଝର,ଢେଙ୍କାନାଳ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, କୋରାପୁଟ, ନୟାଗଡ଼, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ନବରଙ୍ଗପୁର, ମାଲକାନଗିରି, ଗଞ୍ଜାମ, ଗଜପତି, ବାଲେଶ୍ୱର, କନ୍ଧମାଳର ଜିଲା ସଂଯୋଜକମାନେ ଉପସ୍ଥିତ ରହିଥିଲେ । ରାଜ୍ୟ କମିଟିର ସଦସ୍ୟ ଜୀବନ ଦୀକ୍ଷିତ ଓ ଦେବରାଜ ସେନାପତି ପ୍ରମୁଖ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri