Posted inରାଜ୍ୟ

‘ନବୀନ ଆମ ଭରସା’ ଅଭିଯାନ ଆରମ୍ଭ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ବିଜେଡି ସାଂସ୍କୃତିକ ସମନ୍ବୟ ସାମ୍ମୁଖ୍ୟ ‘ଆମ ଭରସା ନବୀନ’ ଅଭିଯାନ ଆରମ୍ଭ କରିଛି। ସାମ୍ମୁଖ୍ୟର ତୃଣମୂଳସ୍ତରୀୟ ସଙ୍ଗଠନକୁ ଉପଯୋଗ କରି କରୋନା ମହାମାରୀରୁ ଆରୋଗ୍ୟ ଲାଭ କରିଥିବା ଲୋକଙ୍କ ଅନୁଭୂତିକୁ ଲୋକଲୋଚନକୁ ଆଣିବା ପାଇଁ ଏହି ଅଭିଯାନର ଶୁଭାରମ୍ଭ କରାଯାଇଛି। ଆରୋଗ୍ୟ ଲାଭ କରିଥିବା ଲୋକଙ୍କ ଅନୁଭୂତିର ଭିଡିଓ କ୍ଲିପ୍‌ ପ୍ରସ୍ତୁତ କରାଯାଇ ରାଜ୍ୟରେ ସାମାଜିକ ଗଣମାଧ୍ୟମ ଜରିଆରେ ଏକ ସକାରାତ୍ମକ ବାତାବରଣ ସୃଷ୍ଟି କରାଯିବ। ଫଳରେ ସମାଜରେ ନୂତନ ଆଶାର ସଞ୍ଚାର ହେବା ସହିତ କୋଭିଡ୍‌ ସଂକ୍ରମିତ ତଥା ଜନସାଧାରଣଙ୍କ ମଧ୍ୟରେ ସକାରାତ୍ମକ ମନୋଭାବ ବୃଦ୍ଧିପାଇବ। କରୋନାରେ ନିୟୋଜିତ ଡାକ୍ତର ଓ ଅନ୍ୟାନ୍ୟ କର୍ମଚାରୀଙ୍କର ମନୋବଳ ବୃଦ୍ଧିରେ ଏହା ସହାୟକ ହେବ। ଏହି କାର୍ଯ୍ୟକ୍ରମକୁ ପ୍ରତ୍ୟେକ ଜିଲାର ବିଜେଡି ସାଂସ୍କୃତିକ ସମନ୍ବୟ ସାମ୍ମୁଖ୍ୟର ସଂଯୋଜକମାନେ ସଂଯୋଜନା କରିବେ। ବ୍ଲକ, ଗ୍ରାମପଞ୍ଚାୟତସ୍ତରୀୟ ସାମ୍ମୁଖ୍ୟ ସଂଯୋଜକ ଓ ଗ୍ରାମ ସ୍ତରରେ ସଂସ୍କୃତି ସୈନିକମାନେ ପରିଚାଳନା କରିବା ନେଇ ଯୋଜନା ପ୍ରସ୍ତୁତ କରାଯାଇଛି ।

ଶନିବାର ବିଜେଡି ସାଂସ୍କୃତିକ ସମନ୍ବୟ ସାମ୍ମୁଖ୍ୟର ଏକ ରାଜ୍ୟସ୍ତରୀୟ ପ୍ରତିନିଧି ମଣ୍ଡଳ ବୈଠକ ଡିଜିଟାଲ ମୋଡ୍‌ରେ ଅନୁଷ୍ଠିତ ହୋଇଛି। ଉକ୍ତ ବୈଠକରେ ‘ୟାସ୍‌’ ବାତ୍ୟା ଓ ମହାମାରୀ ‘କୋଭିଡ-୧୯’ର ସଫଳ ମୁକାବିଲା ଓ ସୁପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଛି। ଏଥିରେ ସାଂସଦ ଅମର ପଟ୍ଟନାୟକ ନିଜ ମତାମତ ଉପସ୍ଥାପନ କରିଥିବାବେଳେ ସଭାର ଉଦ୍ଦେଶ୍ୟ ବିଷୟରେ ସାମ୍ମୁଖ୍ୟର ଆବାହକ ରବିନାରାୟଣ ନନ୍ଦ ବିବରଣୀ ଦେଇଥିଲେ। ସାମ୍ମୁୁଖ୍ୟର ରାଜ୍ୟ ସଂଯୋଜକ ପ୍ରବୀର ମହାନ୍ତି ସ୍ବାଗତ ଭାଷଣ ମାଧ୍ୟମରେ ଏହି ଅଭିଯାନରେ ଅଦ୍ୟାବଧି ସାଥିମାନଙ୍କ ଦ୍ୱାରା ଗ୍ରହଣ କରାଯାଇଥିବା ପଦକ୍ଷେପ ସମ୍ପର୍କରେ ବିସ୍ତୃତ ବର୍ଣ୍ଣନା କରିଥିଲେ । ଉକ୍ତ ସଭାରେ ଅନୁଗୋଳ, ମୟୂରଭଞ୍ଜ, ଭଦ୍ରକ, କଟକ, ଯାଜପୁର, ପୁରୀ, କେନ୍ଦୁଝର,ଢେଙ୍କାନାଳ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, କୋରାପୁଟ, ନୟାଗଡ଼, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ନବରଙ୍ଗପୁର, ମାଲକାନଗିରି, ଗଞ୍ଜାମ, ଗଜପତି, ବାଲେଶ୍ୱର, କନ୍ଧମାଳର ଜିଲା ସଂଯୋଜକମାନେ ଉପସ୍ଥିତ ରହିଥିଲେ । ରାଜ୍ୟ କମିଟିର ସଦସ୍ୟ ଜୀବନ ଦୀକ୍ଷିତ ଓ ଦେବରାଜ ସେନାପତି ପ୍ରମୁଖ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

ଏଇ ଭାରତରେ

ଏବେ ଦେଶରେ ବର୍ଜ୍ୟ ପରିଚାଳନା ପାଇଁ ଅନେକ ବ୍ୟକ୍ତି ଓ ସଂସ୍ଥା ଚେଷ୍ଟା କରୁଛନ୍ତି। ଏହି କ୍ରମରେ ହରିୟାଣା ବୁଦ୍ଧ କଲେଜ ଫ୍ୟାଶନ ଛାତ୍ରୀଛାତ୍ରଙ୍କ ଉଦ୍ୟମ ପ୍ରଶଂସନୀୟ।…

ପୁରସ୍କାର ପସରା

ବୁଲାବିକାଳି ତା’ ପସରା ଧରି ନିତିଦିନିଆ ବେପାର କରେ ଗାଁ ଗାଁ ବୁଲି। ଯାହା ବିକ୍ରିବଟା ହୁଏ, ସେଥିରେ ଚଳେ। ପରିବାର ସଦସ୍ୟଙ୍କ ପେଟ ପୋଷେ। ବୁଲାବିକାଳିର…

ଆମେରିକା ଗସ୍ତ କରିବେ ସି ଜିନପିଙ୍ଗ, ଚାଇନା ସମ୍ପର୍କରେ ଟ୍ରମ୍ପ କାହିଁକି ନିଜ ନିଷ୍ପତ୍ତି ବଦଳାଇଲେ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୯: ଏପରି ଏକ ସମୟ ଥିଲା ଯେତେବେଳେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ନାମ ନ ନେଇ ଆମେରିକୀୟ ଅର୍ଥନୀତି ଉପରେ ଆଲୋଚନା କରୁ ନଥିଲେ।…

ନିଃସନ୍ତାନ କର ଭଗବାନ

ମୋଟେ ସହଜ ନୁହେଁ ଭଗବାନଙ୍କୁ ଏମିତି ବର ମାଗିବା! ଶିଶୁ ସନ୍ତାନର ଓଠରୁ ଝରି ପଡୁଥିବା ‘ବାପା’ ଡାକ ଶୁଣିବାରେ ପିତୃତ୍ୱ ଯେମିତି ଅନିର୍ବଚନୀୟ ଉଲ୍ଲାସରେ ଜଡ଼ସଡ଼…

ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!

ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?