ସ୍ବରେଜ ଦୁର୍ଘଟଣା ପଛରେ ଇଞ୍ଜିନିୟରଙ୍କ ଅବହେଳା

ଭୁବନେଶ୍ୱର,୧୬ା୪(ବ୍ୟୁରୋ): କଟକ ସେକ୍ଟର-୧୦ ଅଞ୍ଚଳରେ ଗୁରୁବାର ସ୍ବେରେଜ ସଫେଇ ବେଳେ ଶ୍ୱାସରୁଦ୍ଧ ହୋଇ ୨ଜଣ କର୍ମଚାରୀଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟଜଣେ ଗୁରୁତର ହୋଇଥିଲେ। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଉଦ୍‌ବେଗ ପ୍ରକାଶ କରିବା ସହ କାର୍ଯ୍ୟରେ ଅବହେଳା କରିଥିବା ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଶୁକ୍ରବାର ପିଏଚ୍‌ଇଓର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ତଥା ଓ୍ବାଟ୍‌କୋ ଜିଏମ୍‌ ସୁଶାନ୍ତ ଘଡ଼େଇ, ଓ୍ବାଟ୍‌କୋ ଏସ୍‌ଡିଓ ତଥା ଜିଏମ୍‌ ସୁବାସ ରାଉତଙ୍କୁ ବଦଳି କରାଯାଇଛି। କାର୍ଯ୍ୟରେ ଅବହେଳା ଯୋଗୁ କନିଷ୍ଠ ଯନ୍ତ୍ରୀ ପ୍ରଦ୍ୟୋତ କୁମାର ସାହୁଙ୍କୁ ନିଲମ୍ବିତ କରାଯାଇଛି। ଯନ୍ତ୍ରୀ ପ୍ରଦ୍ୟୋତ ଏବଂ ସର୍ଭିସ ପ୍ରୋଭାଇଡର ଦୀପକ ନାୟକଙ୍କ ବିରୋଧରେ ସିଏମ୍‌ସି ପକ୍ଷରୁ ଥାନାରେ ଏତଲା ଦିଆଯାଇଛି। ଦୁର୍ଘଟଣାରେ ମୃତକଙ୍କ ପରିବାର ପ୍ରତି ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହ ଆତ୍ମୀୟଙ୍କ ଲାଗି ୧୦ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି। ଚିକିତ୍ସାଧୀନ ଥିବା ଡି. ଶିବାଙ୍କ ଲାଗି ୨ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରାଯାଇଛି। ସୂଚନାଯୋଗ୍ୟ, ଗୁରୁବାର ସ୍ବେରେଜ ସଫେଇ ବେଳେ ଶ୍ୱାସରୁଦ୍ଧ ହୋଇ କଟକ ମେରିଆ ବଜାର ମକରାବାଗ୍‌ ସାହିର ପି. ଶଙ୍କର (୨୩), ବଡମ୍ବା ଅଞ୍ଚଳର ବିଷ୍ଣୁ ନାୟକ (୨୨)ଙ୍କ ମୃତ୍ୟୁ ଘଟିଥିଲା। ମକରାବାଗ୍‌ ସାହିର ଡି. ଶିବା ଗୁରୁତର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri