ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ସଂସା ଗ୍ରାମରେ।

ସୂଚନା ଅନୁଯାୟୀ, ଉକ୍ତ ଗ୍ରାମର ସୋମବାରୀ ହାଁସଦା ତାଙ୍କ ପରିବାର ଲୋକଙ୍କ ସହିତ ମଙ୍ଗଳବାର ରାତିରେ ଶୋଇଥିବା ସମୟରେ ରାତି ପ୍ରାୟ ୧୨ଟା ସମୟରେ ଶୋଇଥିବା ଅବସ୍ଥାରେ ନିଜ ପୁତୁରା ଶ୍ୟାମସୁନ୍ଦର ହାଁସଦା ଘର ଲାଇନ କାଟି ଚତୁରତାର ସହିତ ଏକ ପଥର ସାହାଯ୍ୟରେ ସୋମବାରୀଙ୍କୁ ଆକ୍ରମଣ କରିଥିଲେ। ତେବେ ସୋମବାରୀ ମଶାରୀ ଟାଙ୍ଗି ଶୋଇଥିବାରୁ ସୋମବାରୀ ଅଳ୍ପକେ ବର୍ତ୍ତି ଯାଇଥିଲେ ମଧ୍ୟ ଶ୍ୟାମସୁନ୍ଦର ତାଙ୍କୁ ଜୀବନରୁ ମାରି ଦେବାକୁ ଉଦ୍ୟମ କରିଥିଲେ। ସୋମବାରୀ ପାଟି କରିବାରୁ ପରିବାର ଲୋକେ ଓ ଗ୍ରାମବାସୀ ଦୌଡ଼ି ଆସି ସୋମବାରୀଙ୍କୁ ଉଦ୍ଧାର କରିଥିଲେ। ଘଟଣାସ୍ଥଳରୁ ପୁତୁରା ଶ୍ୟାମସୁନ୍ଦର ଫେରାର ହୋଇଯାଇଛନ୍ତି। ଗୁରୁତର ସୋମବାରୀଙ୍କୁ ରାସଗୋବିନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଖବର ପାଇ ଆଜି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସୂଚନାଯୋଗ୍ୟ ଯେ, ପାରିବାରିକ କଳହ ଏବଂ ସୋମବାରୀଙ୍କୁ ଡାହାଣୀ ସନ୍ଦେହ କରି ପୁତୁରା ଶ୍ୟାମସୁନ୍ଦର ଘର ଛାଡ଼ି ବାହାରେ ରହୁଛନ୍ତି ଏବଂ ଗତକାଲି ଡାହାଣୀ ସନ୍ଦେହରେ ଜୀବନରୁ ମାରି ଦେବାକୁ ଚେଷ୍ଟା କରିଛନ୍ତି ବୋଲି କହିଛନ୍ତି ସୋମବାରୀଙ୍କ ପୁଅ ବୋହୂ କାଜଲ ହାଁସଦା।

Dharitri – Odisha’s No.1 Odia Dailyattempedattempt

Enter your email to get our daily news in your inbox.

All Right Reserved By Dharitri.Com

ନିର୍ବନ୍ଧର ୪ ମାସ ପରେ ପୃଥ୍ବୀ ଶ’ ସହ ସମ୍ପର୍କ ତୁଟାଇଲେ ଆକୃତି ଅଗ୍ରଓ୍ବାଲ, ପ୍ରତାରଣା କରିଥିବା ଅଭିଯୋଗ

ନୂଆଦିଲ୍ଲୀ,୫।୭: ପୁଣି ଥରେ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’। ସେ ଏବଂ ତାଙ୍କ ଭାବି ପତ୍ନୀ ଆକୃତି ଅଗ୍ରୱାଲଙ୍କ ସମ୍ପର୍କରେ ସୃଷ୍ଟି…

ବାଇକ୍‌ ସହ ଲୁଟିନେଇଥିଲେ ଟଙ୍କା, ପୋଲିସ ୫ ଜଣଙ୍କୁ ଗିରଫ କରି ତାଙ୍କଠାରୁ…

ରିଷିଡ଼ା/ମ.ରାମପୁର,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ.ରାମପୁର ନିକଟସ୍ଥ ଅରନଝରଣ ଘାଟିଠାରେ ୩ତାରିଖ ଶୁକ୍ରବାର ୫ଜଣ ଦୁର୍ବୃତ୍ତ ଏକ ଗାଡ଼ିରେ ଆସି ବଗବେଡ଼ା ଗାଁର ହେମସାଗର ଦେହେରିଆ ଓ…

ମେଟାକୁ କେନ୍ଦ୍ର ସରକାରଙ୍କ ଅଲ୍ଟିମେଟମ୍, ଏହି ବିଜ୍ଞାପନ ବନ୍ଦ କରିବାକୁ ଦେଲେ ନିର୍ଦ୍ଦେଶ

ନୂଆଦିଲ୍ଲୀ,୫ା୭: ଶିଶୁ ଯୌନ ଶୋଷଣ ସହିତ ଜଡିତ ଇନଷ୍ଟାଗ୍ରାମରେ ଦେୟଯୁକ୍ତ ବିଜ୍ଞାପନ ସମ୍ପର୍କରେ ଭାରତ ସରକାର ମେଟା ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସୂତ୍ର…

ପ୍ରକାଶ ପାଇଲା ଭୋଟର ତାଲିକା: ୨୭ ଲକ୍ଷ ୯୨ ହଜାର ୧୫୮ ଜଣ ସାମିଲ, ବାଦ୍‌ ପଡ଼ିଲେ…

ଛତ୍ରପୁର,୫ା୭(ଦିଲ୍ଲୀପ ସାମଲ): ଭାରତର ଗଣତାନ୍ତ୍ରିକ ପର୍ବ କୁହାଯାଉଥିବା ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା, ନିର୍ଭୁଲ ଏବଂ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ…

୯ ଘଣ୍ଟା ଧରି ପାଣିରେ ଫସିଛି କାର୍‌, ଭିତରେ ୪ ଜଣ ଥାଇ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଲାଠୋର ନୂଆପଡ଼ା ରାସ୍ତାରେ ଥିବା ରେଲଓ୍ବେ ଅଣ୍ଡର ଗ୍ରାଉଣ୍ଡ ପୋଲ ଭିତର ଦେଇ ଏକ କାର୍‌ ଯାଉଥିବାବେଳେ ପାଣି…

ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ: ସ୍ବାମୀଙ୍କ ଜୀବନ ଗଲା, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଲାଗି ରହିଛି ବର୍ଷା। ଲଗାଣ ବର୍ଷା ଗରିବ ଲୋକଙ୍କ ପାଇଁ ସତେ ଯେମିତି କାଳ ସାଜିଛି। ଶନିବାର ରାତିରେ ପ୍ରବଳ…

Aamir Khan Wedding: ୬୦ ବର୍ଷରେ ତୃତୀୟ ବିବାହ କଲେ ଆମିର, ବଧୂ ସାଜିଲେ ଗୌରୀ, ଦେଖନ୍ତୁ PHOTO

ମୁମ୍ବାଇ: ବଲିଉଡର ସୁପରଷ୍ଟାର ଆମିର ଖାନ ପୁଣିଥରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ମୁମ୍ବାଇର ବାନ୍ଦ୍ରାସ୍ଥିତ ନିଜ ବାସଭବନରେ ସେ ଗର୍ଲଫ୍ରେଣ୍ଡ ଗୌରୀ ସ୍ପ୍ରାଟ୍‌ଙ୍କ ସହ ତୃତୀୟ…

SIRରେ କଟିଲା ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟରଙ୍କ ନାଁ

ଭୁବନେଶ୍ୱର,୫ା୭: ରାଜ୍ୟରେ SIR ପ୍ରକ୍ରିୟାରେ ୨୦ ଲକ୍ଷ ୧୪ ହଜାର ଭୋଟରଙ୍କ ନାଁ କଟିଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍‌.ଏସ୍‌ ଗୋପାଳନ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri