Posted inଅପରାଧ

ଚୁଟି କାଟିବାକୁ ଯାଇଥିବା ମନ୍ତ୍ରୀଙ୍କ ଭଣଜାର ଶବ ଉଦ୍ଧାର

ଶିବପୁରୀ, ୨୭।୮: ମଧ୍ୟପ୍ରଦେଶର ଶିବପୁରୀ ଅଞ୍ଚଳରୁ ଏକ ସମ୍ବେଦନଶୀଳ ଘଟଣା ଗୁରୁବାର ସାମ୍ନାକୁ ଆସିଛି। ଶିବପୁରୀ ପୋହରୀ ଅଞ୍ଚଳର ଏକ ପୋଲ ନିକଟରୁ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ ଯୁବକଜଣଙ୍କ ମଧ୍ୟପ୍ରଦେଶ ଲୋକ ନିର୍ମାଣ ବିଭାଗ ମନ୍ତ୍ରୀ ସୁରେଶ ଧାକଡ଼ଙ୍କ ଭଣଜା ବୋଲି ଜଣାପଡ଼ିଛି। ସୁରେଶଙ୍କ ଭଣଜା ଅନିଲ ଅଗଷ୍ଟ ୨୪ରେ ଚୁଟି କାଟିବା ଓ ଗାଡ଼ିରେ ତେଲ ପକାଇବାକୁ ଯାଉଚି କହି ଘରୁ ବାହାରି ଯାଇଥିଲେ। ଏହାପରେ ସେ ଆଉ ଘରକୁ ଫେରି ନ ଥିଲେ। ପରିବାର ଲୋକ ବହୁଖୋଜାଖୋଜି ପରେ ଶେଷରେ ଛର୍ଚ୍ଚ ପୋଲିସ ଷ୍ଟେସନରେ ଏକ ନିଖୋଜ ମାମଲା ରୁଜୁ କରିଥିଲେ। କିନ୍ତୁ ଗୁରୁବାର ଛର୍ଚ୍ଚଠାରୁ ୪୦ କିମି ଦୂର ଜଙ୍ଗଲ ପାଖ ପୋଲରେ ଜଣେ ଯୁବକଙ୍କ ଶବ ପଡ଼ିଥିବା ପୋଲିସକୁ ଗ୍ରାମବାସୀ ସୂଚନା ଦେଇଥିଲେ। ପୋଲିସ ଘଟଣସ୍ଥଳରେ ପହଞ୍ଚି ମୃତ ବ୍ୟକ୍ତିଜଣଙ୍କ ଅନିଲ ବୋଲି ଜାଣିବାକୁ ପାଇଥିଲା। ପାଖାପାଖି ୨ ଦିନ ହେବ ଶବ ଏଠାରେ ପଡ଼ିଥିବା ପୋଲିସ ପକ୍ଷରୁ କୁହାଯାଇଛି। ପୁଙ୍ଖାନୁପୁଙ୍ଖ ତଦନ୍ତ ପରେ ଏହା ହତ୍ୟା କି ଆତ୍ମହତ୍ୟା ତାହା ସ୍ପଷ୍ଟ ହେବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri