Posted inଅପରାଧ

ଚୁଟି କାଟିବାକୁ ଯାଇଥିବା ମନ୍ତ୍ରୀଙ୍କ ଭଣଜାର ଶବ ଉଦ୍ଧାର

ଶିବପୁରୀ, ୨୭।୮: ମଧ୍ୟପ୍ରଦେଶର ଶିବପୁରୀ ଅଞ୍ଚଳରୁ ଏକ ସମ୍ବେଦନଶୀଳ ଘଟଣା ଗୁରୁବାର ସାମ୍ନାକୁ ଆସିଛି। ଶିବପୁରୀ ପୋହରୀ ଅଞ୍ଚଳର ଏକ ପୋଲ ନିକଟରୁ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ ଯୁବକଜଣଙ୍କ ମଧ୍ୟପ୍ରଦେଶ ଲୋକ ନିର୍ମାଣ ବିଭାଗ ମନ୍ତ୍ରୀ ସୁରେଶ ଧାକଡ଼ଙ୍କ ଭଣଜା ବୋଲି ଜଣାପଡ଼ିଛି। ସୁରେଶଙ୍କ ଭଣଜା ଅନିଲ ଅଗଷ୍ଟ ୨୪ରେ ଚୁଟି କାଟିବା ଓ ଗାଡ଼ିରେ ତେଲ ପକାଇବାକୁ ଯାଉଚି କହି ଘରୁ ବାହାରି ଯାଇଥିଲେ। ଏହାପରେ ସେ ଆଉ ଘରକୁ ଫେରି ନ ଥିଲେ। ପରିବାର ଲୋକ ବହୁଖୋଜାଖୋଜି ପରେ ଶେଷରେ ଛର୍ଚ୍ଚ ପୋଲିସ ଷ୍ଟେସନରେ ଏକ ନିଖୋଜ ମାମଲା ରୁଜୁ କରିଥିଲେ। କିନ୍ତୁ ଗୁରୁବାର ଛର୍ଚ୍ଚଠାରୁ ୪୦ କିମି ଦୂର ଜଙ୍ଗଲ ପାଖ ପୋଲରେ ଜଣେ ଯୁବକଙ୍କ ଶବ ପଡ଼ିଥିବା ପୋଲିସକୁ ଗ୍ରାମବାସୀ ସୂଚନା ଦେଇଥିଲେ। ପୋଲିସ ଘଟଣସ୍ଥଳରେ ପହଞ୍ଚି ମୃତ ବ୍ୟକ୍ତିଜଣଙ୍କ ଅନିଲ ବୋଲି ଜାଣିବାକୁ ପାଇଥିଲା। ପାଖାପାଖି ୨ ଦିନ ହେବ ଶବ ଏଠାରେ ପଡ଼ିଥିବା ପୋଲିସ ପକ୍ଷରୁ କୁହାଯାଇଛି। ପୁଙ୍ଖାନୁପୁଙ୍ଖ ତଦନ୍ତ ପରେ ଏହା ହତ୍ୟା କି ଆତ୍ମହତ୍ୟା ତାହା ସ୍ପଷ୍ଟ ହେବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ, ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ ଜେଲ୍‌ଦଣ୍ଡ

ଭୁବନେଶ୍ୱର,୨୭ା୪(ସତ୍ୟଜିତ୍‌ ରାଉତ): ସ୍ତ୍ରୀ ଏବଂ ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ଶନିବାର ଆଜୀବନ ଜେଲ୍‌ଦଣ୍ଡ ରାୟ ଶୁଣାଇଛନ୍ତି ଖୋର୍ଦ୍ଧା ଜିଲା ଦୌରା ଜଜ୍‌।...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବନ କର୍ମଚାରୀଙ୍କୁ ଆକ୍ରମଣ କରି ବନ୍ଧା ହେଲେ ୩

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜର ନୟାକୋଟ ବିଟ୍‌ର ଫରେଷ୍ଟର ଏବଂ ସ୍କ୍ବାଡ କର୍ମଚାରୀଙ୍କୁ ଆକ୍ରମଣ କରିବା ଘଟଣାରେ ବନ ବିଭାଗ ୩ଜଣଙ୍କୁ...

କାଠଫାଳିଆରେ ମା’ଙ୍କୁ ପିଟିପିଟି ମାରିଦେଲେ ଝିଅ

ଭୁବନ,୨୭ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ମଝିପାଳ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଝିଅର କାଠଫାଳିଆ ମାଡ଼ରେ ମାଆଙ୍କ ମୃତ୍ୟୁ ଘଟିଛି।...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri