କଟକରେ ହେବ ନେତାଜୀ ବସ୍‌ ଟର୍ମିନାଲ

ଭୁବନେଶ୍ୱର,୧୪ା୧(ବ୍ୟୁରୋ):କଟକ ଖାନନଗରଠାରେ ଏକ ଅତ୍ୟାଧୁନିକ ବସ୍‌ ଟର୍ମିନାଲ ନିର୍ମାଣ ହେବ। ଏଥିପାଇଁ ୬୫ କୋଟି ଟଙ୍କା ଖର୍ଚ୍ଚ ହେବ। ସ୍ବାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ନାମରେ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲକୁ ନାମିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହା କାର୍ଯ୍ୟକାରୀ କରାଯିବ। ଜାନୁୟାରୀ ୨୩ରେ ନେତାଜୀ ଜୟନ୍ତୀ ପାଳନ ହେବ। ଏହି ବର୍ଷ ସମଗ୍ର ଦେଶରେ ନେତାଜୀଙ୍କ ୧୨୫ତମ ଜୟନ୍ତୀ ପାଳନ ହେବାକୁ ଯାଉଛି। ନେତାଜୀ କଟକ ଓଡ଼ିଆ ବଜାରରେ ଜନ୍ମ ଗ୍ରହଣ କରିବା ସହ ସେଠାରେ ବାଲ୍ୟ ଶିକ୍ଷା ଲାଭ କରିଥିଲେ। ଜନଗହଳି ବୃଦ୍ଧି ସହିତ ସ୍ଥାନାଭାବ ଦୃଷ୍ଟିରୁ ବାଦାମବାଡି ବସ୍‌ଷ୍ଟାଣ୍ଡରେ ଜନସାଧାରଣ ଓ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେଣୁ ଖାନନଗରଠାରେ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲ ପ୍ରତିଷ୍ଠା କରିବା ଲାଗି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଉକ୍ତ ବସ୍‌ ଟର୍ମିନାଲରେ ନେତାଜୀଙ୍କ ଜୀବନୀ ଓ ସଂଗ୍ରାମ ସମ୍ପର୍କରେ ଲୋକଙ୍କୁ ଅବଗତ କରାଇବା ଲାଗି ଏକ ସ୍ବତନ୍ତ୍ର କିଓସ୍କ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ନେତାଜୀଙ୍କ ଆଦର୍ଶ ଓ ଜୀବନୀ ସମ୍ପର୍କରେ ପ୍ରଚାର ପ୍ରସାର ଲାଗି ବିଭିନ୍ନ ପେଣ୍ଟିଂ ରଖାଯିବ।
ଉକ୍ତ ଟର୍ମିନାଲରେ ଯାତ୍ରୀମାନଙ୍କ ସୁବିଧା ପାଇଁ ସବୁ ପ୍ରକାର ଅତ୍ୟାଧୁନିକ ବ୍ୟବସ୍ଥା ରହିବ। ଏଥିରେ ଏକ ବୃହତ୍‌ ଟର୍ମିନାଲ ବିଲ୍ଡିଂ, ସାଧାରଣ ଯାତ୍ରୀବାହୀ ବସ୍‌ ସକାଶେ ସ୍ଥାନ, ସ୍ଥାନୀୟ ଓ ମୋ ବସ୍‌ ସେବା ଲାଗି ସ୍ଥାନ, ଯାନ ମରାମତି, ରକ୍ଷଣାବେକ୍ଷଣ ବ୍ଲକ, ଚାରିଚକିଆ ଯାନ ଏବଂ ଅଟୋ ଲାଗି ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥା କରାଯିବ। ଲକ୍ଷେ ୧୮ ହଜାର ବର୍ଗ ଫୁଟରେ ଏଥିପାଇଁ ୩ ମହଲା ବିଶିଷ୍ଟ ଟର୍ମିନାଲ ବିଲ୍ଡିଂ ନିର୍ମାଣ କରାଯାଇ ଏଥିରେ ଯାତ୍ରୀ ବିଶ୍ରାମସ୍ଥଳ, ଫୁଡ୍‌ କୋର୍ଟ, ଟିକେଟ ଘର, ଇ-ଯାନ ଚାର୍ଜିଂ ପଏଣ୍ଟ, ଛାତ ଉପରେ ବର୍ଷାଜଳ ସଂରକ୍ଷଣ ଏବଂ ସୌର ପ୍ୟାନେଲ ମଧ୍ୟ ରଖାଯିବ। ଏହି ଟର୍ମିନାଲରେ ଏକ ସମୟରେ ୧୮୦ଟି ବସ୍‌ ପାର୍କିଂର ବ୍ୟବସ୍ଥା ରହିବ। ଯାତ୍ରୀମାନଙ୍କ ସୁବିଧା ଲାଗି ଇଣ୍ଟିଗ୍ରେଟେଡ୍‌ ଇନ୍‌ଫରମେଶନ ମ୍ୟାନେଜମେଣ୍ଟ ସିଷ୍ଟମ ମଧ୍ୟ ରହିବ। ଏହି ନିର୍ମାଣ ଲାଗି କଟକର ରିଂରୋଡ୍‌କୁ ଆଉ ଦୁଇ କିଲୋମିଟର ସମ୍ପ୍ରସାରଣ କରିବା ପାଇଁ ନିଷ୍ପତ୍ତି ହୋଇଛି। ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କେ. ପାଣ୍ଡିଆନ ପରିଚାଳନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri